Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:4 - ପବିତ୍ର ବାଇବଲ (CL) NT (BSI)

4 ସେ ଭୟରେ ସ୍ୱର୍ଗଦୂତଙ୍କ ଆଡ଼କୁ ଚାହିଁ କହିଲେ, “ଆଜ୍ଞା କଅଣ କହୁଛନ୍ତି?” ସ୍ୱର୍ଗଦୂତ ଉତ୍ତର ଦେଲେ, “ଈଶ୍ୱର ତୁମର ପ୍ରାର୍ଥନା ଓ ଦାନଶୀଳତାରେ ସନ୍ତୁଷ୍ଟ ଓ ଏହାର ପ୍ରତିଦାନ ଦେବା ପାଇଁ ପ୍ରସ୍ତୁତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି।

Gade chapit la Kopi

ଓଡିଆ ବାଇବେଲ

4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।

Gade chapit la Kopi

ପବିତ୍ର ବାଇବଲ

4 କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି।

Gade chapit la Kopi




ପ୍ରେରିତ 10:4
24 Referans Kwoze  

କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର;


ଈଶ୍ୱର ଅନ୍ୟାୟକରନ୍ତି ନାହିଁ। ତୁମ୍ଭମାନଙ୍କର କାର୍ଯ୍ୟ, ବିଶେଷ କରି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରି ଈଶ୍ୱରଙ୍କ ପ୍ରତି ତୁମେ ଯେଉଁ ପ୍ରେମ ପ୍ରକାଶ କରି ଆସିଛ, ତାହା ସେ ଭଳଲିବେ ନାହିଁ।


‘କର୍ଣ୍ଣୀଲିୟ! ଈଶ୍ୱର ତୁମ ପ୍ରାର୍ଥନା ଶୁଣିଅଛନ୍ତି ଓ ତୁମର ସେବାକାର୍ଯ୍ୟ ଲକ୍ଷ୍ୟ କରିଛନ୍ତି।


ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା।


ତୁମଠାରୁ ମୁଁ ପାଇଥିବା ସମସ୍ତ ଦାନ ପାଇଁ ପ୍ରାପ୍ତି ସ୍ୱୀକାର ଜଣାଉଛି। ତାହା ମୋ’ ନିମନ୍ତେ ଯଥେଷ୍ଟରୁ ଅଧିକ ହୋଇଛି। ଏପାଫ୍ରଦିତ୍ଙ୍କ ହାତରେ ତୁମେ ପଠାଇ ଥିବା ଦାନ ମୋର ସମସ୍ତ ଅଭାବ ପୂରଣ କରିଛି। ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ସୁଗନ୍ଧି ନୈବେଦ୍ୟ ଓ ତାଙ୍କ ଗ୍ରହଣଯୋଗ୍ୟ ତଥା ସନ୍ତୋଷଜନକ ବଳିଦାନ ସଦୃଶ।


ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ।


ସ୍ୱର୍ଗଦୂତଙ୍କ ବାର୍ତ୍ତା ଶୁଣି ମରିୟମ ଅତିଶୟ ବିଚଳିତ ଓ ବିସ୍ମିତ ହୋଇ ଭାବିଲେ, ଏ କି ପ୍ରକାର ସମ୍ଭାଷଣ? ଏହାର ଅର୍ଥ କ’ଣ?


ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ସମଗ୍ର ଜଗତରେ ଯେ କୌଣସି ସ୍ଥାନରେ ଏହି ସୁସମାଚାର ପ୍ରଚାରିତ ହେବ, ଏହି ସ୍ତ୍ରୀ ଲୋକ ଯାହା କରିଛି, ତାକୁ ସ୍ମରଣ କରି ତାହା ମଧ୍ୟ ଉଲ୍ଲେଖ କରାଯିବ।”


ମୁଁ ପଚାରିଲି, ‘ପ୍ରଭୁ, ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ, ଦାମାସ୍କସ୍କୁ ଯାଅ, ଈଶ୍ୱର ତୁମ ପାଇଁ ଯେଉଁ କାର୍ଯ୍ୟ ନିରୂପଣ କରିଛନ୍ତି, ସେଠାରେ ତୁମକୁ ତାହା ଜଣାଇ ଦିଆଯିବ।’


ଭୟଭୀତ ହୋଇ ସ୍ତ୍ରୀ ଲୋକମାନେ ନତମସ୍ତକ ହୋଇ ଠିଆହେଲେ। ଦିବ୍ୟପୁରୁଷମାନେ ସେମାନଙ୍କୁ କହିଲେ, “ଯେ ଜୀବିତ, ତୁମ୍ଭେମାନେ ତାଙ୍କୁ ମୃତମାନଙ୍କ ମଧ୍ୟରେ କାହିଁକି ଖୋଜୁଛ?


ସେମାନେ ତାହାକୁ ସ୍ଥିର ଦୃଷ୍ଟିରେ ଚାହିଁଲେ ଓ ପିତର କହିଲେ, “ଆମ ଆଡ଼କୁ ଚାହଁ!”


ସେଠାରେ ବସି ସେ ପାଉଲଙ୍କ ଶିକ୍ଷା ଶୁଣୁଥିଲା। ତା’ ମନରେ ବିଶ୍ୱାସ ଜନ୍ମିଛି ଓ ସେ ସୁସ୍ଥ ହୋଇପାରିବ ବୋଲି ପାଉଲ ଜାଣିପାରିଲେ।


Swiv nou:

Piblisite


Piblisite