Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:5 - ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱରଙ୍କ ପ୍ରେମ ଏବଂ ଖ୍ରୀଷ୍ଟପ୍ରଦତ୍ତ ସହିଷ୍ଣୁତାକୁ ଅଧିକ ଗଭୀରଭାବେ ଉପଲ୍ବଧି କରିବା ପାଇଁ ପ୍ରଭୁ ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

Gade chapit la Kopi




୨ ଥେସଲନୀକୀୟ 3:5
33 Referans Kwoze  

ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।


ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ।


ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ଆମ ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆମ ପଥ ପ୍ରସ୍ତୁତ କରି ଦିଅନ୍ତୁ।


ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


କିନ୍ତୁ ଆମେ ଯଦି ଅଦୃଶ୍ୟ ବିଷୟ ପାଇଁ ଭରସା କରୁ, ତେବେ ଆମକୁ ଧୈର୍ଯ୍ୟ ସହକାରେ ଅପେକ୍ଷା କରିବାକୁ ପଡ଼ିବ।


ଖ୍ରୀଷ୍ଟ ଶାରୀରିକ କ୍ଳେଶଭୋଗ କରିଥିବାରୁ, ତୁମ୍ଭେମାନେ ମଧ୍ୟ ତାଙ୍କ ପରି ମନୋଭାବାପନ୍ନ ହୋଇ ନିଶ୍ଚିତ ହୁଅ ଯେ ଯେଉଁ ବ୍ୟକ୍ତି ଶାରୀରିକ ଯନ୍ତ୍ରଣା ସହ୍ୟ କରେ, ୌ ଆଉ ପାପରେ ଲିପ୍ତ ହୋଇ ରହେ ନାହିଁ।


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ଭରସା ଆମ୍ଭମାନଙ୍କୁ ନିରାଶ ହେବାକୁ ଦିଏ ନାହିଁ, କାରଣ ଈଶ୍ୱର ଆମ୍ଭମାନଙ୍କୁ ପବିତ୍ରଆତ୍ମା ଦାନ କରି ଆମ ହୃଦୟରେ ତାଙ୍କ ପ୍ରେମ ଭରି ଦେଇଛନ୍ତି।


ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ତୁମ୍ଭେମାନେ ପ୍ରଭୁଙ୍କ ଦିନର ଅପେକ୍ଷା କରି ରହିବା ବେଳେ, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ନିଜକୁ ପ୍ରସ୍ତୁତ କର। ସେହି ଦିନ ଆକାଶମଣ୍ଡଳ ଜଳି ଧ୍ୱଂସ ପାଇବ। ଆକାଶର ଗ୍ରହ ନକ୍ଷତ୍ରାଦି ପ୍ରଚଣ୍ଡ ତାପରେ ତରଳି ଯିବେ।


ମୁଁ ଯୋହନ, ତୁମର ଜଣେ ଭାଇ, ଯୀଶୁଙ୍କର ଶିଷ୍ୟ ସ୍ୱରୂପେ ତାଙ୍କ ରାଜ୍ୟର ଲୋକମାନଙ୍କ ଉପରେ ହେଉଥିବା ଦୌରାତ୍ମ୍ୟ ଧୈର୍ଯ୍ୟର ସହିତ ସହ୍ୟ କରିବା ପାଇଁ ମୁଁ ତୁମ୍ଭମାନଙ୍କର ଜଣେ ଅଂଶୀଦାର। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ଘୋଷଣା କରିବା ଯୋଗୁଁ ମୁଁ ପାତ୍ମସ୍ ଦ୍ୱୀପକୁ ନିର୍ବାସିତ ହୋଇଥିଲି।


Swiv nou:

Piblisite


Piblisite