Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:9 - ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କଠିନମନା ଥିଲେ, ସେମାନେ ବିଶ୍ୱାସ କଲେ ନାହିଁ। ସେମାନେ ଦଳର ସମସ୍ତଙ୍କ ସାମ୍ନାରେ ପ୍ରଭୁଙ୍କର ମାର୍ଗ ବିଷୟରେ ଅପବାଦସୂଚକ କଥା କହିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି ବିଶ୍ୱାସମାନଙ୍କୁ ନେଇ ପ୍ରତିଦିନ ଟିରାନସ୍ ଭବନରେ ଆଲୋଚନା ଚଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

9 ମାତ୍ର ସେମାନଙ୍କ ଭିତରୁ କେତେକ ଜି‌ଦ୍‌ଖୋର ହୋଇ ବିଶ୍ୱାସ କଲେ ନାହିଁ। ସେମାନେ ଲୋକମାନଙ୍କ ଆଗରେ ଖ୍ରୀଷ୍ଟଙ୍କ ପଥ ବିଷୟରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି କେବଳ ଯୀଶୁଙ୍କର ଶିଷ୍ୟମାନଙ୍କୁ ସାଙ୍ଗରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟକୁ ଯାଇ ଆଲୋଚନା କରୁଥିଲେ।

Gade chapit la Kopi




ପ୍ରେରିତ 19:9
39 Referans Kwoze  

ଇତମଧ୍ୟରେ ପ୍ରଭୁ ଦେଖାଇ ଥିବା ମାର୍ଗ ବିଷୟ ନେଇ ଏଫିସସ୍ରେ ଭୟଙ୍କର ଗଣ୍ଡଗୋଳ ଉପୁଜିଲା।


ଦାମାସ୍କସ୍ର ଉପାସନା ଗୃହମାନଙ୍କରେ ପ୍ରଭୁଙ୍କ ଅନୁଗାମୀମାନଙ୍କୁ ପାଇଲେ ବନ୍ଦୀ କରି ଯିରୂଶାଲମକୁ ଧରି ଆଣିବା ପାଇଁ ପ୍ରଧାନ ଯାଜକଠାରୁ ଅନୁମତି ପତ୍ର ପାଇଲେ।


ଧରାଯାଇ ହାଣ ଖାଇବାକୁ ଯେଉଁ ପଶୁମାନଙ୍କର ଜନ୍ମ, ସେମାନଙ୍କ ପରି ଏହି ଶଠ ଶିକ୍ଷକମାନେ କେବଳ ପ୍ରବୃତ୍ତି ଦ୍ୱାରା ଚାଳିତ। ଯେଉଁ ବିଷୟ ବୁଝନ୍ତି ନାହିଁ, ତାହାକୁ ସେମାନେ ବିଦ୍ରୁପ କରନ୍ତି। କିନ୍ତୁ ସେମାନେ ବନ୍ୟପଶୁ ପରି ବିନଷ୍ଟ ହେବେ।


ନଗରର ଲୋକମାନେ ଦୁଇ ଦଳରେ ବିଭକ୍ତ ହେଲେ। ସେମାନଙ୍କ ମଧ୍ୟରୁ କେତେ ଜଣ ଇହୁଦୀମାନଙ୍କୁ ଓ ଆଉ କେତେକ ପ୍ରେରିତ ଶିଷ୍ୟମାନଙ୍କୁ ସମର୍ଥନ କଲେ।


କିନ୍ତୁ ଏହି ଲୋକମାନେ ଯାହା ନ ବୁଛନ୍ତି, ତାତ୍ସଲ୍ୟ ପ୍ରକାଶ କରି ତା’ର ପ୍ରତିବାଦ କରନ୍ତି।” ପୁଣି ବନ୍ୟ ପଶୁ ପରି ତା’ର ପ୍ରତିବାଦ କରନ୍ତି। ପୁଣି ବନ୍ୟ ପଶୁ ପରି ସହଜାତ ପ୍ରବୃତ୍ତି ଦ୍ୱାରା ଯାହା ଜାଣନ୍ତି, ସେ ସବୁ ଦ୍ୱାରା ହିଁ ସେମାନ ବିନଷ୍ଠ ହୁଅନ୍ତି।


ତଥାପି ଅନେକ ସେମାନଙ୍କର ଅଧର୍ମ ମାର୍ଗ ଅନୁସରଣ କରିବେ। ଅନ୍ୟମାନେ ସେମାନଙ୍କ କାର୍ଯ୍ୟକଳାପ ଦେଖି ଧର୍ମପଥ ବିରୁଦ୍ଧରେ କଥା କହିବେ।


ତୁମ୍ଭମାନଙ୍କ ମଧରୁ କେହି ଯେପରି ପାପ ଦ୍ୱାରା ପ୍ରତାରିତ ହୋଇ କଠିନ ହୃଦୟ ନ ହୁଅ, ଏଥିପାଇଁ ପରସ୍ପରକୁ ପ୍ରତିଦିନ ସାହାର୍ଯ୍ୟ କର। ପୁଣି ଧର୍ମଶାସ୍ତ୍ରରେ ଲିଖିତ ‘ଆଜି” ଶଦ୍ଦଟି ଯେ ପର୍ଯ୍ୟନ୍ତ ଆମ୍ଭେମାନଙ୍କ ପ୍ରତି ପ୍ରଯୁଜ୍ୟ, ସେ ପର୍ଯ୍ୟନ୍ତ ତାହା କରୁଥାଅ।


ସେମାନେ ବିଚାରଶୂନ୍ୟ ହୋଇ ଅଯଥା ଯୁକ୍ତିତର୍କ ଦ୍ୱାରା ସତ୍ୟର ଅପଳାପ କରନ୍ତି। ଧର୍ମବିଶ୍ୱାସକୁ କେବଳ ଧନୀ ହେବାର ଏକ ପନ୍ଥା ବୋଲି ସେମାନେ ମନେ କରନ୍ତି।


ତେବେ କ’ଣ ହେଲା? ଇଶ୍ରାଏଲୀୟମାନେ ଯାହା ଖୋଜୁଥିଲେ, ତାହା ପାଇଲେ ନାହିଁ। କେବଳ ଈଶ୍ୱର ମନୋନୀତ କରିଥିବା ଗୋଟିଏ ଛୋଟ ଦଳ ତା’ର ସନ୍ଧାନ ପାଇଲେ। ଅନ୍ୟ କେହି ଈଶ୍ୱରଙ୍କ ଆହ୍ୱାନ ପ୍ରତି ମନୋଯୋଗ କଲେ ନାହିଁ।


ସୁତରାଂ ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସେ କାହା ପ୍ରତି ଦୟା ପ୍ରଦର୍ଶନ କରନ୍ତି ଓ କାହାକୁ କଠିନମନା ହେବାକୁ ଛାଡ଼ି ଦିଅନ୍ତି।


ମୁଁ ଏହି ମାର୍ଗ ଅନୁସରଣ କରୁଥିବା ଲୋକମାନଙ୍କ ଉପରେ ଅତ୍ୟାଚାର କରି ସେମାନଙ୍କୁ ପ୍ରାଣରେ ମାରି ଦେଉଥିଲି। ସ୍ତ୍ରୀ ପୁରୁଷ ସମସ୍ତଙ୍କୁ ବନ୍ଦୀ କରି କାରାଗାରରେ ନିକ୍ଷେପ କରୁଥିଲି।


ସ୍ତିଫାନ ଆହୁରି କହିଲେ, “ତୁମ୍ଭେମାନେ କେଡ଼େ ଅବୋଧ୍ୟ। ତୁମ୍ଭମାନଙ୍କ ହୃଦୟ କେଡ଼େ ଅସୁନ୍ନତ। ଈଶ୍ୱରଙ୍କ ବାକ୍ୟ ପ୍ରତି ତୁମ୍ଭେମାନେ କେଡ଼େ ବଧିର! ତୁମ୍ଭେମାନେ ଠିକ୍ ତୁମ ପୂର୍ବପୁରୁଷମାନଙ୍କ ପରି: ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କ ବିରୁଦ୍ଧାଚରଣ କରିଛ!


ସମୟ ଅସମୟ ବିଚାର ନ କରି, ତୁମେ ସବୁବେଳେ ସେହି ବିଷୟ ଉପରେ ଜୋର ଦେଇ ବୁଝାଇବ; ଧୈର୍ଯ୍ୟ ସହକାରେ ଶିକ୍ଷା ଦେଇ, କେତେବେଳେ ଭର୍ତ୍ସନା କରି, କେତେବେଳେ ବା ଉତ୍ସାହିତ କରି ଅନ୍ୟମାନଙ୍କ ମନରେ ସେଥିପ୍ରତି ପ୍ରତ୍ୟୟ ଜନ୍ମାଇବ।


ଧର୍ମର ପ୍ରକୃତ ଶକ୍ତିକୁ ଅସ୍ୱୀକାର କରି ସେମାନେ ବାହ୍ୟିକ ଧର୍ମକର୍ମକୁ ସର୍ବସ୍ୱ ମନେ କରିବେ। ଏମାନଙ୍କଠାରୁ ତୁମେ ନିଜକୁ ଦୂରେଇ ରଖ।


ତୁମେ ଜାଣ ଫୁଗେଲ ଓ ହର୍ମଗେନା ସମେତ ଏସିଆ ପ୍ରଦେଶର ସମସ୍ତେ ମୋତେ ପରିତ୍ୟାଗ କରିଛନ୍ତି।


ସେ ଯାହାହେଉ, ଆମେ ତୁମର ମତାମତ ଶୁଣିବାକୁ ଚାହୁଁ, କାରଣ ସର୍ବତ୍ର ଲୋକମାନେ ତୁମ ଦଳ ବିରୁଦ୍ଧରେ କଥା କହୁଛନ୍ତି।”


ଅବଶ୍ୟ ମୁଁ ଗୋଟଏ କଥା କରିଥିଲି: ସେମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ସମୟରେ ମୁଁ ଦୃଢ଼ଭାବେ କହିଥିଲି, ‘ମୃତମାନେ ପୁନର୍ଜୀବିତ ହେବେ ବୋଲି ମୁଁ ବିଶ୍ୱାସ କରିଥିବାରୁ ଆଜି ଆପଣମାନଙ୍କ ଦ୍ୱାରା ବିଚାରିତ ହେଉଛି’।”


ସେତେବେଳେ ସତର୍କ ରୁହ, ମୁଁ ଯେ ଦିନ ରାତି ଅଶ୍ରୁ ଢାଳି ତିନି ବର୍ଷ ପର୍ଯ୍ୟନ୍ତ ତୁମ ପ୍ରତ୍ୟେକଙ୍କୁ ଶିକ୍ଷା ଦେଇଛି, ଏ କଥା ସ୍ମରଣରେ ରଖ।


ପାଉଲ ନିଜେ ଜନତାର ସମ୍ମୁଖୀନ ହେବାକୁ ଇଚ୍ଛା କଲେ, କିନ୍ତୁ ବିଶ୍ୱାସୀମାନେ ତାଙ୍କୁ ଏହା କରିବାକୁ ଦେଲେ ନାହିଁ।


ସେମାନଙ୍କ ମଧ୍ୟରୁ କେତେକ ଏହା ହୃଦୟଙ୍ଗମ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ସେହିପରି ଅନେକ ଗଣ୍ୟମାନ୍ୟ ମହିଳା ଓ ଈଶ୍ୱରଙ୍କ ଉପାସନାକାରୀ ଗ୍ରୀକ୍ମାନଙ୍କର ଏକ ବଡ଼ ଦଳ ମଧ୍ୟ ସେମାନଙ୍କ ସହିତ ଯୋଗ ଦେଲେ।


ସେଠାରେ ତାଙ୍କୁ ପାଇ ଆଣ୍ଟିୟୋଖକୁ ନେଇ ଆସିଲେ। ପୁଣି ପୂରା ଏକବର୍ଷ ଯାଏ - ଏହି ଦୁଇ ଜଣ ସ୍ଥାନୀୟ ମଣ୍ଡଳୀର ବିଶ୍ୱାସୀମାନଙ୍କ ସହିତ ମିଳିତ ହୋଇ ବହୁସଂଖ୍ୟକ ଲୋକଙ୍କୁ ଶିକ୍ଷା ଦେଲେ। ଏହି ଆଣ୍ଟିୟୋଖର ବିଶ୍ୱାସୀମାନଙ୍କୁ ଲୋକେ ପ୍ରଥମେ ଖ୍ରୀଷ୍ଟିୟାନ ବୋଲି ସମ୍ବୋଧନ କରିଥିଲେ।


“ସତେ ଯେପରି ଈଶ୍ୱର ସେମାନଙ୍କୁ ଅନ୍ଧ କରି କରି ଦେଇଛନ୍ତି। ସେଥିପାଇଁ ସେମାନେ କିଛି ଦେଖିପାରନ୍ତି ନାହିଁ, ଅବା କିଛି ବୁଝିପାରନ୍ତି ନାହିଁ। ଈଶ୍ୱର କହୁଛନ୍ତି, ‘ଆରୋଗ୍ୟ ଲାଭ କରିବା ପାଇଁ ସେମାନେ ମୋ’ ନିକଟକୁ ଫେରି ଆସୁ ନାହାନ୍ତି’।”


ଯୀଶୁ ତା’ପରେ ଜମା ହୋଇଥିବା ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଗୋଟିଏ ପଳାତକ ଦସ୍ୟୁ ଯେ ଖଣ୍ଡା ଠେଙ୍ଗା ନେଇ ମୋତେ ଧରିବାକୁ ଆସିଛ? ପ୍ରତିଦିନ ମୁଁ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, ସେତେବେଳେ ତ ମୋତେ ଧରି ନ ଥିଲ!


ଏ ଯୁଗର ଲୋକମାନେ କେଡ଼େ ଭ୍ରଷ୍ଟ ଓ ଈଶ୍ୱର ଅବିଶ୍ୱାସୀ! ତୁମେ ଗୋଟିଏ ଅଲୌକିକ କାର୍ଯ୍ୟ କରିବାରୁ କହୁଛ? କିନ୍ତୁ ଯୂନସଙ୍କ ଚୀବନରେ ଘଟିଥିବା ଆଶ୍ଚର୍ଯ୍ୟ କ୍ରିୟା ଛାଡ଼ା ଅନ୍ୟ କୌଣସି ଅଲୌକିକ କାର୍ଯ୍ୟ ତୁମେ ମୋ’ଠାରେ ଦେଖିବ ନାହିଁ।” ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଜାଲିଗଲେ।


“ସେମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ସେମାନେ ଅନ୍ଧ ପଥପ୍ରଦର୍ଶକ। ଗୋଟିଏ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ବାଟ କଡ଼ାଇଲେ ଦୁଇଜଣ ଯାକ ଖାଲରେ ପଡ଼ନ୍ତି।”


ଏଠାରେ ମୋ’ ବିପକ୍ଷରେ ଅନେକ ଲୋକ ଥିଲେ ସୁଦ୍ଧା, ଫଳପ୍ରଦ କାର୍ଯ୍ୟ କରିବାକୁ ମୋ’ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ଅଛି।


Swiv nou:

Piblisite


Piblisite