Biblia Todo Logo
Bib sou entènèt

- Piblisite -




୨ ପିତର 3:18 - ପବିତ୍ର ବାଇବଲ (CL) NT (BSI)

18 କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।

Gade chapit la Kopi

ଓଡିଆ ବାଇବେଲ

18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

18 କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।

Gade chapit la Kopi




୨ ପିତର 3:18
26 Referans Kwoze  

ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।


ବରଂ ପ୍ରେମରେ ସତ୍ୟ କହି ସର୍ବତୋଭାବରେ ମସ୍ତକ ସ୍ୱରୂପୀ ଖ୍ରୀଷ୍ଟଙ୍କ ସଦୃଶ ହେବା।


ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ।


କେବଳ ସେତିକି ନୁହେଁ: ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ଯେଉଁ ବିପୁଳ ଐଶ୍ୱର୍ଯ୍ୟ ଲାଭ କରିଛି, ତା’ ତୁଳନାରେ ଅନ୍ୟ ସମସ୍ତ ବିଷୟକୁ ମୁଁ ଏବେ ଅସାର ମଣୁଛି। ତାଙ୍କ ନିମନ୍ତେ ମୁଁ ସବୁ କିଛି ପରିତ୍ୟାଗ କରିଛି। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଓ ତାଙ୍କ ସହିତ ସମ୍ପୂର୍ଣ୍ଣ ରୂପେ ସଂଯୁକ୍ତ ହେବା ପାଇଁ, ଅନ୍ୟ ସମସ୍ତ ବିଷୟକୁ ଆବର୍ଜ୍ଜନା ବୋଲି ମନେ କରୁଛି।


ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।


ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।


ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।


ମୋର ବିଶ୍ୱାସ, ପ୍ରଭୁ ମୋତେ ସମସ୍ତ ବିପଦରୁ ରକ୍ଷା କରି ଶେଷରେ ତାଙ୍କ ସ୍ୱର୍ଗରାଜ୍ୟକୁ ନିରାପଦରେ ନେଇଯିବେ। ସେ ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।


ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ।


ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।


ଆମର ସେହି ଏକମାତ୍ର ତ୍ରାଣକର୍ତ୍ତା ଈଶ୍ୱରଙ୍କ ଗୌରବ, ପରାକ୍ରମ ଓ କତ୍ତୃତ୍ୱ; ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନାଦି କାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ଓ ଯୁଗେ ଯୁଗେ ବିରାଜମାନ ହେଉ। ଆମେନ୍।


ଏହି ଉପାୟରେ ଆମ ପ୍ରଭୁ ଓ ତଆଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ତ୍ନ୍ ରାଜ୍ୟରେ ପ୍ରବେଶ କରିବାକୁ ତୁମେ ପୂର୍ଣ୍ଣ ଅଧିକାର ପାଇବ।


ଆମ୍ଭମାନଙ୍କର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଜ୍ଞାନ ଲାଭ କରି ଯେଉଁମାନେ ସଂସାରର ବିନାଶକାରୀ ଶକ୍ତିଗୁଡ଼ିକ କବଳରୁ ରକ୍ଷା ପାଇବା ପରେ ପୁନର୍ବାର ସେ ସବୁର ବଶୀଭୂତ ହୁଅନ୍ତି, ସେମାନଙ୍କର ଶେଷ ଦଶା ପ୍ରଥମ ଦଶା ଅନେକ୍ଷା ଅଧିକମ ଶୋଚନୀୟ ହେବ।


ଏହି ସଦ୍ଗୁଣଗୁଡ଼ିକ ତୁମର ଆବଶ୍ୟକ; ଏହିସବୁରେ ତୁମ୍ଭେମାନେ ପରିପୂର୍ଣ୍ଣ ହେଲେ, ତୁମେ ପ୍ରାପ୍ତ ହୋଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ତୁମକୁ ସକ୍ରିୟ ଓ ଫଳପ୍ରଦ କରି ରଖିବ।


ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।”


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।


ଈଶ୍ୱର ଓ ଆମ ପ୍ରଭୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ତୁମ୍ଭମାନଙ୍କର ଜ୍ଞାନ ଦ୍ୱାରା, ପୁର୍ଣ୍ଣମାତଆରେ ତୁମ୍ଭମାନଙ୍କର ଅନୁଗ୍ରହ ଓ ଶାନ୍ତି ହେଉ।


Swiv nou:

Piblisite


Piblisite