Biblia Todo Logo
Bib sou entènèt

- Piblisite -




୨ ପିତର 1:16 - ପବିତ୍ର ବାଇବଲ (CL) NT (BSI)

16 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପୁନରାଗମନ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଇବା ପାଇଁ ଆମେ କାଳ୍ପନିକ ଗଳ୍ପ ଉପରେ ନିର୍ଭର କରିନାହୁଁ। ଆମେ ସ୍ୱଚକ୍ଷୁରେ ତାଙ୍କ ମହିମା ଅବଲୋକନ କରିଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।

Gade chapit la Kopi

ପବିତ୍ର ବାଇବଲ

16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ।

Gade chapit la Kopi




୨ ପିତର 1:16
40 Referans Kwoze  

ଜଗତର ତ୍ରାଣକର୍ତ୍ତା ସ୍ୱରୂପେ ଈଶ୍ୱର ପ୍ରେରଣ କରିଥିବା ତାଙ୍କ ପୁତ୍ରଙ୍କୁ ସ୍ୱଚକ୍ଷୁରେ ଦେଖି ତାଙ୍କ ସର୍ମ୍ପକରେ ଆମେ ଅନ୍ୟମାନଙ୍କୁ କହୁଛୁ।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ସେମାନେ କାଳ୍ପନିକ ଗଳ୍ପ ଓ ପୂର୍ବପୁରୁଷମାନଙ୍କର ଦୀର୍ଘ ବଂଶାବଳୀ ତିଆରି କରିବାରେ ଲାଗିଛନ୍ତି। ସେ ସବୁ ଛାଡ଼ିବାକୁ ସେମାନଙ୍କୁ ଶିକ୍ଷା ଦିଅ, କାରଣ ତାହା କେବଳ ଅନର୍ଥକ ବାକ୍ବିତଣ୍ଡା ସୃଷ୍ଟି କରେ। ଯେଉଁ ସରଳ ବିଶ୍ୱାସରେ ଈଶ୍ୱରଙ୍କ ଇଚ୍ଛା ଜାଣି ହୁଏ, ଏ ସବୁ ତାକୁ ବାଧା ଦିଏ।


ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର।


ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା।


ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ।


ଜଳଦୀକ୍ଷା ଦେବା ପାଇଁ ଖ୍ରୀଷ୍ଟ ମୋତେ ପ୍ରେରଣ କରି ନାହାନ୍ତି। ସେ ମୋତେ ସୁସମାଚାର ପ୍ରଚାର କରିବାକୁ ପ୍ରେରଣ କରିଛନ୍ତି; ତାହା ମଧ୍ୟ ବାକ୍ୟାଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶର ଶକ୍ତି ଓ ପ୍ରଭାବ ବ୍ୟର୍ଥ ହୁଏ।


ଦେଖ, ସେ ମେଘମାଳାରେ ଆସୁଅଛନ୍ତି - ପୃଥିବୀବାସୀ ସମସ୍ତେ ତାଙ୍କୁ ଦେଖିବେ; ଏପରି କି ଯେଉଁମାନେ ତାଙ୍କୁ ବଦ୍ଧ କରିଥିଲେ, ସେମାନେ ମଧ୍ୟ ତାଙ୍କୁ ଦେଖି ଭୟବିହ୍ୱଳ ହୋଇ ବିଳାପ କରିବେ। ଏ ସବୁ ନିଶ୍ଚୟ ଘଟିବ - ଆମେନ୍।


ସତ୍ୟକୁ ପ୍ରତ୍ୟାଖ୍ୟାନ କରୁଥିବା ମନୁଷ୍ୟର ବିଧିବିଧାନ ଓ ଇହୁଦୀମାନଙ୍କର କପୋଳକଳ୍ପିତ କିମ୍ବଦନ୍ତୀଗୁଡ଼ିକୁ ବର୍ଜନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ।


ଆଦମଙ୍କ ଷଷ୍କ ପୁରୁଷର ବଂଶଧର ହନୋକ ବହୁ ପୂର୍ବେ ଏମାନଙ୍କ ସମ୍ବନ୍ଧରେ ଭବିଷ୍ୟତ୍ବାଣୀ ପ୍ରକାଶ କରି କହିଥିଲେ: “ପ୍ରଭୁ ସହସ୍ର ସହସ୍ର ସ୍ୱର୍ଗୀୟ ଦୂତମାନଙ୍କ ସହିତ


ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ।


ଲଜ୍ଜାଜନକ ଓ ଗୋପନୀୟ କାର୍ଯ୍ୟକଳାପ ସବୁ ଆମେ ପରିତ୍ୟାଗ କରିଛୁ। ଆମେ ଛଳନା କରୁ ନାହୁଁ କିମ୍ବା ଈଶ୍ୱରଙ୍କ ବାକ୍ୟର ବିକୃତ ଅର୍ଥ କରୁ ନାହିୁଁ। କିନ୍ତୁ ପ୍ରକାଶ୍ୟ ଭାବରେ ଈଶ୍ୱରଙ୍କ ସାକ୍ଷାତରେ ମନୁଷ୍ୟର ବିବେକ ନିକଟରେ ଆମେ ନିଜ ନିଜର ଯୋଗ୍ୟତାପ୍ରମାଣ କରିବା ପାଇଁ ଚେଷ୍ଟା କରୁଛୁ;


ଅନେକେ ନିଜେ ଲାଭବାନ ହେବା ପାଇଁ ଈଶ୍ୱରଙ୍କ ବାକ୍ୟ ବ୍ୟବହାର କରିଥାନ୍ତୁ। ଆମେ କିନ୍ତୁ ସେପରି ନୋହୁଁ। ଆମକୁ ଈଶ୍ୱର ପ୍ରେରଣ କରି ଥିବାରୁ ଆମେ ବିଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ଦାସ ରୂପେ ପ୍ରଚାର କରୁ।


କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ।


ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।


ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହେବା ସମୟରେ, ମୁଁ ମଧ୍ୟ ସେଠାରେ ଆତ୍ମିକ ଭାବରେ ଉପସ୍ଥିତ ବୋଲି ଜାଣି,


ଭାଇମାନେ, ମୁଁ ତୁମ ନିକଟକୁ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ନିମନ୍ତେ ଯାଉଥିବା ବେଳେ ବାକ୍ୟାଡ଼ମ୍ବର କିମ୍ବା ପାଣ୍ଡିତ୍ୟ ଦେଖାଇ ନ ଥିଲି।


କିନ୍ତୁ ଆମେ କ୍ରୁଶବିଦ୍ଧ ଯୀଶୁଙ୍କୁ ପ୍ରଚାର କରୁଛୁ। ଏହା ଇହୁଦୀମାନଙ୍କ ନିମନ୍ତେ ବିଘ୍ନ ସ୍ୱରୂପ ଓ ଅଣଇହୁଦୀମାନଙ୍କ ଦୃଷ୍ଟିରେ ନିର୍ବୋଧତା ହୋଇପରେ;


ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ।


କିନ୍ତୁ ତାଙ୍କ ଐଶ୍ୱରିକ ପବିତ୍ରତା ହେତୁ ସେ ଈଶ୍ୱରଙ୍କ ପୁତ୍ର ବୋଲି ପ୍ରକାଶିତ ହେଲେ। ମୃତ୍ୟୁରୁ ତାଙ୍କର ଅଲୌକିକ ପୁନରୁତ୍ଥାନ ଦ୍ୱାରା ଏହା ଆହୁରି ସ୍ପଷ୍ଟ ହେଲା।


ତୁମେ ତାଙ୍କୁ ସମସ୍ତ ମାନବ ଜାତି ଉପରେ ଅଧିକାର ଦେଇଛ। ପୁଣି ଯେଉଁମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କରିଛ, ସେମାନଙ୍କୁ ଅନନ୍ତ ଜୀବନ ଦାନ କରିବା ପାଇଁ ତାଙ୍କୁ ଶକ୍ତି ଦେଇଛି।


ବିଜୁଳି ଯେପରି ପୂର୍ବରୁ ପଶ୍ଚିମ ଯାଏ ଆକାଶକୁ ଝଲସାଇ ଦିଏ, ମନୁଷ୍ୟପୁତ୍ର ସେହିପରି ଆସିବେ।


ଯୀଶୁ ଜୀତ ପର୍ବତ ଉପରେ ବସିଥିବାବେଳେ ଶିଷ୍ୟମାନେ ଏକାନ୍ତରେ ଆସି ପଚାରିଲେ, “ଏସବୁ କେବେ ହେବ, ଆମକୁ କହନ୍ତୁ। କ’ଣ ଘଟିଲେ ଆମେ ଜାଣିବା ଯେ ଆପଣଙ୍କ ଆସିବା ସମୟ ହେଲାଣି ଏବଂ ଏହି ଯୁଗ ଶେଷ ହେବ।”


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।”


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ଯୀଶୁ ଏହାର ଛଅ ଦିନ ପରେ ପିତର ଓ ଯାକୁବ, ଯୋହନ ଦୁଇ ଭାଇଙ୍କୁ ନେଇ ଗୋଟିଏ ଉଚ୍ଚ ପାହାଡ଼ ଉପରକୁ ଗଲେ। ସେଠାରେ ଅନ୍ୟ କେହି ନ ଥିଲେ।


ସେତେବେଳେ ମନୁଷ୍ୟପୁତ୍ର ଗୌରବ ଓ ମହାପରାକ୍ରମରେ ମେଘମାଳାରେ ଆସିବେ।


ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ସେହି। ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇଥିବା ଦେଖିବ ଓ ସେ ସ୍ୱର୍ଗରୁ ମେଘମାଳାରେ ଆସିବା ମଧ୍ୟ ଦେଖିବ।”


ଆରମ୍ଭରୁ ଏହିସବୁ ଘଟଣା ଦେଖିଥିବା ଲୋକମାନେ ଯେପରି ସୁସମାଚାର ଘୋଷଣା କରିଥିଲେ, ସେହି ଅନୁସାରେ ଉକ୍ତ ବିବରଣୀମାନ ଲେଖାଯାଇଛି।


ଲୋକମାନେ ସମସ୍ତେ ଈଶ୍ୱରଙ୍କ ମହତ୍ ଶକ୍ତିରେ ବିସ୍ମିତ ହେଲେ। ଯୀଶୁ ଯାହା ସବୁ କରୁଥିଲେ, ସେଥିରେ ଲୋକମାନେ ଚମକ୍ରୃତ ହେଉଥିବା ସମୟରେ, ସେ ତାଙ୍କର ଶିଷ୍ୟମାନଙ୍କୁ କହିଲେ,


ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।


Swiv nou:

Piblisite


Piblisite