Biblia Todo Logo
Bib sou entènèt

- Piblisite -




କଲସୀୟ 3:10 - ପବିତ୍ର ବାଇବଲ (CL) NT (BSI)

10 ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;

Gade chapit la Kopi

ଓଡିଆ ବାଇବେଲ

10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

Gade chapit la Kopi




କଲସୀୟ 3:10
33 Referans Kwoze  

ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


ତୁମ୍ଭେମାନେ ଈଶ୍ୱରଙ୍କ ଲୋକ। ସେ ତୁମ୍ଭମାନଙ୍କୁ ପ୍ରେମ କରି ନିଜ ପାଇଁ ମନୋନୀତ କରିଛନ୍ତି। ତେଣୁ ତୁମ୍ଭେମାନେ ଅନୁକମ୍ପା, ଦୟା, ନମ୍ରତା, ସୁଶୀଳତା ଓ ଧୈର୍ଯ୍ୟରୂପ ବସ୍ତ୍ର ପରିଧାନ କର।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ।


ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା?


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।


ଈଶ୍ୱରଙ୍କ ଆଜ୍ଞାନୁବର୍ତ୍ତୀ ହେବା ଦ୍ୱାରା ଆମେ ନିଶ୍ଚିତଭାବେ ତାଙ୍କୁ ଜାଣି ପାରିବା।


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।


ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।


ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ।


କିଏ ସୁନ୍ନତ ବା ଅସୁନ୍ନତ, ସେଥିରେ କିଛି ଯାଏ ଆସେ ନା, ନୂତନ ସୃଷ୍ଟି ହିଁ ସାର ବିଷୟ।


କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ରାତ୍ରି ଶେଷ ହେଲାଣି, ଦିବସ ଆଗତପ୍ରାୟ। ଆସ, ଅନ୍ଧକାରର କାର୍ଯ୍ୟସବୁ ପରିତ୍ୟାଗ କରିବା ଓ ଆଲୋକରେ ଯୁଦ୍ଧ କରିବା ପାଇଁ ଉପଯୁକ୍ତ ସାଜ ପରିଧାନ କରିବା।


ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।


ତଥାପି ସେମାନେ ବିଶ୍ୱାସ ହରାଇଛନ୍ତି। ତେଣୁ ସେମାନେ ବିଶ୍ୱାସ ହରାଇଛନ୍ତି। ତେଣୁ ପୁର୍ନବାର ଅନୁତାପ କରିବା ପାଇଁ ସେମାନଙ୍କୁ ପ୍ରବର୍ତ୍ତାଇବା ଅସମ୍ଭବ, କାରଣ ସେମାନେ ଈଶ୍ୱରଙ୍କ ପୁତ୍ରଙ୍କୁ ପନରୟେ କ୍ରଶୁବିଦ୍ଧ କରି ସର୍ବସାଧାରଣରେ ଉପହାସ୍ୟ କରୁଛନ୍ତି।


ଜଳଦୀକ୍ଷା ଦ୍ୱାରା ଆମ୍ଭେମାନେ ତାଙ୍କ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ କବର ପାଇଛୁ। ସେ ଯେପରି ପିତାଙ୍କ ଗୌରବମୟ ଶକ୍ତି ଦ୍ୱାରା ପୁନରୁତ୍ଥିତ ହେଲେ, ଆମ୍ଭେମାନେ ମଧ୍ୟ ତାଙ୍କ ଯୋଗୁଁ ନୂତନଭାବେ ଜୀବନଯାପନ କରିପାରିବା।


ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା।


Swiv nou:

Piblisite


Piblisite