Biblia Todo Logo
Bib sou entènèt

- Piblisite -




୨ ତୀମଥି 4:18 - ପବିତ୍ର ବାଇବଲ (CL) NT (BSI)

18 ମୋର ବିଶ୍ୱାସ, ପ୍ରଭୁ ମୋତେ ସମସ୍ତ ବିପଦରୁ ରକ୍ଷା କରି ଶେଷରେ ତାଙ୍କ ସ୍ୱର୍ଗରାଜ୍ୟକୁ ନିରାପଦରେ ନେଇଯିବେ। ସେ ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।

Gade chapit la Kopi

ଓଡିଆ ବାଇବେଲ

18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

18 ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।

Gade chapit la Kopi




୨ ତୀମଥି 4:18
40 Referans Kwoze  

କିନ୍ତୁ ପ୍ରଭୁ ବିଶ୍ୱସ୍ତ! ସେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବେ ଓ ପାପାତ୍ମାଠାରୁ ରକ୍ଷା କରିବେ।


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


ଶେଷ କାଳରେ ଯେଉଁ ପରିତ୍ରାଣ ପ୍ରକାଶିତ ହେବ, ତାହା ପାଇବା ପାଇଁ ତୁମ୍ଭମାନେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଶକ୍ତିରେ ସୁରକ୍ଷିତ ହୋଇଅଛି।


ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


ଏହିପରି ଭୟାନକ ମରଣାନ୍ତକ ବିପଦରୁ ସେ ଆମକଚ ଉଦ୍ଧାର କରିଛନ୍ତି ଓ କରୁଥିବେ। ସେ ପୁନଶ୍ଚ ଆମ୍ଭମାନଙ୍କୁ ସୁରକ୍ଷା କରିବେ- ଏ ଭରସା ଆମର ତାଙ୍କଠାରେ ଅଛି।


ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ।


ସେହି ସମୟରେ ଈଶ୍ୱରଙ୍କ ଭକ୍ତମାନେ ସ୍ୱର୍ଗରାଜ୍ୟରେ ସୂର୍ଯ୍ୟପରି ତେଜସ୍କର ହେବେ। ଶୁଣିବା ପାଇଁ ଆଗ୍ରହ ଥିଲେ କାନ ଦେଇ ଶଉଣ।


ସେମାନଙ୍କୁ ଜଗତରୁ ବାହାର କରି ନେବା ପାଇଁ ମୁଁ କହୁ ନାହିଁ; କିନ୍ତୁ ନିବେଦନ କରୁଛି, ଶୟତାନ କବଳରୁ ସେମାନଙ୍କୁ ରକ୍ଷା କର।


“ହେ ଛୋଟ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ତାଙ୍କ ରାଜ୍ୟ ପ୍ରଦାନ କରି ତୁମ ପିତା ଅତୀବ ସନ୍ତୁଷ୍ଟ ହୋଇଛନ୍ତି।


ସେ କେବଳ ଅମର; ମନୁଷ୍ୟର ଅଗମ୍ୟ ଆଲୋକ ରାଜ୍ୟରେ ସେ ବାସ କରନ୍ତି; କେହି ତାଙ୍କୁ କେବେ ଦେଖି ନାହିଁ; କେହି କେବେ ଦେଖି ପାରିବ ନାହିଁ। ତାଙ୍କର ଗୌରବ ଓ ଶାଶ୍ୱତ ରାଜ୍ୟ ଯୁଗେ ଯୁଗେ ଅକ୍ଷୁର୍ଣ୍ଣ ରହୁ।


ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ।


ଯୁଗେ ଯୁଗେ ରାଜତ୍ୱ ତାଙ୍କର ହେଉ।


ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।


ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।


ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଦ୍ୱାରା ଆହୂତ ଓ ତାଙ୍କର ପ୍ରିୟ ପାତ୍ର ଏବଂ ଯୀଶୁ ଖ୍ରୀଷ୍ଟଙ୍କସେବକ ଓ ଯାକୁବଙ୍କ ଭ୍ରାତା ଯିହୂଦାଙ୍କ ପତ୍ର:-


ଯୁଗେ ଯୁଗେ ଈଶ୍ୱର ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।


ତେଣୁ ମୋର ପିତା ଶାସନ କରିବା ପାଇଁ ମୋତେ ଯେପରି କ୍ଷମତା ଦେଇଛନ୍ତି, ମୁଁ ତୁମ୍ଭମାନଙ୍କୁ ସେହିପରି କ୍ଷମତା ଦେବି।


ଆମ ପାପ ସବୁ କ୍ଷମା କର, କାରଣ ଆମ ବିରୁଦ୍ଧରେ ଦୋଷ କରିଥିବା ପ୍ରତ୍ୟେକଙ୍କୁ ଆମେ କ୍ଷମା କରୁ। ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ’।”


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।


ସୁତରାଂ ଭାଇମାନେ, ମୁଁ ତୁମ୍ଭମାନଙ୍କୁ କହିବାକୁ ଚାହେଁ ଯେ, ରକ୍ତ ମାଂସ ଶରୀର ଧରି ଆମ୍ଭେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇ ପାରିବା ନାହିଁ, କାରଣ ନଶ୍ୱର ବସ୍ତୁ ଅବିନଶ୍ୱରତା ଲାଭ କରିପାରେ ନାହିଁ।


ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି:


ବରଞ୍ଚ ସେମାନେ ଏକ ଉତ୍କୃଷ୍ଟତର ଦେଶକୁ, ଅର୍ଥାତ୍ ସ୍ୱର୍ଗୀୟ ଦେଶକୁ ଯିବା ପାଇଁ ଆକାଂକ୍ଷା କରୁତିଲେ। ତେଣୁ ସେମାନେ ଈଶ୍ୱରଙ୍କୁ ନିଜଗର ଈଶ୍ୱର ବୋଲି ସମ୍ପୋଧନ କରିବା ଦ୍ୱାରା ସେ ଲଜ୍ଜିତ ହୋଇ ନ ଥିଲେ। ବାସ୍ତବିକ, ଈଶ୍ୱର ସେମାନଙ୍କ ନିମନ୍ତେ ଏକ ନଗରୀ ପ୍ରସ୍ତୁତ କରି ରଖିଥିଲେ।


କିନ୍ତୁ ତୁମ୍ଭେମାନେ ଆସିଛ ସିୟୋନ ପବିତକୁ, ଜୀବନ୍ତ ଈଶ୍ୱରଙ୍କ ନଗରୀ ସ୍ୱର୍ଗୀୟ ଯିରୂଶାଲମକୁ, ଯେଉୂଁଠାରେ ସହସ୍ର ସହସ୍ର ସ୍ୱର୍ଗଦୂତମାନଙ୍କର ସମାବେଶ।


ଏହି ଉପାୟରେ ଆମ ପ୍ରଭୁ ଓ ତଆଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ତ୍ନ୍ ରାଜ୍ୟରେ ପ୍ରବେଶ କରିବାକୁ ତୁମେ ପୂର୍ଣ୍ଣ ଅଧିକାର ପାଇବ।


କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।


Swiv nou:

Piblisite


Piblisite