Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:9 - ପବିତ୍ର ବାଇବଲ (CL) NT (BSI)

9 ଆମକୁ ମିଥ୍ୟାବାଦୀ ବୋଲି ଅପବାଦ ଦିଆଯାଇଛି, ଅଥଚ ଆମେ ନିରାଟ ସତ୍ୟ କହିଥାଉ। ଆମେ ସୁପରିଚିତ ହୋଇ ସୁଦ୍ଧା ଅପରିଚିତ ଜୀବତ ଥାଇ ସୁଦ୍ଧା, ମୃତ ବୋଲି ବିବେଚିତ। ଆମେ ଦଣ୍ଟିତ ହୋଇଛୁ, କିନ୍ତୁ ନିହତ ହୋଇ ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,

Gade chapit la Kopi

ଓଡିଆ ବାଇବେଲ

9 ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।

Gade chapit la Kopi




୨ କରିନ୍ଥୀୟ 6:9
18 Referans Kwoze  

ଶାସ୍ତ୍ରରେ ଲେଖାଅଛି: “ତୁମ ସକାଶେ ଆମ୍ଭେମାନେ ସର୍ବଦା ମୃତ୍ୟୁର ସମ୍ମୁଖୀନ, ବଧ ହେବାକୁ ଯାଉଥିବା ମେଷତୁଲ୍ୟ ଆମ୍ଭେମାନେ ବିବେଚିତ।”


ମୁଁ ସେମାନଙ୍କ ପରି ବାକ୍ପଟୁ ହୋଇ ନ ପାରେ , କିନ୍ତୁ ଜ୍ଞାନରେ ନିକୃଷ୍ଟ ନୁହେଁ। ତୁମମାନଙ୍କୁ ଏ କଥା ଆମେ ସବୁବେଳେ ଓ ସବୁ ପରିସ୍ଥିତିରେ କହି ଆସିଛୁ।


ଲଜ୍ଜାଜନକ ଓ ଗୋପନୀୟ କାର୍ଯ୍ୟକଳାପ ସବୁ ଆମେ ପରିତ୍ୟାଗ କରିଛୁ। ଆମେ ଛଳନା କରୁ ନାହୁଁ କିମ୍ବା ଈଶ୍ୱରଙ୍କ ବାକ୍ୟର ବିକୃତ ଅର୍ଥ କରୁ ନାହିୁଁ। କିନ୍ତୁ ପ୍ରକାଶ୍ୟ ଭାବରେ ଈଶ୍ୱରଙ୍କ ସାକ୍ଷାତରେ ମନୁଷ୍ୟର ବିବେକ ନିକଟରେ ଆମେ ନିଜ ନିଜର ଯୋଗ୍ୟତାପ୍ରମାଣ କରିବା ପାଇଁ ଚେଷ୍ଟା କରୁଛୁ;


ପ୍ରକୃତ ପକ୍ଷରେ ମୋର ମନେହୁଏ, ଆମ ଭଳି ପ୍ରେରିତ ଶିଷ୍ୟମାନଙ୍କୁ ଈଶ୍ୱର ସମସ୍ତଙ୍କ ପଶ୍ଚାତ୍‌ଭାଗରେ ରଖିଛନ୍ତି। ପ୍ରକାଶ୍ୟରେ ମୃତ୍ୟୁଦଣ୍ଡ ଭୋଗ କରି ସମଗ୍ର ଜଗତର ମନୁଷ୍ୟ ଓ ଦେବଦୂତମାନଙ୍କ ନିକଟରେ ଉପହାସର ପାତ୍ର ବ୍ୟକ୍ତିମାନଙ୍କ ପରି ଆମକୁ ସେ ରଖିଛନ୍ତି।


ପ୍ରଭୁଙ୍କୁ କରିବା ଅର୍ଥ କଅଣ, ଆମେ ଜାଣିଛୁ ଏବଂ କରିବା ପାଇଁ ଆମେ ସମସ୍ତଙ୍କୁ ପ୍ରବର୍ତ୍ତାଉଛୁ। ଈଶ୍ୱର ଆମ ସମସ୍ତଙ୍କୁ ଭଲ ଭାବରେ ଜାଣନ୍ତି। ମୁଁ ଆଶା କରୁଛି, ତୁମ୍ଭମାନେ ମୋତେ ଭଲ ଭାବରେ ଜାଣ।


ଭାଇମାନେ, ଆମ୍ଭମାନଙ୍କର ଜୀବନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଥିବାରୁ, ତୁମ୍ଭମାନଙ୍କ ପାଇଁ ମୋର ଯେଉଁ ଗର୍ବ, ତାହାରି ଦୁହାଇ ଦେଇ କହୁଛି, ମୁଁ ପ୍ରତିଦିନ ମୃତ୍ୟୁ ମୁଖରେ ପତିତ ହେଉଛି।


କିନ୍ତୁ ଜଗତର ଅନ୍ତିମ ଦଣ୍ଡରୁ ଆମକୁ ରକ୍ଷା କରିବା ପାଇଁ ଈଶ୍ୱର ଆମକୁ କ୍ଲେଶ ଦେଇ ସଂଶୋଧନ କରୁଛନ୍ତି।


ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି।


କିନ୍ତୁ ତା’ ବିଷୟରେ ନିର୍ଦ୍ଦିଷ୍ଟଭାବେ ସମ୍ରାଟଙ୍କୁ ଲେଖିବା ପାଇଁ ମୋର କିଛି ନାହିଁ। ତେଣୁ ମୁଁ ତାକୁ ଆପଣମାନଙ୍କ ସମ୍ମୁଖକୁ ଏବଂ ବିଶେଷଭାବେ ହେ ରାଜା ଆଗ୍ରୀପା, ଆପଣଙ୍କ ସମ୍ମୁଖକୁ ଆଣିଛି, ଯେପରି କି ତାହାର ବିଷୟ ଭଲ ଭାବରେ ତଦନ୍ତ କରିବା ପରେ ମୁଁ କିଛି ଲେଖିପାରିବି।


ସେମାନେ କେବଳ ନିଜ ଧର୍ମ ବିଷୟରେ ଏବଂ ଯୀଶୁ ନାମକ ଯେଉଁ ମୃତ ବ୍ୟକ୍ତିଙ୍କୁ ପାଉଲ ଜୀବିତ ବୋଲି ଦାବୀ କରୁଛନ୍ତି, ତାଙ୍କ ବିଷୟ ନେଇ ଯୁକ୍ତିତର୍କ କଲେ।


ବର୍ତ୍ତମାନ ଏହି ଲୋକ ପାଉଲ କ’ଣ କରୁଛି; ତାହା ତୁମ୍ଭେମାନେ ନିଜେ ଦେଖିପାରୁଛ ଓ ଶୁଣି ପାରୁଛ ଓ ଶୁଣିପାରୁଛ। ସେ କହୁଛି, ମଣିଷ ହାତ ତିଆରି ଦେବତା ସବୁ ଆଦୌ ଦେବତା ନୁହଁନ୍ତି, ଆଉ ସେ ଏଠାରେ ଏଫିସସ୍ ଓ ପ୍ରାୟ ସମସ୍ତ ଏସିଆ ଦେଶରେ ଅନେକ ଲୋକଙ୍କୁ ଏହି ବିଷୟରେ ମତାଉଛି।


କେତେକ “ଏପିକ୍ୟୁରିଆନ୍ ଓ ଷ୍ଟୋଇକ୍” ଶିକ୍ଷା ଗୁରୁମାନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହେଲା। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଏ ନିର୍ବୋଧ ବଚାଳ କଅଣ କହିବାକୁ ଚେଷ୍ଟା କରୁଛି?” ଅନ୍ୟମାନେ କହିଲେ, “ବିଦେଶୀୟ ଦେବତାମାନଙ୍କ ବିଷୟରେ ସେ ପ୍ରଚାର କରିବା ପରି ମନେ ହେଉଛି।” ଯୀଶୁ ଓ ତାଙ୍କର ପୁନରୁତ୍ଥାନ ବିଷୟରେ ପାଉଲ ପ୍ରଚାର କରୁଥିବାର ଶୁଣି ସେମାନେ ଏହା କହିଲେ।


Swiv nou:

Piblisite


Piblisite