Biblia Todo Logo
Bib sou entènèt

- Piblisite -




୨ ପିତର 2:13 - ପବିତ୍ର ବାଇବଲ (CL) NT (BSI)

13 ଅନ୍ୟମାନଙ୍କୁ ଯେପରି କ୍ଳେଶ ଦେଇଛନ୍ତି, ନିଜେ ସେହିପରି କ୍ଳେଶ ଭୋଗ କରିବେ। ଯାହା କିଛି ସେମାନଙ୍କର ଶାରୀରିକ ଅଭିଳାଷ ତୃପ୍ତ କରେ, ତାହା ସେମାନେ ଦିବାଲୋକରେ କରି ଆନନ୍ଦ ପାଆନ୍ତି। ସେମାନେ ନିଜର ଛଳନାପୂର୍ଣ୍ଣ କାର୍ଯ୍ୟରେ ଆନନ୍ଦ ଉପଭୋଗ କରୁ କରୁ ତୁମ ସହିତ ଏକତ୍ର ଭୋଜନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଅନ୍ୟାୟ ବେତନ ସ୍ଵରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି।

Gade chapit la Kopi




୨ ପିତର 2:13
15 Referans Kwoze  

ଉଚ୍ଛୃଙ୍ଖଳ ଆମୋଦ ପ୍ରମୋଦ, ସୁରାପାନରେ ମତ୍ତତା, ନୀତିହୀନତା, ଅଶ୍ଳୀଳ ଆଚରଣ, ଈର୍ଷା, କଳିଗୋଳ ପ୍ରଭୃତିରେ ଲିପ୍ତ ନ ହୋଇ ଆସ, ଆଲୋକରେ କାର୍ଯ୍ୟରତ ଲୋକଙ୍କ ପରି ଭଦ୍ରୋଚିତ ବ୍ୟବହାର କରିବା।


ତୁମ୍ଭେମାନେ ବର୍ତ୍ତମାନ ସେହି ପ୍ରକାର ଉତ୍ସୃଙ୍ଖଳ କର୍ଯ୍ୟକଳାପରେ ସେମାନଙ୍କ ସହିତ ଯୋଗ ନ ଦେବାରୁ ସେମାନେ ଆଶ୍ଚର୍ଯ୍ୟ ହୋଇ ତୁମ୍ଭମାନଙ୍କୁ ଅପମାନିତ କରୁଛନ୍ତି।


ନରକରେ ସେମାନଙ୍କ ଜୀବନର ସମାପ୍ତି ଘଟିବାକୁ ଯାଉଛି, କାରଣ ଶାରୀରିକ ଲାଳସା ହିଁ ସେମାନଙ୍କର ଦେବତା। ଯାହା ଲଜ୍ଜାଜନକ, ସେମାନେ ତାହା ଲାଗି ଗର୍ବ କରନ୍ତି; କେବଳ ଜାଗତିକ ବିଷୟବସ୍ତୁ ପାଇଁ ସେମାନେ ଚିନ୍ତା କରନ୍ତି।


ପୁଣି ତାକୁ ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ ଓ ସର୍ବାଙ୍ଗ ସୁନ୍ଦର କରି ନିଜେ ଗ୍ରହଣ କଲେ।


ସେ ଯେପରି ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିଛି, ତୁମ୍ଭେମାନେ ତାହା ପ୍ରତି ଠିକ୍ ସେହିପରି ବ୍ୟବହାର କର। ସେ ଯାହା କରିଅଛି, ତାହାକୁ ତାହାର ଦୁଇଗୁଣ ପ୍ରତିଫଳ ଦିଅ। ତୁମ୍ଭମାନଙ୍କୁ ପାନ କରାଇବା ପାଇଁ ସେ ଯେଉଁ ପାନୀୟ ପ୍ରସ୍ତୁତ କରିଥିଲା, ତାହାର ଦୁଇଗୁଣ କଟୁ ପାନୀୟ ତା’ର ପାନପାତ୍ରରେ ପୂର୍ଣ୍ଣ କର।


ସେମାନେ ସରଳ ପଥ ପରିତ୍ୟାଗ କରି ବିପଥଗାମୀ ହୋଇ ଅଛନ୍ତି। ବିଓରର ପୁତ୍ର ବାଲାମର ପଥ ସେମାନେ ଅନୁସରଣ କରିଛନ୍ତି। ସେ ଅନ୍ୟାୟ କାର୍ଯ୍ୟ କରି ଅର୍ଥ ଲାଭ କରିବାକୁ ଲାଳାୟିତ ହେବାରୁ,


କଂସାରି ଅଲେକ୍ଜାଣ୍ଡେର ମୋର ବହୁତ ଅନିଷ୍ଟ କରିଛି - ପ୍ରଭୁଙ୍କଠାରୁ ସେ ନିଜ କର୍ମ ଅନୁସାରେ ଫଳ ପାଇବ।


ଏ ଜଗତରେ ତୁମ ଜୀବନ ଭୋଗ ବିଳାସରେ ପରିପୂର୍ଣ୍ଣ। ହାଣ ଖାଇବାକୁ ଥିବା ପଶୁ ପରି ତୁମେ ହୃଷ୍ଟପୁଷ୍ଟ ହୋଇଛ।


Swiv nou:

Piblisite


Piblisite