Biblia Todo Logo
Bib sou entènèt

- Piblisite -




୨ ତୀମଥି 2:15 - ପବିତ୍ର ବାଇବଲ (CL) NT (BSI)

15 ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର।

Gade chapit la Kopi

ଓଡିଆ ବାଇବେଲ

15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।

Gade chapit la Kopi




୨ ତୀମଥି 2:15
29 Referans Kwoze  

କେବଳ ଈଶ୍ୱରଙ୍କ ଇଚ୍ଛାନୁରୂପ କଥା ଆମେ ସବୁବେଳେ କହିଥାଉ; କାରଣ ସେ ଆମକୁ ଯୋଗ୍ୟ ମନେ କରି ଆମ ଉପରେ ସୁସମାଚାର ପ୍ରଚାରର ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଆମର ଉଦ୍ଦେଶ୍ୟ ନୁହେଁ। ଯେଉଁ ଈଶ୍ୱର ଆମ ମନର ଅଭିପ୍ରାୟ ପରୀକ୍ଷା କରି ଦେଖନ୍ତି, କେବଳ ତାଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ ଆମେ ଚେଷ୍ଟା କରିଥାଉ।


ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।


ସତ୍ୟ ଉପରେ ପ୍ରତିଷ୍ଠିତ ଆମ ଧର୍ମବିଶ୍ୱାସ ଓ ତତ୍ତ୍ୱରେ ଅନୁପ୍ରାଣିତ ହୋଇ ତୁମେ ଯଦି ମଣ୍ଡଳୀର ଭାଇମାନଙ୍କୁ ଏହି ସବୁ ଶିକ୍ଷା ଦାନ କର, ତୁମେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସୁଦକ୍ଷ ସେବକ ହେବ।


ଆତ୍ମପ୍ରଶଂସା ଦ୍ୱାରା କେହି ସ୍ୱୀକୃତି ପାଏ ନାହିଁ, ଯେ ପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ, ଯେହି କେବଳ ତାଙ୍କର ଗ୍ରହଣଯୋଗ୍ୟ।


ସେଥିପାଇଁ ଏଠରେ ସ୍ୱଗୃହରେ ଥଉ କିମ୍ବା ପ୍ରବାସରେ ଥାଉ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ହିଁ ଆମର ଏକାନ୍ତ ଇଚ୍ଛା,


ଲଜ୍ଜାଜନକ ଓ ଗୋପନୀୟ କାର୍ଯ୍ୟକଳାପ ସବୁ ଆମେ ପରିତ୍ୟାଗ କରିଛୁ। ଆମେ ଛଳନା କରୁ ନାହୁଁ କିମ୍ବା ଈଶ୍ୱରଙ୍କ ବାକ୍ୟର ବିକୃତ ଅର୍ଥ କରୁ ନାହିୁଁ। କିନ୍ତୁ ପ୍ରକାଶ୍ୟ ଭାବରେ ଈଶ୍ୱରଙ୍କ ସାକ୍ଷାତରେ ମନୁଷ୍ୟର ବିବେକ ନିକଟରେ ଆମେ ନିଜ ନିଜର ଯୋଗ୍ୟତାପ୍ରମାଣ କରିବା ପାଇଁ ଚେଷ୍ଟା କରୁଛୁ;


ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର।


ଏହା ଶୁଣି ତୁମ୍ଭେମାନେ କ’ଣ ମନେ କରୁଛ ଯେ, ମୁଁ ମନୁଷ୍ୟମାନଙ୍କର ସମର୍ଥନ ଲାଭ କରିବା ପାଇଁ ଚେଷ୍ଟା କରୁଛି? ନା, କଦାପି ନୁହେଁ। ମୁଁ ଚାହେଁ କେବଳ ଈଶ୍ୱରଙ୍କ ସମର୍ଥନ। ମୁଁ କ’ଣ ଲୋକପ୍ରିୟ ହେବା ନିମନ୍ତେ ଇଚ୍ଛା କରୁଛି? ମୁଁ ଯଦି ଏ ପର୍ଯ୍ୟନ୍ତ ଲୋକପ୍ରିୟ ହେବାକୁ ଚେଷ୍ଟା କରୁଥାନ୍ତି, ତେବେ ମୁଁ ଆଜି ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥାଆନ୍ତି।


ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେମାନେ ଯେପରି ଏହିସବୁ ବିଷୟ ଚିରଦିନ ସ୍ମରଣରେ ରଖିବ, ଏହାର ବ୍ୟବସ୍ଥା କରିବାକୁ ମୁଁ ଯଥାସାଧ୍ୟ ଚେଷ୍ଟା କରୁଛୁ।


ତୁମ୍ଭେମାନେ ମଧ୍ୟ ଯେତେବେଳେ ପରିତ୍ରାଣ ପ୍ରଦାୟକ ଏହି ସୁସମାଚାରର ସତ୍ୟବାର୍ତ୍ତା ଶୁଣିଲ, ସେହି ସମୟରୁ ଈଶ୍ୱରଙ୍କର ହୋଇଅଛ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରିବାରୁ, ଈଶ୍ୱର ତାଙ୍କ ପ୍ରତିଜ୍ଞା ଅନୁଯାୟୀ ପବିତ୍ରଆତ୍ମାଙ୍କୁ ଦାନ କରି ତୁମ୍ଭମାନଙ୍କ ଉପରେ ତାଙ୍କ ସ୍ୱତ୍ୱ ମୁଦ୍ରାଙ୍କିତ କରିଛନ୍ତି।


ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।


ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ।


ଯେ କେହି ଏହିପରି ଭାବେ ଖ୍ରୀଷ୍ଟଙ୍କ ସେବା କରେ; ସେ ଈଶ୍ୱରଙ୍କୁ ପ୍ରୀତ କରିବ, ମନୁଷ୍ୟ ସମାଜରେ ମଧ୍ୟ ଆଦୃତ ହେବ।


ଅତଏବବ ଆମ ମଧ୍ୟରୁ କେହି ଯେପରି ନିଜର ଅବିଶ୍ୱାସ ହେତୁ ସେହି ଲୋକମାନଙ୍କ ପରି ଉକ୍ତ ବିଶ୍ରାମରୁ ବଞ୍ଚିତ ନ ହୁଏ, ଏଥପାଇଁ ଯଥାସାଧ୍ୟ ଉଦ୍ୟମ କରିବା।


ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।


ଅବଶ୍ୟ ଆଧ୍ୟାତ୍ମିକଭାବେ ପରିପକ୍ୱ ଲୋକମାନଙ୍କ ନିକଟରେ ମୁଁ ଜ୍ଞାନର କଥା କୁହେ। କିନ୍ତୁ ଏ ଜ୍ଞାନ ଏ ଯୁଗର ଜ୍ଞାନ ନୁହେଁ, କିମ୍ବା ଏ ଯୁଗରେ କର୍ତ୍ତୃତ୍ୱ କରୁଥିବା କ୍ଷୟଶୀଳ ଶାସକଙ୍କର ଜ୍ଞାନ ନୁହେଁ।


“ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ।


କାରଣ ଈଶ୍ୱରଙ୍କ ସମୁଦାୟ ଉଦ୍ଦେଶ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ମୁଁ ସଙ୍କୋଚ ବୋଧ କରି ନାହିଁ।


ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।”


ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଆପେଲା ଓ ଆରିସ୍ତବୁଲଙ୍କ ପରିବାରର ସମସ୍ତଙ୍କୁ ମୋର ଅଭିବାଦନ ଜଣାଇବ।


ପ୍ରଭୁ ଉତ୍ତର ଦେଲେ, “ତେବେ ବିଶ୍ୱସ୍ତ ଓ ଜ୍ଞାନୀ ଦାସ କିଏ? ଯାହାକୁ ମାଲିକ ଘର ଚଳାଇବା ଦାୟିତ୍ୱରେ ରଖିବେ। ସେ ଉପଯୁକ୍ତ ସମୟରେ ଅନ୍ୟ ଦାସମାନଙ୍କୁ ଖାଇବାକୁ ଦେଇଥାଏ।


ଏହିପରି ଅନେକ ଦୃଷ୍ଟାନ୍ତ କଥା କହି ଯୀଶୁ ତାଙ୍କ ବାର୍ତ୍ତା ପ୍ରଚାର କଲେ; ସେମାନେ ଯେତିକି ବୁଝି ପାରିବେ, ସେ ସେତିକି କହୁଥିଲେ।


ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର।


ଯେଉଁ ବ୍ୟକ୍ତି ଦୁଃଖକଷ୍ଟରେ ସହିଷ୍ଣୁ ରହେ, ସେ ଧନ୍ୟ; କାରଣ ଏଭଳି ପରୀକ୍ଷଶରେ ଜୟଯୁକ୍ତ ହେଲେ, ଈଶ୍ୱର ତାଙ୍କ ଭକ୍ତମାନଙ୍କୁ ଯେଉଁ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ସେ ତାହା ପୁସ୍କାର ସ୍ୱରୂପ ପାଇବ।


Swiv nou:

Piblisite


Piblisite