Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:21 - ପବିତ୍ର ବାଇବଲ (CL) NT (BSI)

21 ପୁରାକାଳର ଧାର୍ମିକ ଭାବବାଦୀମାନଙ୍କ ଦ୍ୱାରା ଈଶ୍ୱରଙ୍କ ଘୋଷଣାନୁସାରେ ସମସ୍ତ ବିଷୟର ନବୀକରଣ ହେବା ପର୍ଯ୍ୟନ୍ତ ସେ ସ୍ୱର୍ଗରେ ଅବସ୍ଥାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

21 “ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି।

Gade chapit la Kopi




ପ୍ରେରିତ 3:21
16 Referans Kwoze  

ଦିନେ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବର ଭାଗୀ ହୋଇ ସେ ମଧ୍ୟ ତା’ର କ୍ଷୟମାଣ ଅବସ୍ଥାରୁ ମୁକ୍ତିଲାଭ କରିବ।


“ହେ ଗାଲିଲୀୟମାନେ, କାହିଁକି ଏଠାରେ ଠିଆ ହୋଇ ଆକାଶକୁ ଚାହିଁ ରହିଛ? ଯୀଶୁ ତୁମ୍ଭମାନଙ୍କ ନିକଟକୁ ଯାଇ ସ୍ୱର୍ଗରେ ଗୃହୀତ ହୋଇଅଛନ୍ତି। କିନ୍ତୁ ସେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବା ତୁମ୍ଭେମାନେ ଦେଖିଲ, ଠିକ୍ ସେହି ପ୍ରକାରେ ସେ ପୁଣି ଫେରି ଆସିବେ।”


ଦୂତ ମୋତେ କହିଲେ, “ଏହି ସବୁ କଥା ସତ୍ୟ ଓ ନିର୍ଭରଯୋଗ୍ୟ। ଯାହା ଯାହା ଅତି ଶୀଘ୍ର ଘଟିବ, ତାହା ତାଙ୍କର ସେବକମାନଙ୍କୁ ଜଣାଇବା ପାଇଁ ଭାବବାଦୀମାନଙ୍କୁ ଆତ୍ମିକ ଜ୍ଞାନ ଦେଉଥିବା ଈଶ୍ୱର ତାଙ୍କର ଦୂତଙ୍କୁ ପ୍ରେରଣ କରିଛନ୍ତି।”


ବହୁ ପୂର୍ବରୁ ସେ ତାଙ୍କ ପବିତ୍ର ଭାବବାଦୀମାନଙ୍କ ମୁଖ ଦେଇ ପ୍ରତିଜ୍ଞା କରିଥିଲେ ଯେ,


ବହୁ ପୂର୍ବେ ପବିତ୍ର ଭାବବାଦୀମାନେ ଯେଉଁସବୁ ଭାବବାଣୀ ପ୍ରକାଶ କରିଥିଲେ ଏବଂ ତ୍ରାଣକର୍ତ୍ତା ପ୍ରଭୁଙ୍କର ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ପ୍ରେତରିତ ଶିଷ୍ୟମାନେ ପ୍ରଦାନ କରିଛନ୍ତି, ତାହା ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ମୁଁ ଚାହେଁ।


ଭାବବାଣୀ କେବଳ ମନୁଷ୍ୟର କଳ୍ପନାପ୍ରସୂତ ନୁହେଁ। ଈଶ୍ୱରଙ୍କ ଭକ୍ତ ଦାସମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଈଶ୍ୱରଙ୍କଠାରୁ ପାଇଥିବା ବାର୍ତ୍ତା ପ୍ରକାଶ କରିଛନ୍ତି।


ସବୁ ଭାବବାଦୀମାନେ ତାଙ୍କ ବିଷୟରେ ପ୍ରଚାର କରି ଏହି କଥା କହିଥିଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ତାଙ୍କ ନାମର ଶକ୍ତିରେ ତାହାର ପାପ କ୍ଷମା ହେବ।”


ହେ ସ୍ୱର୍ଗଲୋକ! ସେ ଧ୍ୱଂସ ପାଇ ଥିବାରୁ ଆନନ୍ଦ ଉଲ୍ଲାସ କର। ହେ ସାଧୁବୃନ୍ଦ; ପ୍ରେରିତଶିଷ୍ୟ ଓ ଭାବବାଦୀଗଣ! ଉଲ୍ଲସିତ ହୁଅ, କାରଣ ତୁମ୍ଭମାନଙ୍କ ପ୍ରତି ସେ ଯାହା କରିଥିଲା, ସେଥିପାଇଁ ଈଶ୍ୱର ତାକୁ ଶାସ୍ତି ଦେଇଛନ୍ତି।


ଅତଏବ ଅନୁତାପ କରି ଈଶ୍ୱରଙ୍କ ଆଡ଼କୁ ଫେରି ଆସ। ତେବେ ସେ ତୁମର ପାପ କ୍ଷମା କରିବେ ଓ


ପ୍ରଭୁଙ୍କଠାରୁ ତୁମେ ଆଧ୍ୟାତ୍ମିକ ଶକ୍ତି ପାଇବ। ଈଶ୍ୱର ତୁମ୍ଭମାନଙ୍କ ପାଇଁ ପୂର୍ବରୁ ମନୋନୀତ ମସୀହ ଯୀଶୁଙ୍କୁ ପୁନର୍ବାର ପଠାଇବେ।


ଅତୀତରେ ଈଶ୍ୱର ବିଭିନ୍ନ ସମୟରେ ଓ ବିଭିନ୍ନ ଉପାୟରେ ଭାବବାଦୀମାନଙ୍କ ଦ୍ୱାରା ଆମ ପିତୃପୁରୁଷମାନଙ୍କୁ ବାର୍ତ୍ତା ଦେଇଥିଲେ।


Swiv nou:

Piblisite


Piblisite