Biblia Todo Logo
Bib sou entènèt

- Piblisite -




କଲସୀୟ 2:1 - ପବିତ୍ର ବାଇବଲ (CL) NT (BSI)

1 ତୁମ୍ଭମାନଙ୍କ ପାଇଁ, ଲାଉଦିକିଆବାସୀ ଓ ମୋତେ ଚିହ୍ନି ନ ଥିବା ସମସ୍ତ ଲୋକଙ୍କ ପାଇଁ ମୁଁ ଯେ କେତେ କଠିନ ପରିଶ୍ରମ କରୁଛି, ତାହା ତୁମ୍ଭେମାନେ ଜାଣ ବୋଲି ମୁଁ ଚାହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;

Gade chapit la Kopi

ଓଡିଆ ବାଇବେଲ

1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;

Gade chapit la Kopi

ପବିତ୍ର ବାଇବଲ

1 ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି।

Gade chapit la Kopi




କଲସୀୟ 2:1
18 Referans Kwoze  

ଏହାକୁ ସଫଳ କରିବା ନିମନ୍ତେ ମୋ’ଠାରେ ସକ୍ରିୟ ରହିଥିବା ଖ୍ରୀଷ୍ଟପ୍ରଦତ୍ତ ମହାନ୍ ଶକ୍ତିକୁ ବ୍ୟବହାର କରି ମୁଁ ଆପ୍ରାଣ ଉଦ୍ୟମ ଓ ପରିଶ୍ରମ କରୁଅଛି।


ବର୍ତ୍ତମାନ ଏହି ସଂଗ୍ରାମରେ ତୁମ୍ଭେମାନେ ମୋର ଅଂଶ ଗ୍ରହଣ କରିପାର। ଅତୀତରେ ତୁମ୍ଭେମାନେ ମୋତେ ଯେଉଁ ଯୁଦ୍ଧ କରିବାର ଦେଖିଥିଲ, ଏବେ ସୁଦ୍ଧା ମୁଁ ସେହି ଯୁଦ୍ଧରେ ପ୍ରବୃତ୍ତ ରହିଛି ବୋଲି ତୁମ୍ଭେମାନେ ଶୁଣିଥିବ।


କିଏ ଜଣେ ମୋତେ କହିଲେ, “ତୁମେ ଯାହା ଦେଖୁଛ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ଏବଂ ଏଫିସସ୍, ସ୍ମର୍ଣ୍ଣା, ପର୍ଗାମମ୍, ଥିଆଟିରା, ସାର୍ଦ୍ଦିସ୍, ଫିଲାଦେଲ୍ଫିଆ ଓ ଲାଓଦେସିଆରେ ଥିବା ମଣ୍ଡଳୀଗୁଡ଼ିକୁ ପୁସ୍ତକଟି ପଠାଇ ଦିଅ।”


ବର୍ତ୍ତମାନ ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ମୁଁ ଆନନ୍ଦିତ। କାରଣ ମୋର ଶାରୀରିକ ଦୁଃଖଭୋଗ ଦ୍ୱାରା ମୁଁ ଖ୍ରୀଷ୍ଟଙ୍କର ଶରୀରରୂପ ମଣ୍ଡଳୀ ପକ୍ଷରୁ ଖ୍ରୀଷ୍ଟଙ୍କ ଦୁଃଖଭୋଗର ଅବଶିଷ୍ଟାଂଶକୁ ପୂରଣ କରିବା ପାଇଁ ସାହାଯ୍ୟ କରୁଛି।


ସେମାନେ ତାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ସେ କହିଥିବାରୁ ସେମାନେ ଅତ୍ୟନ୍ତ ଶୋକାତୁର ହୋଇ ପଡ଼ିଥିଲେ। ସେମାନେ ତାଙ୍କୁ ବିଦାୟ ଦେବା ପାଇଁ ଜାହାଜ ନିକଟକୁ ଗଲେ।


ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।


କାରଣ ଶାରୀରିକଭାବେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ମୁଁ ତୁମ୍ଭମାନଙ୍କ ସହିତ ଅଛି। ଖ୍ରୀଷ୍ଟଙ୍କ ଉପରେ ଦୃଢ଼ ବିଶ୍ୱାସ ରଖି ତୁମ୍ଭେମାନେ ଯେପରି ସୁଶୃଙ୍ଖଳିତ ହୋଇଛ, ତାହା ଦେଖି ମୁଁ ଆନନ୍ଦିତ। ଖ୍ରୀଷ୍ଟ ଓ ଜୀବନର ପୂର୍ଣ୍ଣତା


ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି।


“ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବା ପାଇଁ ମୁଁ ତୁମ ସମସ୍ତଙ୍କ ନିକଟକୁ ଯାଇଛି। ବର୍ତ୍ତମାନ ମୁଁ ଜାଣେ ଯେ, ତୁମ ମଧ୍ୟରୁ କେହି ମୋତେ ଆଉ ଥରେ ଦେଖିବ ନାହିଁ।


ଯୀଶୁ ମର୍ମାନ୍ତିକ ଦୁଃଖରେ ଆକୁଳ ହୋଇ ପ୍ରାର୍ଥନା କଲେ; ତାଙ୍କର ସ୍ୱେଦ ବିନ୍ଦୁ ରକ୍ତ ଟୋପ ପରି ଭୂମିରେ ପଡ଼ିଲା।


ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।


ଥେସଲନିକାରେ ତୁମ୍ଭମାନଙ୍କ ନିକଟକୁ ଆସିବା ପୂର୍ବରୁ ଫିଲିପ୍ପୀରେ ଆମ ପ୍ରତି କିପରି ଦୁର୍ବ୍ୟବହାର ଓ ଅପମାନ କରାଯାଇଥିଲା, ତାହା ତୁମ୍ଭେମାନେ ଜାଣ। ତଥାପି ବହୁ ବିରୋଧ ସତ୍ତେ୍ୱ, ଈଶ୍ୱରଙ୍କଠାରୁ ମିଳିଥିବା ସୁସମାଚାର ତୁମ୍ଭମାନଙ୍କୁ ଜଣାଇବା ନିମନ୍ତେ ସେ ଆମକୁ ସାହସ ଦେଇଥିଲେ।


Swiv nou:

Piblisite


Piblisite