Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:4 - ପବିତ୍ର ବାଇବଲ (CL) NT (BSI)

4 ଆମେ ଏହି ପାର୍ଥିବ ତମ୍ବୁରେ ରହିଥିଲାବେଳେ ଭାରାକ୍ରାନ୍ତ ହୃଦୟରେ ଅର୍ତ୍ତାନାଦ କରୁଛୁଁ। ପାର୍ଥିବ ଶରୀର ପରିତ୍ୟାଗ କରିବା ଆମର ଅଭିପ୍ରାୟ ନୁହେଁ, ମାତ୍ର ଆମେ ଚାହୁଁ, ସ୍ୱର୍ଗୀୟ ବସ୍ତ୍ର ପରିଧାନ କରିବା ସ୍ୱରା ଆମର ଏହି ମର ଶରୀର ଯେପରି ଅମରତ୍ୱରେ ଆଚ୍ଛାଦିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

4 ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ।

Gade chapit la Kopi




୨ କରିନ୍ଥୀୟ 5:4
8 Referans Kwoze  

ଏହି ପାର୍ଥିବ ଆବାସରେ ରହି ଆମେ ସେହି ସ୍ୱର୍ଗୀୟ ଗୃହରୂପ ବସ୍ତ୍ର ପରିଧାନ କରିବାକୁ ଆର୍ତ୍ତାନାଦ କରୁଛୁ।


ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ।


ଆମ୍ଭେମାନେ ଈଶ୍ୱରଙ୍କ ପ୍ରଥମ ଦାନ ସ୍ୱରୂପ ପବିତ୍ରଆତ୍ମାଙ୍କୁ ପାଇଛୁ; ତଥାପି ଈଶ୍ୱରଙ୍କ ପରିବାରଭୁକ୍ତ ହୋଇ ସର୍ବତୋଭାବେ ମୁକ୍ତି ପାଇବା ପାଇଁ ଆମେ ମଧ୍ୟ ଅପେକ୍ଷା କରି ଅନ୍ତରରେ ଆର୍ତ୍ତନାଦ କରୁଛୁ।


ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା।


କିନ୍ତୁ ସେହି ସ୍ୱର୍ଗୀୟ ଆବାସରେ ପ୍ରବେଶ କଲେ, ଆମେ ଶରୀରବିହୀନ ହେବା ନାହିଁ।


Swiv nou:

Piblisite


Piblisite