Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:8 - ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ତୁମ୍ଭମାନଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ, ତୁମ୍ଭେମାନେ ଶକ୍ତିରେ ପୂର୍ଣ୍ଣ ହେବ ଏବଂ ଯିରୂଶାଲମ, ଯିହୁଦା ଓ ଶମିରୋଣ ଓ ପୃଥିବୀର ଶେଷସୀମା ପର୍ଯ୍ୟନ୍ତ ମୋ’ ପାଇଁ ତୁମ୍ଭେମାନେ ସାକ୍ଷୀ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”

Gade chapit la Kopi




ପ୍ରେରିତ 1:8
34 Referans Kwoze  

ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି।


ଆମ୍ଭେମାନେ ଏ ସମସ୍ତ ବିଷୟର ସାକ୍ଷୀ ଅଟୁ। ପୁଣି ଯେଉଁ ପବିତ୍ରଆତ୍ମାଙ୍କୁ ଈଶ୍ୱର ତାଙ୍କର ଆଜ୍ଞାକାରୀମାନଙ୍କୁ ଦାନ କରିଛନ୍ତି, ସେ ମଧ୍ୟ ଏହାର ସାକ୍ଷୀ।”


ମହାଶକ୍ତିରେ ପ୍ରେରିତ ଶିଷ୍ୟମାନେ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ ଏବଂ ଈଶ୍ୱର ସେମାନଙ୍କ ଉପରେ ପ୍ରଚୁର ଆଶୀର୍ବାଦ ଢାଳି ଦେଲେ।


ଈଶ୍ୱରଙ୍କଠାରୁ ବହୁଳଭାବେ ଆଶୀର୍ବାଦପ୍ରାପ୍ତ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇଥିବା ସ୍ତିଫାନ୍, ଲୋକମାନଙ୍କ ମଧ୍ୟରେ ଅନେକ ଅଲୌକିକ ଓ ଆଶ୍ଚର୍ଯ୍ୟକାର୍ଯ୍ୟ ସାଧନ କଲେ।


ମୁଁ ପ୍ରଶ୍ନ କରେ: ସେମାନେ କଅଣ ସେହି ବାର୍ତ୍ତା ଶୁଣି ନାହାନ୍ତି? ନିଶ୍ଚୟ ଶୁଣିଛନ୍ତି, କାରଣ ଶାସ୍ତ୍ରରେ ଲେଖାଅଛି: “ସେମାନଙ୍କ ସ୍ୱର ଜଗତ ସାରା ବ୍ୟାପି ଯାଇଛି, ସେମାନଙ୍କ କଥା ପୃଥିବୀର ଶେଷ ପ୍ରାନ୍ତ ଯାଏ ଶୁଣାଯାଇଛି।”


ତୁମେ ମଧ୍ୟ ମୋ’ ବିଷୟରେ ସାକ୍ଷ୍ୟ ଦେବ, କାରଣ ଆରମ୍ଭରୁ ତୁମେ ସବୁ ମୋ’ ସହିତ ରହିଛ।


ଶୁଣ! ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଇଛୁ, ଯେପରି ତୁମ୍ଭେମାନେ ସାପ ଓ କଙ୍କଡ଼ା ବିଛା ଉପରେ ଚାଲି ପାରିବ ଓ ଶତ୍ରୁ ଶୟତାନର ସମସ୍ତ ଶକ୍ତି ଉପରେ ଜୟଲାଭ କରିବ ଏବଂ କୌଣସି ବିଷୟ ତୁମର କ୍ଷତି କରି ପାରିବ ନାହିଁ।


ଯୋହନ ଜଳରେ ଦୀକ୍ଷିତ କରାଇଲେ, କିନ୍ତୁ ଅଳ୍ପ ଦିନ ମଧ୍ୟରେ ତୁମ୍ଭେମାନେ ପବିତ୍ରଆତ୍ମାରେ ଦୀକ୍ଷିତ ହେବ।”


ଈଶ୍ୱରଙ୍କ ରାଜ୍ୟ ବିଷୟରେ ଶୁଭବାର୍ତ୍ତା ସମଗ୍ର ମାନବ ଜାତି ପାଇଁ ସତ୍ୟ ସାକ୍ଷ୍ୟ ରୂପେ ସାରା ଜଗତରେ ପ୍ରଚାରିତ ହେବ। ତା’ପରେ ଯାଇ ଯୁଗାବସାନ ଘଟବ।”


ଈଶ୍ୱର ଏହି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ଆମେ ସମସ୍ତେ ଏହାର ସାକ୍ଷୀ।


କାରଣ ତୁମେ ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କ ନିକଟରେ ପ୍ରକାଶ କରିବା ପାଇଁ ତୁମେ ତାଙ୍କର ସାକ୍ଷୀ ହେବ।


ଅନେକ ଦିନ ପର୍ଯ୍ୟନ୍ତ ତାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସେ ଦେଖାଦେଲେ। ବର୍ତ୍ତମାନ ସେମାନେ ଇଶ୍ରାଏଲ ଲୋକମାନଙ୍କ ନିକଟରେ ତାଙ୍କ ସାକ୍ଷୀ ଅଟନ୍ତି।


ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ଯେ ଜୀବନର ପଥପ୍ରଦର୍ଶକ, ତୁମେ ତାଙ୍କୁ ବଧ କଲ; କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଆମେ ଏହାର ସାକ୍ଷୀ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ସେହି ଦିନଠାରୁ ଯିରୁଶାଲମର ମଣ୍ଡଳୀ ପ୍ରତି ନିଷ୍ଠୁର ଉତ୍ପୀଡ଼ନ ଆରମ୍ଭ ହେଲା। ପ୍ରେରିତ ଶିଷ୍ୟମାନଭ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୁଦା ଓ ଶମିରୋଣ ଅଞ୍ଚଳରେ ଛିନ୍ନଭିନ୍ନ ହୋଇଗଲେ।


କିନ୍ତୁ ସେମାନେ ତାଙ୍କୁ ଅଟକାଇ କହିଲେ, “ଦିନ ପ୍ରାୟ ଶେଷ ହେବା ଉପରେ। ଅନ୍ଧାର ହୋଇ ଆସୁଛି, ଆପଣ ଆମ ସହିତ ରହିଯା’ନ୍ତୁ।” ତେଣୁ ସେ ସେମାନଙ୍କ ସହିତ ରହିବା ପାଇଁ ଭିତରକୁ ଗଲେ।


Swiv nou:

Piblisite


Piblisite