Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:5 - ପବିତ୍ର ବାଇବଲ (CL) NT (BSI)

5 ଫଳରେ ମଣ୍ଡଳୀଗୁଡ଼ିକ ବିଶ୍ୱାସରେ ଆହୁରି ବଳିଷ୍ଠ ହେଲେ ଓ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

5 ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ।

Gade chapit la Kopi




ପ୍ରେରିତ 16:5
23 Referans Kwoze  

ଯିହୁଦା, ଗାଲିଲୀ ଓ ଶମିରୋଣରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀମାନଙ୍କ ପାଇଁ ସେ ସମୟର ପରିସ୍ଥିତି ଶାନ୍ତ ଥିଲା ଏବଂ ପବିତ୍ରଆତ୍ମାଙ୍କ ଆନୁକୂଲ୍ୟରେ ସେମାନଙ୍କର ସଦସ୍ୟ ସଂଖ୍ୟା ବୃଦ୍ଧି ପାଇଲା ଓ ସେମାନେ ସୁଦୃଢ଼ ହେଲେ। ଖ୍ରୀଷ୍ଟ ବିଶ୍ୱାସୀମାନେ ପ୍ରଭୁଙ୍କ ପ୍ରତି ଭୟ ଭକ୍ତିରେ ଜୀବନଯାପନ କଲେ।


ଈଶ୍ୱରଙ୍କ ପ୍ରଶଂସା କରି ଜଣେ ଅନ୍ୟ ଜଣର ଗୃହରେ ପାନ ଭୋଜନ କରୁଥିଲେ। ସେମାନେ ସମସ୍ତଙ୍କର ବିଶ୍ୱାସଭାଜନ ହେଲେ ଏବଂ ଦିନକୁ ଦିନ ପରିତ୍ରାଣପ୍ରାପ୍ତ ଲୋକମାନଙ୍କୁ ପ୍ରଭୁ ସେମାନଙ୍କ ଦଳରେ ଯୋଗ ଦେଲେ।


ଏହିପରି ଭାବରେ ଈଶ୍ୱରଙ୍କ ବାକ୍ୟ ପ୍ରସାର ଲାଭ କଲା। ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅଧିକରୁ ଅଧିକ ବଢ଼ିବାକୁ ଲାଗିଲା; ବହୁସଂଖ୍ୟକ ଯାଜକ ମଧ୍ୟ ଖ୍ରୀଷ୍ଟ ବିଶ୍ୱାସୀ ହେଲେ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ସେ ମଣ୍ଡଳୀଗୁଡ଼ିକୁ ବଳିଷ୍ଠ କରି ସିରିଆ ଓ ସିଲିଷୀଆ ମଧ୍ୟ ଦେଇ ଯାତ୍ରା କଲେ।


ଯେହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ରୂପେ ଗ୍ରହଣ କରିଛ, ତାଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କର।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।


ଏହି ସମୟ ମଧ୍ୟରେ ଈଶ୍ୱରଙ୍କ ବାକ୍ୟ ବିକଶିତ ହୋଇ ପ୍ରସାର ଲାଭ କଲା।


ନାନାଦି ଭ୍ରାନ୍ତିମୂଳକ ଧର୍ମଶିକ୍ଷା ତୁମ୍ଭମାନଙ୍କୁ ସତ୍ପଥରୁ ବିଚ୍ୟୁତ ନ କରୁ। ଈଶ୍ୱରଙ୍କ ଅନୁଗ୍ରହରୁ ଅନ୍ତରାତ୍ମା ପାଇଁ ଶକ୍ତି ସଂଗ୍ରହ କରିବା ମଙ୍ଗଳ, ଖାଦ୍ୟପେୟ ସମ୍ବନ୍ଧୀୟ ନିୟମ ପାଳନ ଦ୍ୱାରା ଏହା ହୋଇପାରେ ନାହିଁ।ଉକ୍ତ ବାହ୍ୟିକ ବିଧିସବୁ ପାଳନ କରୁଥିବା ଲୋକମାନେ ସେଥିରୁ କୌଣସି ଉପକାର ପାଇ ନାହିଁନ୍ନତି।


ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,


ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।


କିନ୍ତୁ ତୁମକୁ ବଳିଷ୍ଠ କରିବାକୁ ଓ ତୁମର ବିଶ୍ୱାସ ଦୃଢ଼ କରିବା ପାଇଁ ତୁମ ନିକଟକୁ ଆମ ଭାଇ ତୀମଥିଙ୍କୁ ପଠାଇବୁ। ସେ ଆମ ସହିତ ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରି ଈଶ୍ୱରଙ୍କ ସେବା କରୁଛନ୍ତି।


ଆମେ ସ୍ୱାଧୀନ। ଖ୍ରୀଷ୍ଟ ଆମକୁ ସ୍ୱାଧୀନ କରି ଅଛନ୍ତି। ତେଣୁ ତୁମ୍ଭେମାନେ ସ୍ୱାଧୀନତାରେ ଅଟଳ ରୁହ। ପୁନର୍ବାର ଦାସତ୍ୱ ବନ୍ଧନରେ ଆବଦ୍ଧ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ।


ଈଶ୍ୱରଙ୍କ ଶକ୍ତି ସେମାନଙ୍କ ସହିତ ଥିଲା ଓ ବହୁସଂଖ୍ୟକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ମନ ଫେରାଇଲେ।


ତଥାପି ଈଶ୍ୱରଙ୍କଠାରେ ବିଶ୍ୱାସ କରୁଥିବା ଅନେକ ସ୍ତ୍ରୀ ଓ ପୁରୁଷ ଦଳରେ ପ୍ରବେଶ କଲେ ଓ ଉକ୍ତ ବିଶ୍ୱାସୀ ଦଳ ଦିନକୁ ଦିନ ବଢ଼ିବାକୁ ଲାଗିଲା।


କିନ୍ତୁ ଅନେକ ଲୋକ ସେମାନଙ୍କ ଶିକ୍ଷା ଶୁଣି ସେଥିରେ ବିଶ୍ୱାସ କଲେ ଓ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇ ପ୍ରାୟ ପ୍ରାୟ ପାଞ୍ଚ ହଜାର ହେଲା।


Swiv nou:

Piblisite


Piblisite