Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:7 - ପବିତ୍ର ବାଇବଲ (CL) NT (BSI)

7 ଏହିପରି ଭାବରେ ଈଶ୍ୱରଙ୍କ ବାକ୍ୟ ପ୍ରସାର ଲାଭ କଲା। ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅଧିକରୁ ଅଧିକ ବଢ଼ିବାକୁ ଲାଗିଲା; ବହୁସଂଖ୍ୟକ ଯାଜକ ମଧ୍ୟ ଖ୍ରୀଷ୍ଟ ବିଶ୍ୱାସୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।

Gade chapit la Kopi




ପ୍ରେରିତ 6:7
25 Referans Kwoze  

ଏହିପରି ଈଶ୍ୱରଙ୍କ ବାକ୍ୟ ପ୍ରବଳ ଭାବରେ ବ୍ୟାପିଗଲା ଓ ଅଧିକ ଶକ୍ତିଶାଳୀ ହେଲା।


ଏହି ସମୟ ମଧ୍ୟରେ ଈଶ୍ୱରଙ୍କ ବାକ୍ୟ ବିକଶିତ ହୋଇ ପ୍ରସାର ଲାଭ କଲା।


ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି।


ଏହିପରି ସିଦ୍ଧ ହୋଇ ସେ ତାଙ୍କ ଆଜ୍ଞାପାଳନକାରୀମାନଙ୍କ ନିମନ୍ତେ ତିର ପରିତ୍ରାଣର ଉତ୍ସହେଲେ।


ସେହି ନିଗୂଢ଼ ସତ୍ୟସବୁ ଭାବବାଦୀମାନଙ୍କର ଶାସ୍ତ୍ରରେ ପ୍ରକଟିତ ହୋଇଛି ଏବଂ ତାହା ଏବେ ଅନାଦି ଅନନ୍ତ ପ୍ରଭୁ ଈଶ୍ୱରଙ୍କ ଦ୍ୱାରା ସମସ୍ତ ଜାତି ମଧ୍ୟରେ ପ୍ରଚାରିତ ହେଉଛି। ଏହା ଦ୍ୱାରା ସମସ୍ତେ ବିଶ୍ୱାସ କରି ଈଶ୍ୱରଙ୍କ ଆଜ୍ଞାବହ ହୋଇ ପାରିବେ।


ଖ୍ରୀଷ୍ଟଙ୍କ ଲାଗି ଈଶ୍ୱର ମୋତେ ପ୍ରେରିତ ଶିଷ୍ୟରୂପେ ମନୋନୀତ କରି ସବୁ ଜାତିର ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ ସୁଯୋଗ ଦେଇଛନ୍ତି - ଯେପରି ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ କରି ତାଙ୍କର ଆଜ୍ଞାବହ ହେବେ।


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ।


ଏହି ସୁସମାଚାର ପ୍ରଚାର କରିବାରୁ ମୁଁ ଅପରାଧୀ ପରି ଶୃଙ୍ଖଳବଦ୍ଧ ହୋଇ କଷ୍ଟ ଭୋଗ କରୁଛି। କିନ୍ତୁ ଈଶ୍ୱରଙ୍କ ବାଣୀକୁ କେହି ଶୃଙ୍ଖଳବଦ୍ଧ କରିପାରିବେ ନାହିଁ।


ଯେଉଁମାନେ ଈଶ୍ୱରଙ୍କୁ ଉପେକ୍ଷା କରୁଛନ୍ତି ଓ ପ୍ରଭୁ ଯୀଶୁଙ୍କ ବାର୍ତ୍ତା ଅଗ୍ରାହ୍ୟ କରୁଛନ୍ତି, ସେହି ଲୋକମାନଙ୍କୁ ଶାସ୍ତି ଦେବା ନିମନ୍ତେ ସେ ସେତେବେଳେ ଜ୍ୱଳନ୍ତ ଅଗ୍ନିଶିଖା ନେଇ ଆସିବେ।


ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି।


କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା।


ତଥାପି ଇହୁଦୀ କର୍ତ୍ତୃପକ୍ଷଙ୍କ ମଧ୍ୟରୁ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ, କିନ୍ତୁ ଫାରୁଶୀମାନଙ୍କ ଦ୍ୱାରା ସମାଜଚ୍ୟୁତ ହେବା ଭୟରେ ପ୍ରକ୍ୟାରେ ସେହି ବିଷୟରେ କଥାବାର୍ତ୍ତା ହେଉ ନ ଥିଲେ।


ଶିମିୟୋନ୍ ସେମାନଙ୍କୁ ଆଶୀର୍ବାଦ କରି ଶିଶୁର ମାତା ମରିୟମଙ୍କୁ କହିଲେ, “ଇଶ୍ରାୟେଲୀୟମାନଙ୍କ ମଧ୍ୟରୁ ଅନେକେ ବିନାଶ ପୁଣି ଅନେକଙ୍କ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ଏହି ଶିଶୁ ମନୋନୀତ ହୋଇଛନ୍ତି। ସେ ଈଶ୍ୱରଙ୍କଠାରୁ ଏକ ସଙ୍କେତ ସ୍ୱରୂପ ହେବେ।


“ବର୍ତ୍ତମାନ ଯେଉଁମାନେ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ପଛରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଚାଲିଯିବେ।


ଈଶ୍ୱରଙ୍କ ପ୍ରଶଂସା କରି ଜଣେ ଅନ୍ୟ ଜଣର ଗୃହରେ ପାନ ଭୋଜନ କରୁଥିଲେ। ସେମାନେ ସମସ୍ତଙ୍କର ବିଶ୍ୱାସଭାଜନ ହେଲେ ଏବଂ ଦିନକୁ ଦିନ ପରିତ୍ରାଣପ୍ରାପ୍ତ ଲୋକମାନଙ୍କୁ ପ୍ରଭୁ ସେମାନଙ୍କ ଦଳରେ ଯୋଗ ଦେଲେ।


କିଛି ସମୟ ପରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିବା ସଙ୍ଗେ ସଙ୍ଗେ ଗ୍ରୀକ୍ଭାଷାବାଦୀ ଇହୁଦୀ ଓ ସ୍ଥାନୀୟ ଇହୁଦୀମାନଙ୍କ ମଧ୍ୟରେ କଳହ ହେଲା। ଦୈନିକ ଆର୍ଥିକ ସାହାଯ୍ୟ ବଣ୍ଟନ ସମୟରେ ସେମାନଙ୍କର ବିଧବାମାନଙ୍କୁ ଅବହେଳିତ କରାଯାଉଛି ବୋଲି ଗ୍ରୀକ୍ ଭାଷାବାଦୀ ଇହୁଦୀମାନେ ଆପତ୍ତି କଲେ।


ମୋ’ ସମ୍ପର୍କରେ ଅନ୍ୟମାନେ ଯାହା କହିଥିଲେ, ସେମାନେ କେବଳ ସେତିକି ଜାଣିଥିଲେ। ଅନ୍ୟମାନଙ୍କଠାରୁ ସେମାନେ ଶୁଣିଥିଲେ, “ଯେଉଁ ବ୍ୟକ୍ତି ଆମକୁ ତାଡ଼ନା କରୁଥିଲେ ଓ ଏକଦା ଆମ ଧର୍ମକୁ ଧ୍ୱଂସ କରି ଦେବାକୁ ଚେଷ୍ଟା କରୁଥିଲେ, ବର୍ତ୍ତମାନ ସେ ସେହି ଧର୍ମ ପ୍ରଚାର କରୁଅଛନ୍ତି!”


ତେଣୁ ଯେତେ ଥର ସୁଯୋଗ ପାଉଛୁ, ସବୁବେଳେ ସମସ୍ତଙ୍କର, ବିଶେଷରେ ଯେଉଁମାନେ ଆମ ବିଶ୍ୱାସୀ ପରିବାରଭୁକ୍ତ, ସେମାନଙ୍କର ମଙ୍ଗଳ କରିବା ଆମର ଉଚିତ।


ପ୍ରିୟ ବନ୍ଧୁଗଣ, ଆମେ ସମସ୍ତେ ଯେଉଁ ପରିତ୍ରାଣର ଅଂଶୀ, ସେ ବିଷୟରେ ତୁମ୍ଭମାନଙ୍କ ନିକଟକୁ ଲେଖିବାପାଇଁ ମୁଁ ଉତ୍ସୁକ ଥିଲି। କିନ୍ତୁ ଇତିମଧ୍ୟରେ ଈଶ୍ୱର ତାଙ୍କ ଲୋକମାନଙ୍କୁ ଅନନ୍ତ କାଳ ପାଇଁ ପ୍ରଦାନ କରିଥିବା ବଶ୍ୱାସ ସପକ୍ଷରେ ସଂଗ୍ରାମ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ଆବଶ୍ୟକ ବୋଲି ମୁଁ ମନେ କଲି।


କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ପବିତ୍ର ଧର୍ମବିଶ୍ୱାସର ଭିତ୍ତି ଉପରେ ନିଜ ନିଜ ଜୀବନ ଗଠନ କରିବାରେ ଲାଗି ରୁହ।


Swiv nou:

Piblisite


Piblisite