Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:3 - ପବିତ୍ର ବାଇବଲ (CL) NT (BSI)

3 ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,

Gade chapit la Kopi

ଓଡିଆ ବାଇବେଲ

3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।

Gade chapit la Kopi




୨ ଥେସଲନୀକୀୟ 1:3
26 Referans Kwoze  

କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।


ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ


ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯେପରି ଗଭୀର, ସେହିପରି ପରସ୍ପର ପ୍ରତି ଓ ଅନ୍ୟମାନଙ୍କ ପ୍ରତି ପ୍ରଭୁ ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି କରି ଗଭୀର କରନ୍ତୁ।


ଯେଉଁ ଶାଖା ଫଳ ଧରେ ନାହିଁ, ତାକୁ ସେ କାଟି ପକାନ୍ତି ଏବଂ ଯେଉଁ ଶାଖାରେ ଫଳ ଧରେ, ଅଧିକ ଫଳବତୀ କରିବା ପାଇଁ ତାକୁ କାଟି ପରିଷ୍କାର କରନ୍ତି।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।


ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି।


ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ।


ଇତିମଧ୍ୟରେ ତୁମ୍ଭମାନଙ୍କ ନିକଟରୁ ଫେରି ଆସି ତୀମଥି ତୁମ ବିଶ୍ୱାସ ଓ ପ୍ରେମ ବିଷୟରେ ଶୁଭ ସମ୍ବାଦ ଆଣିଛନ୍ତି। ସେ ଆମକୁ ଜଣାଇଛନ୍ତି ଯେ, ତୁମ୍ଭେମାନେ ସର୍ବଦା ଆମର ଶୁଭ କାମନା କରୁଛ ଓ ଆମେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛୁକ, ତୁମେ ମଧ୍ୟ ସେହିପରି ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଛ।


ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ।


ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।


ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି,


ପ୍ରେରିତ ଶିଷ୍ୟମାନେ ପ୍ରଭୁଙ୍କୁ କହିଲେ, “ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।”


ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।”


ଈଶ୍ୱର ନିରୂପିତ ଆମ କାର୍ଯ୍ୟକ୍ଷେତ୍ରର ପରିସର ବାହାରେ ଅନ୍ୟମାନଙ୍କ କାର୍ଯ୍ୟର ସୁଯୋଗ ନେଇ ଦର୍ପ କରି ନାହୁଁ। ବରଂ ଆମେ ଆଶା କରୁଛୁ ଯେ, ତୁମ୍ଭେମାନେ ବିଶ୍ୱାସରେ ବୃଦ୍ଧିଲାଭ କରିବା ସଙ୍ଗେ ସଙ୍ଗେ ତୁମ୍ଭମାନଙ୍କ ମଧ୍ୟରେ ଆମର କର୍ମକ୍ଷେତ୍ର ଆହୁରି ପ୍ରସାରିତ ହେବ। କିନ୍ତୁ ଏହା ଈଶ୍ୱର ସ୍ଥିର କରିଥିବା ସୀମା ଲଘଂନ କରିବ ନାହିଁ।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମ୍ପର୍କରେ ଏବଂ ତାଙ୍କ ନିକଟରେ ଆମେ ସମସ୍ତେ ସମବେତ ହେବା ବିଷୟରେ ତୁମ୍ଭମାନଙ୍କୁ ମୋର ଅନୁରୋଧ,


Swiv nou:

Piblisite


Piblisite