Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:11 - ପବିତ୍ର ବାଇବଲ (CL) NT (BSI)

11 “ହେ ଗାଲିଲୀୟମାନେ, କାହିଁକି ଏଠାରେ ଠିଆ ହୋଇ ଆକାଶକୁ ଚାହିଁ ରହିଛ? ଯୀଶୁ ତୁମ୍ଭମାନଙ୍କ ନିକଟକୁ ଯାଇ ସ୍ୱର୍ଗରେ ଗୃହୀତ ହୋଇଅଛନ୍ତି। କିନ୍ତୁ ସେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବା ତୁମ୍ଭେମାନେ ଦେଖିଲ, ଠିକ୍ ସେହି ପ୍ରକାରେ ସେ ପୁଣି ଫେରି ଆସିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ଵର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ଵର୍ଗକୁ ଯିବାର ଦେଖିଲ, ସେ ସେହିପ୍ରକାରେ ଆଗମନ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।

Gade chapit la Kopi

ପବିତ୍ର ବାଇବଲ

11 ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”

Gade chapit la Kopi




ପ୍ରେରିତ 1:11
23 Referans Kwoze  

ଦେଖ, ସେ ମେଘମାଳାରେ ଆସୁଅଛନ୍ତି - ପୃଥିବୀବାସୀ ସମସ୍ତେ ତାଙ୍କୁ ଦେଖିବେ; ଏପରି କି ଯେଉଁମାନେ ତାଙ୍କୁ ବଦ୍ଧ କରିଥିଲେ, ସେମାନେ ମଧ୍ୟ ତାଙ୍କୁ ଦେଖି ଭୟବିହ୍ୱଳ ହୋଇ ବିଳାପ କରିବେ। ଏ ସବୁ ନିଶ୍ଚୟ ଘଟିବ - ଆମେନ୍।


ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ;


ସେତେବେଳେ ମନୁଷ୍ୟପୁତ୍ର ଗୌରବ ଓ ମହାପରାକ୍ରମରେ ମେଘମାଳାରେ ଆସିବେ।


ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ।


“ଯେତେବେଳେ ମନୁଷ୍ୟପୁତ୍ର ରାଜା ହୋଇ ତାଙ୍କର ସ୍ୱର୍ଗଦୂତମାନଙ୍କ ସହିତ ଆସିବେ, ସେ ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ ଏବଂ


ତା’ପରେ ମନୁଷ୍ୟପୁତ୍ରଙ୍କ ସଙ୍କେତ ଆକାଶରେ ଦେଖାଯିବ ଏବଂ ମନୁଷ୍ୟପୁତ୍ର ମେଘମାଳା ମଧ୍ୟରେ ମହା ପରାକ୍ରମ ଓ ଗୌରବ ସହ ଆସୁଥିବା ଦେଖି ସବୁ ଜାତିର ଲୋକେ ବିଳାପ କରିବେ।


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ତା’ପରେ ମନୁଷ୍ୟପୁତ୍ର ମହାପରାକ୍ରମ ଓ ଗୌରବରେ ମେଘମାଳା ମଧ୍ୟରେ ଆସିବେ।


ଅନେକ ଦିନ ପର୍ଯ୍ୟନ୍ତ ତାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସେ ଦେଖାଦେଲେ। ବର୍ତ୍ତମାନ ସେମାନେ ଇଶ୍ରାଏଲ ଲୋକମାନଙ୍କ ନିକଟରେ ତାଙ୍କ ସାକ୍ଷୀ ଅଟନ୍ତି।


ଭୟଭୀତ ହୋଇ ସ୍ତ୍ରୀ ଲୋକମାନେ ନତମସ୍ତକ ହୋଇ ଠିଆହେଲେ। ଦିବ୍ୟପୁରୁଷମାନେ ସେମାନଙ୍କୁ କହିଲେ, “ଯେ ଜୀବିତ, ତୁମ୍ଭେମାନେ ତାଙ୍କୁ ମୃତମାନଙ୍କ ମଧ୍ୟରେ କାହିଁକି ଖୋଜୁଛ?


ପିତର ସେମାନଙ୍କୁ ଦେଖି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ତୁମେ କାହିଁକି ଏଥିରେ ଆଶ୍ଚର୍ଯ୍ୟ ହୋଇ ଆମ୍ଭମାନଙ୍କ ଆଡ଼େ ଏପରି ଚାହିଁ ରହିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ ନିଜ ଶକ୍ତିରେ ବା ଆମ ଈଶ୍ୱରପରାୟଣତା ହେତୁ ଆମେ ଏହି ଲୋକକୁ ଚାଲିବା ଶକ୍ତି ଦେଇଛୁ?


ହତବୁଦ୍ଧି ଓ ବିସ୍ମିତ ହୋଇ ସେମାନେ ପଚାରିଲେ, “ଏ ପ୍ରକାର କଥା କହୁଥିବା ଏ ଲୋକମାନେ କ’ଣ ଗାଲିଲୀୟ ନୁହଁନ୍ତି?


ପିତର ପୁନର୍ବାର ନାସ୍ତି କଲେ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ତୁମେ ତାଙ୍କ ଦଳର ବୋଲି ନାସ୍ତି କରି ପାରିବ ନାହିଁ। କାରଣ ତୁମେ ମଧ୍ୟ ଗାଲିଲୀର ଲୋକ।”


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।”


ସେମାନଙ୍କୁ ଏହି ସବୁ କଥା କହିବା ପରେ ପ୍ରଭୁ ଯୀଶୁ ସ୍ୱର୍ଗକୁ ଉନ୍ନୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେଲେ।


ସ୍ୱର୍ଗାରୋହଣ କରିବା ପର୍ଯ୍ୟନ୍ତ ଯେଉଁସବୁ କାର୍ଯ୍ୟ କରିଥିଲେ ଓ ଶିକ୍ଷା ଦେଇଥିଲେ, ସେସବୁ ବିଷୟରେ ଲେଖିଥିଲି। ସ୍ୱର୍ଗାରୋହଣ ପୂର୍ବରୁ ଯେଉଁମାନଙ୍କୁ ସେ ନିଜର ଶିଷ୍ୟ ରୂପେ ମନୋନୀତ କରିଥିଲେ, ସେମାନଙ୍କୁ ସେ ପବିତ୍ରଆତ୍ମାଙ୍କ ଶକ୍ତିରେ ଶିକ୍ଷା ଦେଇଥିଲେ।


ଏହା କହିବା ପରେ ଯୀଶୁଙ୍କୁ ସ୍ୱର୍ଗକୁ ନୀତ ହେବା ସେମାନେ ଦେଖିଲେ ଏବଂ ଖଣ୍ଡେ ମେଘର ଅନ୍ତରାଳରେ ସେ ସେମାନଙ୍କୁ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


ପୁରାକାଳର ଧାର୍ମିକ ଭାବବାଦୀମାନଙ୍କ ଦ୍ୱାରା ଈଶ୍ୱରଙ୍କ ଘୋଷଣାନୁସାରେ ସମସ୍ତ ବିଷୟର ନବୀକରଣ ହେବା ପର୍ଯ୍ୟନ୍ତ ସେ ସ୍ୱର୍ଗରେ ଅବସ୍ଥାନ କରିବେ।


ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


Swiv nou:

Piblisite


Piblisite