Biblia Todo Logo
Bib sou entènèt

- Piblisite -




କଲସୀୟ 3:12 - ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭେମାନେ ଈଶ୍ୱରଙ୍କ ଲୋକ। ସେ ତୁମ୍ଭମାନଙ୍କୁ ପ୍ରେମ କରି ନିଜ ପାଇଁ ମନୋନୀତ କରିଛନ୍ତି। ତେଣୁ ତୁମ୍ଭେମାନେ ଅନୁକମ୍ପା, ଦୟା, ନମ୍ରତା, ସୁଶୀଳତା ଓ ଧୈର୍ଯ୍ୟରୂପ ବସ୍ତ୍ର ପରିଧାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

Gade chapit la Kopi

ଓଡିଆ ବାଇବେଲ

12 ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

Gade chapit la Kopi

ପବିତ୍ର ବାଇବଲ

12 ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।

Gade chapit la Kopi




କଲସୀୟ 3:12
50 Referans Kwoze  

କିନ୍ତୁ ପରସ୍ପର ପ୍ରତି ସଦୟ ଓ କୋମଳଚିତ୍ତ ହୁଅ ଓ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱର ଯେପରି ତୁମ୍ଭମାନଙ୍କୁ କ୍ଷମା କରିଛନ୍ତି, ତୁମ୍ଭେମାନେ ସେହିପରି ପରସ୍ପରକୁ କ୍ଷମା କର।


ସର୍ବଦା ନମ୍ର, ସୁଶୀଳ ଓ ଧୈର୍ଯ୍ୟଶୀଳ ହୁଅ। ପରସ୍ପର ପ୍ରତି ସହନଶୀଳ ହୋଇ ପ୍ରେମ ପ୍ରଦର୍ଶନ କର।


ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।


ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।


ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।


କେହି କାହାର ଅନ୍ୟାୟ ବଦଳରେ ଅନ୍ୟାୟ ନ କରୁ, ବରଂ ଜଣେ ଅନ୍ୟ ଜଣର ଓ ସମସ୍ତଙ୍କର ମଙ୍ଗଳ ସାଧନ ତୁମର ଲକ୍ଷ୍ୟ ହେଉ।


ଆମର ପବିଭ୍ରତା, ଜ୍ଞାନ, ଧୈର୍ଯ୍ୟ, ଦୟା, ଅକପଟ ପ୍ରେମ ଓ ସତ୍ୟର ସମ୍ବାଦ ଯୋଗୁଁ ପବିତ୍ର ଈଶ୍ୱରଙ୍କର ପରାକ୍ରମ ଦ୍ୱାରା ଆମେ ଈଶ୍ୱରଙ୍କ ସେବକ ବୋଲି ପରିଚୟ ଦେଇଛୁ,


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


ତୁମ୍ଭେମାନେ ଈଶ୍ୱରଙ୍କ ପରିକଳ୍ପନା ଅନୁସାରେ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କରି ତାଙ୍କ ରକ୍ତରେ ଶୁଚି ହେବା ପାଇଁ ତୁମ୍ଭେମାନେ ପରମାତ୍ମାଙ୍କ କର୍ତ୍ତୃକ ଏକ ପବିତ୍ର ଚାତି ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ହେଉ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।


ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଉଲଙ୍କ ପତ୍ର। ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ଏବଂ ଅନନ୍ତ ଜୀବନ ପ୍ରାପ୍ତିର ଆଶା ଉପରେ ଆଧାରିତ ଆମ ଧର୍ମବିଶ୍ୱାସର ସତ୍ୟ ପ୍ରତି ସେମାନଙ୍କୁ ସଚେତନ କରାଇବା ପାଇଁ ମୁଁ ପ୍ରେରିତ ହୋଇଛି।


ତୂରୀନାଦ ହେବ ଓ ପୃଥିବୀରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତଯାଏ ତାଙ୍କର ମନୋନୀତ ଲୋକମାନଙ୍କୁ ସଂଗ୍ରହ କରି ଆଣିବା ପାଇଁ ମନୁଷ୍ୟପୁତ୍ର ତାଙ୍କ ଦୂତମାନଙ୍କୁ ପଠାଇବେ।


ଯେଉଁମାନେ ସବୁବେଳେ ସାହାଯ୍ୟ ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା ନିବେଦନ କରନ୍ତି, ଈଶ୍ୱର ତାଙ୍କର ସେହି ନିଜ ଲୋକମାନଙ୍କ ସପକ୍ଷରେ କ’ଣ ବିଚାର କରିବେ ନାହିଁ?


ଆମ ଈଶ୍ୱର କୃପାବାନ୍ ଓ କୋମଳ ହୃଦୟ, ସେ ଆମ ପାଇଁ ପରିତ୍ରାଣର ସୂର୍ଯ୍ୟୋଦୟ କରାଇବେ।


ତାଙ୍କର ମନୋନୀତ ଲୋକମାନଙ୍କୁ ଜଗତର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ଯାଏ ଖୋଜି ସଂଗ୍ରହ କରିବା ପାଇଁ ସେ ତାଙ୍କ ସ୍ୱର୍ଗଦୂତମାନଙ୍କୁ ଚତୁର୍ଦ୍ଦିଗ ପଠାଇବେ।


ଈଶ୍ୱରଙ୍କ ସ୍ୱରୂପରେ ସୃଷ୍ଟ ନୂତନ ଆତ୍ମା ଧାରଣ କର। ତାହା ତୁମର ପବିତ୍ର ଓ ନ୍ୟାୟପରାୟଣ ଜୀବନରେ ପ୍ରକାଶ ପାଉ।


ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ତୁମ ସମସ୍ତଙ୍କ ପ୍ରତି ମୋର ଗଭୀର ସେନ୍ନହ ସ୍ୱୟଂ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମୁଁ ପାଇଛି ବୋଲି ଯେତେବେଳେ ମୁଁ କହେ, ଏହା ନିରାଟ ସତ୍ୟ। ଈଶ୍ୱର ଏହାର ସାକ୍ଷୀ ଅଟନ୍ତି।


ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ।


ଏମାନଙ୍କ ମଧ୍ୟରୁ ଜଣେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ମନୋନୀତ ହେଲା। ରିବିକାଙ୍କୁ ଈଶ୍ୱର କହିଲେ, “ଜ୍ୟେଷ୍ଠ ଭ୍ରାତା କନିଷ୍ଠର ସେବା କରିବ।” ସେମାନେ ଜନ୍ମ ହେବା ଆଗରୁ, କେହି କିଛି ସତ୍ ବା ଅସତ୍ କାର୍ଯ୍ୟ କରିବା ପୂର୍ବରୁ ଈଶ୍ୱର ଏହା କହିଥିଲେ। ସେମାନଙ୍କ କର୍ମ ଫଳରୁ ନୁହେଁ, କେବଳ ଈଶ୍ୱରଙ୍କ ଆହ୍ୱାନ ଦ୍ୱାରା ସେମାନେ ମନୋନୀତ ହେଲେ।


ଶଠ ମସୀହ ଓ ଶଠ ଭାବବାଦୀମାନେ ଦେଖାଦେବେ। ସମ୍ଭବ ହେଲେ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ମଧ୍ୟ ଠକିବା ପାଇଁ ସେମାନେ ଅଲୌକିକ କାର୍ଯ୍ୟ କରିବେ ଓ ଅଦ୍ଭୁତ ସଙ୍କେତ ସବୁ ଦେଖାଇବେ।


କିନ୍ତୁ ପ୍ରଭୁ ସେହି ଦୁର୍ଦ୍ଦିନର ସମୟକୁ ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ସେଥିରୁ କେହି ରକ୍ଷା ପାଇ ପାରିବେ ନାହିଁ। ତାଙ୍କର ମନୋନୀତ ଲୋକମାନଙ୍କ ଲାଗି ସେହି ସମୟକୁ ସୀମିତ କରିଛନ୍ତି।


କିନ୍ତୁ ଏହି ଦୁଃଖର ସମୟକୁ ଈଶ୍ୱର ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ଆଉ କେହି ବଞ୍ଚି ରହନ୍ତା ନାହିଁ। କିନ୍ତୁ ତାଙ୍କ ମନୋନୀତ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଈଶ୍ୱର ସେହି ସମୟକୁ କମ୍ କରି ଦେଇଛନ୍ତି।


ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


ତୁମ୍ଭମାନଙ୍କ ପ୍ରିୟ ଭଗିନୀର ପିଲାମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।


କାରଣ ନିଜକୁ ମସୀହ ବା ଭାବବାଦୀ ବୋଲାଉଥିବା ପ୍ରଚାରକମାନେ ସେତେବେଳେ ଦେଖାଦେବେ। ସେମାନେ ଅଲୌକିକ ଓ ବିସ୍ମୟଜନକ କାର୍ଯ୍ୟ ଦେଖାଇ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ଭଣ୍ଡାଇବେ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।


ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ।


Swiv nou:

Piblisite


Piblisite