Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:11 - ପବିତ୍ର ବାଇବଲ (CL) NT (BSI)

11 ବର୍ତ୍ତମାନ ତୁ ଈଶ୍ୱରଙ୍କ ହସ୍ତରେ ଦଣ୍ଡିତ ହେବୁ। ତୁ ଅନ୍ଧ ହୋଇ କିଛି ସମୟ ପର୍ଯ୍ୟନ୍ତ ଦିବସରେ ଆଲୋକ ଦେଖିପାରିବୁ ନାହିଁ।” ସେହିକ୍ଷଣି ଏଲୀମାସର ଚକ୍ଷୁ ଘନ କୁହୁଡ଼ିରେ ଆଚ୍ଛନ୍ନ ହେବା ଭଳି ସେ ଅନୁଭବ କଲା ଓ ତା’ର ହାତ ଧରି ବାଟ କଢ଼ାଇ ନେବା ପାଇଁ ଜଣକୁ ଖୋଜିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାକୁ ଘୋଡ଼ାଇ ପକାଇଲା, ତେଣୁ ତାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେତେଣେ ଦରାଣ୍ତି ଲୋକ ଖୋଜିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

11 ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହୋଇଯିବ ଓ କିଛି ସମୟ ପାଇଁ ସୂର୍ଯ୍ୟ ଆଲୁଅ ମଧ୍ୟ ଦେଖି ପାରିବ ନାହିଁ।” ପ୍ରକୃତରେ ଅଲ୍ଲୀମାଙ୍କୁ ହଠାତ୍ ସବୁ ଅନ୍ଧାର ଦେଖାଗଲା ଓ ସେ ଏଣେତେଣେ ଅଣ୍ଡାଳି ହେବାକୁ ଲାଗିଲେ। ସେ ଅନ୍ଧାରରେ ଅଣ୍ଡାଳି ଅଣ୍ଡାଳି ଗୋଟିଏ ଲୋକ ଖୋଜିଲେ, ଯିଏ କି ତାହାଙ୍କ ହାତ ଧରି ବାଟ ଦେଖାଇ ପାରିବ।

Gade chapit la Kopi




ପ୍ରେରିତ 13:11
18 Referans Kwoze  

ଚିରଞ୍ଜୀବୀ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବା କେଡ଼େ ଭୟାନକ।


ଏହି ଶଠ ଶିକ୍ଷକମାନେ ଶୁଷ୍କ ଝରଣା ପରି ଓ ବତାସରେ ଚାଳିତ ମେଘ ସଦୃଶ। ଈଶ୍ୱର ଏମାନଙ୍କ ପାଇଁ ଘୋର ଅନ୍ଧାକାରମୟ ଗହ୍ନରରେ ସ୍ଥାନ ନିରୂପଣ କରିଅଛନ୍ତି।


ଯୀଶୁ କହିଲେ, “ମନୁଷ୍ୟର ବିଚାର ପାଇଁ ମୋର ଆଗମନ। ଅନ୍ଧମାନେ ଦୃଷ୍ଟି ଶକ୍ତି ପାଇବେ, କିନ୍ତୁ ଅନେକେ ଚକ୍ଷୁ ଥାଇ ସୁଦ୍ଧା ଅନ୍ଧ ହେବେ।”


ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।


ହନନିୟ ଗଲେ, ଶାଉଲ ଥିବା ଗୃହରେ ପ୍ରବେଶ କରି ତାଙ୍କ ଉପରେ ହାତ ରଖିଲେ। ସେ କହିଲେ, “ଭାଇ ଶାଉଲ, ଏଠାକୁ ଆସିବା ପଥରେ ଯେଉଁ ପ୍ରଭୁ ଯୀଶୁ ତୁମକୁ ଦର୍ଶନ ଦେଲେ, ସେ ମୋତେ ପଠାଇଛନ୍ତି, ଯେପରି ଆଉ ଥରେ ତୁମେ ଦୃଷ୍ଟି ପାଇବ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହେବ।”


Swiv nou:

Piblisite


Piblisite