Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:16 - ପବିତ୍ର ବାଇବଲ (CL) NT (BSI)

16 ମୋ’ ପାଇଁ ସେ ଯେଉଁସବୁ କ୍ଳେଶ ଭୋଗ କରିବ, ମୁଁ ନିଜେ ତାକୁ ଜଣାଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖ ଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।

Gade chapit la Kopi

ଓଡିଆ ବାଇବେଲ

16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”

Gade chapit la Kopi

ପବିତ୍ର ବାଇବଲ

16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”

Gade chapit la Kopi




ପ୍ରେରିତ 9:16
22 Referans Kwoze  

ତୁମ୍ଭମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଯୋଗୁଁ କେହି ଯେପରି ପଥଚ୍ୟୁତ ନ ହୁଏ, ଏଥିପାଇଁ ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। ଅବଶ୍ୟ ତୁମ୍ଭେମାନେ ଜାଣ, ଆମେ ଏହିପରି ଭାବରେ ନିର୍ଯ୍ୟାତିତ ହେଉ, ଏହା ଈଶ୍ୱରଙ୍କ ଇଚ୍ଛା।


ସେ ଆମ ନିକଟକୁ ଆସି ପାଉଲଙ୍କ କଟି ବନ୍ଧନୀ ନେଲେ, ସେଥିରେ ସେ ନିଜ ହାତ ଓ ଗୋଡ଼ ବାନ୍ଧି କହିଲେ, “ପବିତ୍ରଆତ୍ମା ମୋତେ ଜଣାଉଛନ୍ତି ଯେ, ଏହି କଟି ବନ୍ଧନୀର ଅଧିକାରୀଙ୍କୁ ଯିରୂଶାଲମରେ ଇହୁଦୀମାନେ ଏହିପରି ବାନ୍ଧି ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ସମର୍ପଣ କରିବେ।”


ବରଂ, ଆମେ ସବୁ ଅବସ୍ଥାରେ ନିଜକୁ ଈଶ୍ୱରଙ୍କ ସେବକ ରୂପେ ପରିଚିତ କରାଉଛୁ। ଅସୀମ ଧୈର୍ଯ୍ୟ ସହକାରେ ଆମେ ସବୁ ପ୍ରକାର କ୍ଳେଶ, ଅନାଟନ ଓ କଷ୍ଟ ସହ୍ୟ କରିଛୁ;


ମୁଁ ଯାହା କହିଥିଲି; ସ୍ମରଣ କର; “ଦାସ ମାଲିକଠାରୁ ବଡ଼ ନୁହେଁ।” ମୋତେ ଯଦି ସେମାନେ ଉତ୍ପୀଡ଼ନ କରିଛନ୍ତି, ତୁମ୍ଭମାନଙ୍କୁ ମଧ୍ୟ ସେପରି କରିବେ। ସେମାନେ ଯଦି ମୋର ଶିକ୍ଷା ଶୁଣିଛନ୍ତି, ତୁମ କଥା ମଧ୍ୟ ସେମାନେ ଶୁଣିବେ।


ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,


“ତୁମ୍ଭେମାନେ ଧରା ହୋଇ ଉତ୍ପୀଡ଼ିତ ହେବ ଓ ମୃତ୍ୟୁଦଣ୍ଡ ଭୋଗ କରିବ ଏବଂ ମୋ’ ଲାଗି ତୁମେ ସମସ୍ତଙ୍କର ଘୃଣାର ପାତ୍ର ହେବ।


ସେଠାରେ ଆମେ କେତେକ ବିଶ୍ୱାସୀଙ୍କ ଦେଖା ପାଇ ସେମାନଙ୍କ ସହିତ ଏକ ସପ୍ତାହ ରହିଲୁ। ପବିତ୍ରଆତ୍ମାଙ୍କ ନିର୍ଦ୍ଦେଶ ପାଇ ସେମାନେ ପାଉଲଙ୍କୁ ଯିରୂଶାଲମକୁ ଯିବା ପାଇଁ ମନା କଲେ।


ମୁଁ ଯୋହନ, ତୁମର ଜଣେ ଭାଇ, ଯୀଶୁଙ୍କର ଶିଷ୍ୟ ସ୍ୱରୂପେ ତାଙ୍କ ରାଜ୍ୟର ଲୋକମାନଙ୍କ ଉପରେ ହେଉଥିବା ଦୌରାତ୍ମ୍ୟ ଧୈର୍ଯ୍ୟର ସହିତ ସହ୍ୟ କରିବା ପାଇଁ ମୁଁ ତୁମ୍ଭମାନଙ୍କର ଜଣେ ଅଂଶୀଦାର। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ଘୋଷଣା କରିବା ଯୋଗୁଁ ମୁଁ ପାତ୍ମସ୍ ଦ୍ୱୀପକୁ ନିର୍ବାସିତ ହୋଇଥିଲି।


ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।”


ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।”


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”


Swiv nou:

Piblisite


Piblisite