Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:7 - ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ।

Gade chapit la Kopi




୨ କରିନ୍ଥୀୟ 4:7
31 Referans Kwoze  

ଆମେ ଜାଣୁ, ଯେଉଁ ପାର୍ଥିବ ଶରୀରରୂପ ତମ୍ବୁରେ ଆମେ ଏବେ ବାସ କରୁଛୁ, ତାହା ଧ୍ୱଂସ ପାଇଗଲେ, ଆମକୁ ଈଶ୍ୱର ସ୍ୱର୍ଗରେ ଏକ ଚିରସ୍ଥାୟୀ ଗୃହ ଯୋଗାଇ ଦେବେ। ତାହା ମନୁଷ୍ୟ ହସ୍ତନିମତ ନୁହେଁ- ସ୍ୱୟଂ ଈଶ୍ୱର ତାହାରନିର୍ମାତା।


ଜଗତ ଦୃଷ୍ଟିରେ ଯାହା ସବୁ ଗୁରୁତ୍ୱପୂର୍ଣ୍ଣ, ସେଗୁଡ଼ିକୁ ବିଲୋପ କରିବା ପାଇଁ; ଜଗତର ହେୟ, ଉପେକ୍ଷିତ ଓ ନଗଣ୍ୟମାନଙ୍କୁ ସେ ପସନ୍ଦ କରିଛନ୍ତି।


ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ସେହି ଚାବି କାଠି, ଯାହା ଈଶ୍ୱରଙ୍କର ବୁଦ୍ଧି ଓ ଜ୍ଞାନରୂପ ସମସ୍ତ ଗୁପ୍ତ ସମ୍ପଦର ଭଣ୍ଡାର ଖୋଲିଦିଏ।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।


କେହି କେହି କହନ୍ତି, “ପାଉଲଙ୍କ ଚିଠିଗୁଡ଼ିକ ବଡ଼ କଟଉ ଓ ତୀବ୍ର କିନ୍ତୁ ଆମ ସଙ୍ଗେ ଥିଲାବେଳେ ସେ ଦୁର୍ବଳ ଦେଖାଯାନ୍ତି ଓ ତାଙ୍କର କଥା ମୂଲ୍ୟହୀନ ମନେହୁଏ।


“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।


ଜଣେ ସମ୍ଭ୍ରାନ୍ତ ବ୍ୟକ୍ତିଙ୍କ ଗୃହରେ ବିଭିନ୍ନ ପ୍ରକାର ପାତ୍ର ମହଜୁଦ୍ ଥାଏ। ସେଥିରୁ କେତୋଟି ମୂଲ୍ୟବାନ- ସୁନା ରୂପାରେ ତିଆରି; ପୁଣି କେତୋଟି ଶସ୍ତା ଦରର - ମାଟି ବା କାଠରେ ତିଆରି। କେତୋଟି ପାତ୍ର ପର୍ବପର୍ବାଣୀ ପ୍ରଭୃତି ଉତ୍ସବ ବେଳେ ବ୍ୟବହୃତ ହୁଏ; ଅନ୍ୟଗୁଡ଼ିକ ଦୈନନ୍ଦିନ କାର୍ଯ୍ୟରେ ଲାଗେ।


ଈଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇ ଥିପବାରୁ ଆମେ ହତୋସାହ ହେବା ନାହିଁ।


କାରଣ ଜଳଦୀକ୍ଷା ଗ୍ରହଣ କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହୋଇଥିଲ ଏବଂ ଯୀଶୁ ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ସକ୍ରିୟ ଶକ୍ତିରେ ବିଶ୍ୱାସ କରିବା ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ତୁମ୍ଭେମାନେ ମଧ୍ୟ ପୁନରୁତ୍ଥିତ ହୋଇଅଛ।


କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।


ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ଆମେ ଶୋକାର୍ତ୍ତ ହୋଇ ସୁଦ୍ଧା ସର୍ବଦା ଉଲ୍ଲସିତ। ଆମେ ଦରିଦ୍ର ପରି ମନେହୁଏ, କିନ୍ତୁ ବାସ୍ତବରେ ଆମେ ସବୁ କରିଛିର ଅଧିକାରୀ।


ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।”


ଏ କଥା ତୁମ୍ଭମାନଙ୍କୁ କହୁଛି, ଯେପରି ମୋ’ ସହିତ ସଂଯୁକ୍ତ ରହି ତୁମେ ମନରେ ଶାନ୍ତି ଅନୁଭବ କରିବ। ଜଗତ ତୁମକୁ କଷ୍ଟ ଦେବ; ତଥାପି ସାହସ ଧର, କାରଣ ମୁଁ ଜଗତକୁ ଜୟ କରିଛି।”


ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ।


Swiv nou:

Piblisite


Piblisite