Biblia Todo Logo
Bib sou entènèt

- Piblisite -




କଲସୀୟ 3:5 - ପବିତ୍ର ବାଇବଲ (CL) NT (BSI)

5 ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ;

Gade chapit la Kopi

ଓଡିଆ ବାଇବେଲ

5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;

Gade chapit la Kopi

ପବିତ୍ର ବାଇବଲ

5 ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।

Gade chapit la Kopi




କଲସୀୟ 3:5
34 Referans Kwoze  

କିନ୍ତୁ ଯଦି ପବିତ୍ରଆତ୍ମାଙ୍କ ସାହାଯ୍ୟରେ ନିଜ ପାପ ପ୍ରବୃତ୍ତିକୁ ବିନଷ୍ଟ କରି ଆଉ ପାପ କାର୍ଯ୍ୟ ନ କର, ତେବେ ତୁମେ ବଞ୍ଚିବ।


ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କର, ସେମାନେ ସମସ୍ତ ଲାଳସା ଓ କାମନାସକ୍ତ ମନୁଷ୍ୟ ପ୍ରକୃତିକୁ କ୍ରୁଶବିଦ୍ଧ କରିଅଛନ୍ତି।


ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର।


ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।


କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ।


ସେମାନେ ନିର୍ଲ୍ଲଜ୍ଜ, ଭ୍ରଷ୍ଟାଚାରୀ ଓ ଅବାରିତଭାବେ ସବୁ ପ୍ରକାର ଅଶୋଭନୀୟ କାର୍ଯ୍ୟରେ ଲିପ୍ତ।


ଏଥର ତୁମ୍ଭମାନଙ୍କ ନିକଟକୁ ଗଲାବେଳକୁ ହୁଏତ ଈଶ୍ୱର ତୁମ୍ଭମାନଙ୍କ ସାକ୍ଷାତରେ ମୋତେ ଅପଦସ୍ଥ କରିବେ, ଯେଉଁମାନେ ଆଗରୁ ପାପ କରିଛନ୍ତି, କିନ୍ତୁ ସେମାନଙ୍କର ଅଶୁଚି କାର୍ଯ୍ୟକଳାପ, ଲମ୍ପଟତା ଓ ଭ୍ରଷ୍ଟାଚାର ନିମନ୍ତେ ଅନୁତପ୍ତ ନୁହନ୍ତି, ଏପରି ଅନେକଙ୍କ ପାଇଁ ମୋତେ ଶୋକ କରିବାକୁ କଡ଼ିବ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


କିନ୍ତୁ ମୋ’ ମନର ଏହି ଇଚ୍ଛା ବିରୁଦ୍ଧରେ ମୋର ଶରୀରକୁ ନିୟନ୍ତ୍ରଣ କରୁଥିବା ବିଧାନ ସର୍ବଦା ସଂଘର୍ଷ କରୁଥାଏ। ମୋ’ ଶରୀରରେ ସକ୍ରିୟ ଥିବା ସେହି ପାପ ପ୍ରବୃତ୍ତି ମୋତେ ବନ୍ଦୀ କରି ରଖିଛି।


କାରଣ ତା’ ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନରହତ୍ୟା, ବ୍ୟଭିଚାର, ଲଣ୍ଠନ, ମିଥ୍ୟା ଓ ପର କୁତ୍ସାରଟନା ପରି ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ।


କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।


ତୁମ୍ଭମାନଙ୍କ ମଧ୍ୟରେ ସଂଘର୍ଷ ଓ କଳହ କାହିଁକତ ହୁଏ? ତୁମ ଅନ୍ତରରେ ଲାଗି ରହିଥିବା ଭୋଗ ବିଳାସର କାମନା ହିଁ ଏହାର କାରଣ।


ଅନ୍ୟ କେହି କହିପାରେ, “ଖାଦ୍ୟ ଉଦର ପାଇଁ ଓ ଉଦର ଖାଦ୍ୟ ପାଇଁ ଉଦ୍ଦିଷ୍ଟ।” ସତ କଥା, କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର, କାମୁକତାରେ ବ୍ୟବହାର ନ ହୋଇ ପ୍ରଭୁଙ୍କ ସେବାରେ ବ୍ୟବହୃତ ହେଉ, କାରଣ ପ୍ରଭୁ ଶରୀରର ଆବଶ୍ୟକତା ପୂରଣ କରନ୍ତି।


ଆମେ ଜାଣୁ, ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ଆମ୍ଭମାନଙ୍କ ପୁରାତନ ବ୍ୟକ୍ତିତ୍ୱ ମୃତ ହୋଇଛି। ତଦ୍ଦ୍ୱାରା ଆମ ପାପ ପ୍ରକୃତି ବିନଷ୍ଟ ହୋଇଛି ଓ ଆମେ ପାପର ଦାସତ୍ୱରୁ ମୁକ୍ତି ପାଇଛୁ,


ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।


ଏଷୌ ପରି କେହି ଭ୍ରଷ୍ଟାଚାରୀ ବା ଅଧର୍ମାଚାରୀ ନ ହେଉ; ସେ ତ ଓଳିକର ଖାଦ୍ୟ ପାଇଁ ଜ୍ୟେଷ୍ଠାଧିକାର ବିଜୟ କରି ଦେଇଥିଲା।


ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ।


ବାସ୍ତବରେ ଶୁଣାଯାଉଛି ଯେ, ତୁମ୍ଭେମାନେ ଯେଉଁ ଭୟଙ୍କର ବ୍ୟଭିଚାରରେ ଲିପ୍ତ, ତାହା ବିଜାତୀୟମାନଙ୍କ ମଧ୍ୟରେ ସୁଦ୍ଧା ଦେଖାଯାଏ ନାହିଁ। ମୁଁ ଶୁଣୁଛି, ତୁମ ଭିତରୁ ଜଣେ ତା’ର ସାବତ ବା ସହିତ ସହବାସ କରୁଛି।


ଯେତେ ଦିନ ପର୍ଯ୍ୟନ୍ତ ଆମେ ଶାରୀରିକ ଅଭିଳାଷର ବଶବର୍ତ୍ତୀ ଥିଲୁ, ବ୍ୟବସ୍ଥାର ନିଷେଧାଜ୍ଞା ଆମ୍ଭମାନଙ୍କର ପାପ ପ୍ରବୃତ୍ତିକୁ କେବଳ ଉତ୍ତେଜିତ କରୁଥିଲା ଏବଂ ଆମ୍ଭେମାନେ ମୃତ୍ୟୁର ସେବା ପାଇଁ ଉପଯୋଗୀ ଥିଲୁ।


ସେମାନେ ଦୁଷ୍ଟତା, ମନ୍ଦତା, ଲୋଭ ଓ ଭ୍ରଷ୍ଟାଚାରରେ ପରିପୂର୍ଣ୍ଣ। ସେମାନେ ଈର୍ଷାପରାୟଣ, ନରହନ୍ତା, କଳହପ୍ରିୟ, ପ୍ରତାରକ ଓ ହିଂସ୍ରକ; ସେମାନେ ପର କୁତ୍ସାରଟନା କରନ୍ତି;


ସେମାନେ ଲଜ୍ଜାଜନକ ପାପ କାର୍ଯ୍ୟରେ ଲିପ୍ତ ରହିଥିବାରୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି, ସେମାନଙ୍କ ସ୍ତ୍ରୀ ଲୋକମାନେ ସ୍ୱାଭାବିକ ଯୌନକ୍ରିୟା ପରିବର୍ତ୍ତେ ଅସ୍ୱାଭାବିକ କାର୍ଯ୍ୟ ସବୁ କରୁଛନ୍ତି ଓ


ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ଜୀବନ ହିଁ ତୁମ୍ଭମାନଙ୍କର ସୁନ୍ନତ ସ୍ୱରୂପ। ଏହି ସୁନ୍ନତ ମନୁଷ୍ୟକୃତ ନୁହେଁ, ତାହା ଖ୍ରୀଷ୍ଟଙ୍କ ଦ୍ୱାରା ସାଧିତ। ତାହା ମନୁଷ୍ୟକୁ ପାପପୂର୍ଣ୍ଣ ଶାରୀରିକ ପ୍ରବୃତ୍ତିରୁ ମୁକ୍ତି ଦିଏ।


ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।


ଧନ ଲାଳସାରୁ ନିବୃତ୍ତ ହୁଅଏବଂ ତୁମର ଯାହା ଅଛି, ସେଥିରେ ସନ୍ତୁଷ୍ଟ ରୁହ। କାରଣ ଈଶ୍ୱର କହିଛନ୍ତି, “ମୁଁ ତୁମକୁ ପରିତ୍ୟାଗ କରିବ ନାହିଁ, ମୁଁ ତୁମକୁ କେବେ ବଜୀନ କରିବି ନାହିଁ।”


Swiv nou:

Piblisite


Piblisite