Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:8 - ପବିତ୍ର ବାଇବଲ (CL) NT (BSI)

8 ଈଶ୍ୱରଙ୍କଠାରୁ ବହୁଳଭାବେ ଆଶୀର୍ବାଦପ୍ରାପ୍ତ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇଥିବା ସ୍ତିଫାନ୍, ଲୋକମାନଙ୍କ ମଧ୍ୟରେ ଅନେକ ଅଲୌକିକ ଓ ଆଶ୍ଚର୍ଯ୍ୟକାର୍ଯ୍ୟ ସାଧନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

8 ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

8 ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।

Gade chapit la Kopi




ପ୍ରେରିତ 6:8
11 Referans Kwoze  

କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ।


ଦଳର ସମସ୍ତେ ପ୍ରେରିତ ଶିଷ୍ୟମାନଙ୍କ ପ୍ରସ୍ତାବରେ ସନ୍ତୁଷ୍ଟ ହେଲେ ଏବଂ ଏହି କାର୍ଯ୍ୟ ପାଇଁ ବିଶ୍ୱାସ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଥିବା ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର୍, ତୀମୋନ, ପାର୍ମନା ଓ ପୂର୍ବେ ଇହୁଦୀ ଧର୍ମରେ ଦୀକ୍ଷିତ ହୋଇଥିବା ଆଣ୍ଟିୟୋଖର ଅଣଇହୁଦୀ ନିକୋଲାୟଙ୍କୁ ମନୋନୀ କଲେ।


ସେବକ ଭାବରେ ଯେଉଁମାନେ କୃତିତ୍ୱ ଦେଖାଇବେ, ସେମାନେ ମଣ୍ଡଳୀରେ ସମ୍ମାନିତ ହେବେ ଏବଂ ଖ୍ରୀଷ୍ଟବିଶ୍ୱାସ ସମ୍ପର୍କରେ ନିର୍ଭୀକ ଭାବରେ ନିଜ ମତ ପ୍ରକାଶ କରିପାରିବେ।


ସେତେବେଳେ ସେଠାରେ ବସିଥିବା ସମସ୍ତେ ଏକ ଲୟରେ ସ୍ତିଫାନଙ୍କ ଆଡ଼େ ଚାହିଁ ଦେଖିଲେ ଯେ ତାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦିଶୁଥିଲା।


କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କର ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଲୋକମାନେ ତାଙ୍କ ପ୍ରତି ବିଶେଷ ଧ୍ୟାନ ଦେଲେ।


ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ପବିତ୍ରଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ହୋଇଥିବା ସାତଜଣଙ୍କୁ ମନୋନୀତ କର। ଆମେ ସେମାନଙ୍କୁ ଏ ସମସ୍ତ ବିଷୟରେ ଦାୟିତ୍ୱ ଦେବା।


ସେ ହିଁ ମାନବ ଜାତିକୁ ବହୁ ବର ଦାନ କରି ଯାଇଛନ୍ତି। କେତେକଙ୍କୁ ପ୍ରେରିତ ଶିଷ୍ୟ, ଆଉ କେତେକଙ୍କୁ ଭାବବାଦୀ, କେତେକଙ୍କୁ ସୁସମାଚାର ପ୍ରଚାରକ, ପାଳକ ଓ ଶିକ୍ଷକରୂପେ ନିଯୁକ୍ତ କରିଛନ୍ତି।


ଯୀଶୁ ତାଙ୍କୁ କହିଲେ: “ଅଦ୍ଭୁତ ଓ ଅଲୌକିକ କାର୍ଯ୍ୟମାନ ନ ଦେଖିଲେ, ତୁମ୍ଭେମାନେ କେବେହେଲେ ବିଶ୍ୱାସ କରିବ ନାହିଁ।”


Swiv nou:

Piblisite


Piblisite