ପ୍ରେରିତ 24:12 - ପବିତ୍ର ବାଇବଲ (CL) NT (BSI)12 ମନ୍ଦିରରେ କାହାରି ସହିତ ମୋତେ ଯୁକ୍ତିତର୍କ କରୁଥିବା ଇହୁଦୀମାନେ ଦେଖି ନ ଥିଲେ କିମ୍ବା ସମାଜ ଗୃହମାନଙ୍କରେ ଅବା ସହରର ଅନ୍ୟ କୌଣସି ସ୍ଥାନରେ ମୋତେ ଲୋକମାନଙ୍କୁ ବତାଉ ଥିବାର ଦେଖି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ଵା ଜନତାକୁ ମତାଇବାର ଦେଖି ନାହାନ୍ତି, Gade chapit laଓଡିଆ ବାଇବେଲ12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାଁନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି, Gade chapit laପବିତ୍ର ବାଇବଲ12 ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି। Gade chapit la |
ତିନିଦିନ ପରେ ପାଉଲ ସ୍ଥାନୀୟ ଇହୁଦୀ ନେତାମାନଙ୍କୁ ଏକ ସଭାରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କଲେ। ସେମାନେ ଏକତ୍ରିତ ହେବାକୁ ପାଉଲ ସେମାନଙ୍କୁ କହିଲେ: “ଇଶ୍ରାଏଲୀୟ ଭାଇମାନେ, ଆମ ଲୋକମାନଙ୍କ ବିରୁଦ୍ଧରେ କିମ୍ବା ଆମ ପିତୃପୁରୁଷମାନଙ୍କଠାରୁ ଆମେ ପାଇଥିôବା ରୀତିନୀତି ବିରୁଦ୍ଧରେ ମୁଁ କିଛି କରି ନ ଥିଲେ ସୁଦ୍ଧା, ଯିରୂଶାଲମରେ ମୁଁ ବନ୍ଦୀ ହୋଇ ରୋମୀୟମାନଙ୍କ ହାତରେ ସମର୍ପିତ ହୋଇଛି।