Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:3 - ପବିତ୍ର ବାଇବଲ (CL) NT (BSI)

3 ପାଉଲ ସେମାନଙ୍କୁ ଦେଖା କରିବାକୁ ଯାଇ ସେମାନଙ୍କ ସହିତ ବାସ କଲେ, କାରଣ ସେ ମଧ୍ୟ ସେମାନଙ୍କ ପରି ତମ୍ବୁ ନିର୍ମାଣ କରି ଜୀବିକା ନିର୍ବାହ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।

Gade chapit la Kopi




ପ୍ରେରିତ 18:3
13 Referans Kwoze  

ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


କଠିନ ପରିଶ୍ରମ କରି ଆମେ ଦିନକୁ ଦିନ ଜୀର୍ଣ୍ଣଶୀର୍ଣ୍ଣ ହୋଇ ଯାଉଛୁ। କେହି ଆମକୁ ଅଭିଶାପ ଦେଲେ, ଆମେ ତାକୁ ଆଶୀର୍ବାଦ କରୁ। ନିର୍ଯ୍ୟାତିତ ହେଲେ, ସହ୍ୟ କରୁ।


ତୁମ୍ଭମାନଙ୍କ ସହିତ ଥିଲାବେଳେ ମୋର ଅଭାବ ପୂରଣ ପାଇଁ ମୁଁ କାହାକୁ ଭାରଗ୍ରସ୍ତ କରି ନାହିଁ। କାରଣ ମାସିଦୋନିଆରୁ ଆସିଥିବା ଭାଇମାନେ ମୋର ସମସ୍ତ ଅଭାବ ମେଣ୍ଟାଇ ଦେଇଥିଲେ। ଅତୀତ ପରି ଭବିଷ୍ୟତରେ ମଧ୍ୟ ମୁଁ କେବେହେଳେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କରିବି ନାହିଁ।


କେବଳ ଗୋଟିଏ ବିଷୟରେ ଅନ୍ୟାନ୍ୟ ମଣ୍ଡଳୀଠାରୁ ତୁମ୍ଭମାନଙ୍କ ସହିତ ମୋର ବ୍ୟବହାର ଭିନ୍ନ ହୋଇଛି। ଯଦି ଏହା ତୁମ୍ଭମାନଙ୍କ ପ୍ରତି ମୋର ପାତର ଅନ୍ତର ବ୍ୟବହାର, ତେବେ ଏଥିପାଇଁ ମୋତେ ଦୟା କରି କ୍ଷମା କର।


ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲାବେଳେ ମୁଁ ତୁମ୍ଭମାନଙ୍କଠାରୁ ଏହାର ମୂଲ୍ୟ ଦାବୀ କରି ନାହିଁ। ତୁମ୍ଭମାନଙ୍କର ଉନ୍ନତି ପାଇଁ ମୁଁ ନିଜକୁ ଅବନତ କରିଛି। ଏହା କ’ଣ ମୋର ଭୁଲ?


ସେହିପରିଭାବେ ସୁସମାଚାର ପ୍ରଚାରକମାନେ ଏହି କାର୍ଯ୍ୟ ଦ୍ୱାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁଙ୍କ ନିର୍ଦ୍ଦେଶ।


ମୁଁ କିନ୍ତୁ ଏହି ସୁଯୋଗ ସୁବିଧାରୁ ଗୋଟିଏ ହେଲେ ଉପଯୋଗ କରି ନାହିଁ କିମ୍ବା ସେଗୁଡ଼ିକୁ ଦାବୀ କରିବା ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଏହା ଲେଖୁ ନାହିଁ, ମୋର ଏହି ଦର୍ପ ନିରର୍ଥକ ବୋଲି କେହି ପ୍ରମାଣିତ କରି ଦେବା ଅପେକ୍ଷା ମରଣ ମୋ’ ପାଇଁ ଶ୍ରେୟସ୍କର।


ତେବେ ମୁଁ କି ପୁରସ୍କାର ପାଉଛି? ସମସ୍ତଙ୍କ ନିକଟରେ ବିନା ମୂଲ୍ୟରେ ସୁସମାଚାର ପ୍ରଚାର କରୁଛି, ଏହି ମୋର ପୁରସ୍କାର। ସେଥିପାଇଁ ସୁସମାଚାର ପ୍ରଚାର ଲାଗି ମୁଁ କୌଣସି ସୁଯୋଗ ସୁବିଧା ଉପଭୋଗ କରେ ନାହିଁ।


ଆଗରୁ ଯେପରି କହିଥିଲୁ, ଶାନ୍ତିରେ ଜୀବନ ଯାପନ କରିବା, ନିଜ କାର୍ଯ୍ୟରେ ମନୋନିବେଶ କରିବା ଓ ନିଜ ନିଜର ଜୀବିକା ଉପାର୍ଜନ କରିବା ତୁମ୍ଭମାନଙ୍କର ଲକ୍ଷ୍ୟ ହେଉ।


Swiv nou:

Piblisite


Piblisite