Biblia Todo Logo
Bib sou entènèt

- Piblisite -




କଲସୀୟ 1:9 - ପବିତ୍ର ବାଇବଲ (CL) NT (BSI)

9 ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ

Gade chapit la Kopi

ଓଡିଆ ବାଇବେଲ

9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ୱରଙ୍କ ଅଭିମତ ଜ୍ଞାତ ହୋଇ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ

Gade chapit la Kopi

ପବିତ୍ର ବାଇବଲ

9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;

Gade chapit la Kopi




କଲସୀୟ 1:9
35 Referans Kwoze  

କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଯଦି ଜ୍ଞାନର ଅଭାବ ଥାଏ, ସେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ, ତାହାହେଲେ ଈଶ୍ୱର ତାହାକୁ ଜ୍ଞାନ ଦେବେ, କାରଣ ସେ ଅକୁଣ୍ଠିତ ଜିତ୍ତରେ ଓ ଉଦାରଭାବେ ସମସ୍ତଙ୍କୁ ଦାନ କରନ୍ତି।


ପ୍ରତ୍ୟେକ ସୁଯୋଗର ସଦୁପଯୋଗ କରି ଅଣବିଶ୍ୱାସୀମାନଙ୍କ ନିକଟରେ ବିଜ୍ଞତାର ସହ ଆଚରଣ କର।


ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର।


ସେଥିପାଇଁ ଆମେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କୁ ଯେଉଁ ଜୀବନ ଯାପନ କରିବା ନିମନ୍ତେ ଈଶ୍ୱର ଆହ୍ୱାନ କରିଛନ୍ତି, ତାହା କରିବା ପାଇଁ ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ। ତାଙ୍କ ଶକ୍ତିରେ ସେ ତୁମର ସମସ୍ତ ସତ୍ କାମନା ପୂରଣ କରି ତୁମ୍ଭମାନଙ୍କର ବିଶ୍ୱାସକୁ ପରିପକ୍ୱ କରନ୍ତୁ।


ନିରନ୍ତର ପ୍ରାର୍ଥନା କର।


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର।


ଈଶ୍ୱରଙ୍କ ଇଚ୍ଛା ସାଧନ କରି, ଯାହା ସେ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି, ତାହା ପାଇବା ଅ।ଶାରେ ଧୈର୍ଯ୍ୟ ଧରି ରୁହ।


ଓ ପ୍ରତ୍ୟେକ ଥର ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ସମୟରେ, ଆରମ୍ଭରୁ ଆଜିଯାଏ ସୁସମାଚାର କାର୍ଯ୍ୟରେ ତୁମ୍ଭେମାନେ ମୋତେ କିପରି ସାହାଯ୍ୟ କରିଛ, ସ୍ମରଣ କରି ମୁଁ ଆନନ୍ଦ ମନରେ ପ୍ରାର୍ଥନା କରେ।


ପ୍ରତ୍ୟେକ ଥର ମୁଁ ପ୍ରାର୍ଥନା କରିବା ବେଳେ ତୁମକୁ ସ୍ମରଣ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ,


କେବଳ ମୁନିବ ତୁମକୁ ଲକ୍ଷ୍ୟ କରୁଥିବା ସମୟରେ ତାଙ୍କର ସନ୍ତୋଷଭାଜନ ହେବା ପାଇଁ ଏହା ନ କରି, ଖ୍ରୀଷ୍ଟଙ୍କ କ୍ରୀତଦାସ ରୂପେ ତୁମର ସମସ୍ତ ହୃଦୟ ଦେଇ ଈଶ୍ୱରଙ୍କ ଇଚ୍ଛା ସାଧନ କର।


ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


ଲୋକେ ଜଗତ ଓ ତା’ର ଯେଉଁ ସମସ୍ତ ବିଷୟ କାମନା କରନ୍ତି, ସେ ସବୁର ବିଲୟଘଟେ, କିନ୍ତୁ ଯେ କେହି ଈଶ୍ୱରଙ୍କ ଇଚ୍ଛାସାଧନ କରେ, ସେ ହୁଏ ଅମର।


ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।


ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି।


ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି।


ନିର୍ବୋଧମାନଙ୍କ ପରି ହୁଅ ନାହିଁ, କିନ୍ତୁ ପ୍ରଭୁଙ୍କ ଅଭିମତ ବୁଝିବାକୁ ଚେଷ୍ଟା କର।


ପ୍ରଭୁଙ୍କର ସନ୍ତୋଷଭାଜନ ହେବା ପାଇଁ ଶିକ୍ଷା କର।


ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।


ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରିବାକୁ ଇଚ୍ଛୁକ, ସେ ଜାଣିପାରିବ, ମୁଁ ଦେଉଥିବା ଶିକ୍ଷା ଈଶ୍ୱରଙ୍କଠାରୁ ଆଗତ, ନା, ତାହା ମୋ’ ନିଜ କ୍ଷମତା ବଳରେ ମୁଁ କହୁଛି।


କାରଣ ଖ୍ରୀଷ୍ଟଙ୍କ ସହିତ ସମ୍ମିଳିତ ହୋଇଥିବାରୁ ତୁମ୍ଭେମାନେ ସବୁ ବିଷୟରେ ଏପରି କି ବାକ୍ଶକ୍ତି ଓ ଜ୍ଞାନରେ ମଧ୍ୟ ସମୃଦ୍ଧ ହୋଇଅଛି।


ପିତର କାରାଗାରରେ ଥିବାବେଳେ ମଣ୍ଡଳୀର ଲୋକମାନେ ଏକାଗ୍ର ଚିତ୍ତରେ ତାଙ୍କ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା।


Swiv nou:

Piblisite


Piblisite