Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:5 - ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ଇହୁଦୀମାନେ ଈର୍ଷାତୁର ହେଲେ ଓ କେତେକ ଦୁଷ୍ଟ ପ୍ରକୃତିର ଲୋକମାନଙ୍କୁ ଠୁଳ କରି ସମଗ୍ର ନଗରରେ ଉତ୍ତେଜନା ସୃଷ୍ଟି କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଖୋଜି ଲୋକମାନଙ୍କ ନିକଟକୁ ଆଣିବା ପାଇଁ ଯେସନ୍ ନାମକ ଜଣେ ଲୋକର ଘରକୁ ଆକ୍ରମଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ଯିହୁଦୀମାନେ ଈର୍ଷାରେ ଜ୍ଵଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ତଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ଅବିଶ୍ୱାସୀ ଯିହୂଦୀୟମାନେ ଈର୍ଷାପରାୟଣ ହୋଇ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ୟରୁ ଗୋଟିଏ ଦଳ ଏକାଠି କଲେ ଓ ନଗରରେ ଗଣ୍ଡଗୋଳ ସୃଷ୍ଟିକଲେ। ସେମାନେ ନଗରରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେଷ୍ଟା କଲେ।

Gade chapit la Kopi




ପ୍ରେରିତ 17:5
26 Referans Kwoze  

ତେଣୁ ଗର୍ବ କରିବା ବା ଅନ୍ୟମାନଙ୍କୁ ବିରକ୍ତ କରିବା ବା କାହାକୁ ଈର୍ଷା କରିବା ଆମର ଉଚିତ ନୁହେଁ।


କିନ୍ତୁ ଯେତେବେଳେ ଥେସଲନିକୀୟ ଇହୁଦୀମାନେ ଶୁଣିଲେ ଯେ ବେରିଆରେ ମଧ୍ୟ ପାଉଲ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରୁଛନ୍ତି, ସେମାନେ ସେଠାକୁ ଆସି ଗଣ୍ଡଗୋଳ କରିବା ପାଇଁ ଲୋକମାନଙ୍କୁ ମତାଇଲେ।


ସେମାନେ ପରଶ୍ରୀକାତର, ମତୁଆଳ, ରଙ୍ଗରସପ୍ରିୟ ଏବଂ ସେହି ଭଳି ଅନ୍ୟାନ୍ୟ ଦୁଷ୍କର୍ମରେ ଲିପ୍ତ ଥାଆନ୍ତି। ମୁଁ ପୂର୍ବ ପରି ବର୍ତ୍ତମାନ ମଧ୍ୟ ତୁମ୍ଭମାନଙ୍କୁ ସାବଧାନ କରି ଦେଉଛି। ଯେଉଁମାନେ ଏପରି କାର୍ଯ୍ୟସବୁ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇପାରିବେ ନାହିଁ।


ମୋର ସହକର୍ମୀ ତୀମଥି ଓ ଆମର ଇହୁଦୀ ଭାଇମାନେ ଲୁକିୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଛନ୍ତି।


ଯେସନ୍ ସେମାନଙ୍କୁ ତା’ ଘରେ ରଖିଛି। ଯୀଶୁ ନାମରେ ଆଉ ଜଣେ ରାଜା ଅଛନ୍ତି ବୋଲି କହି ସେମାନେ ସମ୍ରାଟଙ୍କ ସମସ୍ତ ନିୟମ ଲଙ୍ଘନ କରୁଛନ୍ତି।”


କିନ୍ତୁ ଅବିଶ୍ୱାସୀ ଇହୁଦୀମାନେ ଅଣଇହୁଦୀମାନଙ୍କୁ ବିଭ୍ରାନ୍ତ କରି ସେମାନଙ୍କୁ ବିଶ୍ୱାସୀମାନଙ୍କ ବିରୁଦ୍ଧରେ ମତାଇଲେ।


ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ?


ଆଜି ଯାହା ଘଟିଛି, ସେଥିରେ ଆମ ବିରୁଦ୍ଧରେ ହିଂସାକାଣ୍ଡ ଘଟାଇବା ଅଭିଯୋଗର ଆଶଙ୍କା ଅଛି; ଆମ୍ଭେମାନେ ଏହି ସମସ୍ତ ଗଣ୍ଡଗୋଳର କୌଣସି ଯଥାର୍ଥ କାରଣ ଦର୍ଶାଇ ପାରିବୁ ନାହିଁ।”


ଗାଲିୟୋ ଆଖାୟାର ରୋମୀୟ ଶାସକ ଥିବା ସମୟରେ, ଇହୁଦୀମାନେ ଏକତ୍ରିତ ହୋଇ ପାଉଲଙ୍କୁ ଧରି ବିଚାରାଳୟକୁ ନେଲେ।


ପିସିଦିଆର ଆଣ୍ଟିୟୋଖ ଓ ଇକନିୟରୁ କେତେକ ଇହୁଦୀ ଆସିଥିଲେ, ସେମାନେ ଜନତାକୁ ମତାଇ ପାଉଲଙ୍କୁ ପ୍ରସ୍ତରାଘାତ କଲେ ଓ ତାଙ୍କୁ ମୃତ ବୋଲି ଭାବି ସହର ବାହାରକୁ ଘୋଷାରି ନେଲେ।


ଜନଗହଳି ଦେଖି ଇହୁଦୀମାନେ ଈର୍ଷାନ୍ୱିତ ହେଲେ ଓ ପାଉଲଙ୍କ କଥାରେ ପ୍ରତିବାଦ କରି ତାଙ୍କୁ ଅପମାନିତ କଲେ।


ଶାସ୍ତ୍ରର ଏହି ଉକ୍ତିରେ କ’ଣ ସତ୍ୟତା ନାହିଁ ବୋଲି ମନେ କରୁଛ, “ଈଶ୍ୱର ଆମ୍ଭମାନଙ୍କଠାରେ ଯେଉଁ ଆତ୍ମା ସ୍ଥାପନ କରିଛନ୍ତି, ତାହାକୁ ସମ୍ପୁର୍ଣ୍ଣ ଅଧିକାର କରିବା ପାଇଁ ସେ ଉତ୍କଣ୍ଠିତ?”


“ଯାକୁବଙ୍କର ପୁତ୍ରମାନେ ସେମାନଙ୍କର ଭାଇ ଯୋସେଫ ପ୍ରତି ଈର୍ଷାନ୍ୱିତ ହୋଇ ତାଙ୍କୁ ମିସର ଦେଶରେ କ୍ରୀତଦାସ ରୂପେ ବିକ୍ରୀ କଲେ।


କିନ୍ତୁ ସେଠାରେ ପାଉଲ ଓ ଶୀଲାଙ୍କୁ ନ ପାଇ, ସେମାନେ ଯେସନ୍ ଓ ଅନ୍ୟ କେତେକ ବିଶ୍ୱାସୀମାନଙ୍କୁ ନଗରର କର୍ତ୍ତୃପକ୍ଷମାନଙ୍କ ନିକଟକୁ ଟାଣି ନେଇ ଚିକ୍ରାର କରି କହିଲେ, “ଏହି ଲୋକମାନେ ଚାରିଆଡ଼େ ଗଣ୍ଡଗୋଳ କରୁଛନ୍ତି! ବର୍ତ୍ତମାନ ସେମାନେ ଆମ ନଗରକୁ ଆସିଛନ୍ତି ଓ


କର୍ତ୍ତୃପକ୍ଷମାନେ ଯେସନ୍ ଓ ବିଶ୍ୱାସୀମାନଙ୍କଠାରୁ ଅର୍ଥ ନେଇ ସେମାନଙ୍କୁ ଜାମିନ୍ରେ ଛାଡ଼ି ଦେଲେ।


ଅନେକ ଥର ଯାତ୍ରା ସମୟରେ ନଦୀ ବକ୍ଷରେ, ଦସ୍ୟୁମାନଙ୍କ ହାତରେ, ସ୍ୱଜାତି-ଇହୁଦୀ ଓ ପ୍ରାନ୍ତରରେ, ସମୁଦ୍ରରେ, ଶଠ ବନ୍ଧୁମାନଙ୍କ ଦ୍ୱାରା ବିପଦର ସମ୍ମୁଖୀନ ହୋଇଛି।


ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ।


Swiv nou:

Piblisite


Piblisite