Biblia Todo Logo
Bib sou entènèt

- Piblisite -




କଲସୀୟ 4:10 - ପବିତ୍ର ବାଇବଲ (CL) NT (BSI)

10 ମୋର ସହବନ୍ଦୀ ଆରିସ୍ତାର୍ଖ ଓ ତାଙ୍କ ସହିତ ବର୍ଣ୍ଣବାଙ୍କ ଆତ୍ମୀୟ ମାର୍କ ମଧ୍ୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ମାର୍କ ତୁମ ପାଖକୁ ଗଲେ ତାଙ୍କୁ ସ୍ୱାଗତ କର। ଏହି ନିର୍ଦ୍ଦେଶ ତୁମ୍ଭମାନଙ୍କୁ ପୂର୍ବରୁ ଦିଆଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି ବର୍ଣ୍ଣବ୍ବାଙ୍କ କୁଟୁମ୍ଵୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ଵନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

10 ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମୋ’ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ୱାଗତ କରିବ।)

Gade chapit la Kopi




କଲସୀୟ 4:10
17 Referans Kwoze  

କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ।


ଏହି ଗଣ୍ଡଗୋଳ ସମୁଦାୟ ନଗରରେ ବ୍ୟାପିଗଲା। ଉଚ୍ଛୃଙ୍ଖଳ ଜନତା ପାଉଲଙ୍କ ସହଯାତ୍ରୀ ମାସିଦୋନିଆର ଗାୟସ୍ ଓ ଆରିଷ୍ଟାର୍ଖସ୍ଙ୍କୁ ଧରି ସେମାନଙ୍କ ରଙ୍ଗଭୂମିକୁ ଭିଡ଼ି ନେଲେ।


ଆମ୍ଭେମାନେ ଆସିଆ ଦେଶର ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯିବା ପାଇଁ ଉଦ୍ୟତ ଥିବା ଆଦ୍ରାମୁତିୟମ୍‌ର ଗୋଟିଏ ଜାହାଜରେ ଯାତ୍ରା କଲୁ। ଆରିଷ୍ଟାର୍ଖସ୍ ନାମରେ ଥେସଲନିକୀ ସହରର ଜଣେ ମାସିଦୋନୀୟ ଲୋକ ଆମ ସହିତ ଥିଲେ।


ବେରିଆ ନିବାସୀ ପୁରଙ୍କ ପୁତ୍ର ସୋପାତ୍ର, ଥେସଲନିକୀର ଆରିଷ୍ଟାର୍ଖସ୍ ଓ ସେକୁନ୍ଦ, ଦର୍ବୀର ଗାୟ, ଆସିଆ ଦେଶର ତୁଖିକ ଓ ତ୍ରଫିମ, ପୁଣି ତୀମଥି ତାଙ୍କ ସହିତ ଗଲେ।


ନିଜର ପରିସ୍ଥିତି ସମ୍ପର୍କରେ ସଚେତନ ହୋଇ ସେ ଯୋହନ ଓ ମାର୍କଙ୍କ ମାତା ମରିୟମଙ୍କ ଗୃହକୁ ଗଲେ। ସେଠାରେ ଅନେକ ଲୋକ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।


ଈଶ୍ୱରଙ୍କ ଦ୍ୱାରା ମନୋନୀତ ବାବିଲୋନସ୍ଥିତ ମଣ୍ଡଳୀ ମୋର ଧର୍ମପୁତ୍ର ମାର୍କ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ଆନ୍ଦ୍ରୋନିକସ୍ ଓ ୟୁନିୟାଙ୍କୁ ମୋର ଅଭିବାଦନ। ଏ ଦୁଇ ଜଣ ଇହୁଦୀ ମୋ’ ସହିତ ବନ୍ଦୀଶାଳାରେ ଥିଲେ। ମୋ’ ପୂର୍ବରୁ ସେମାନେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ ଓ ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ସେମାନେ ସୁପରିଚିତ।


ପ୍ରଭୁଙ୍କ ନାମରେ ତାଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ଲୋକମାନଙ୍କ ପରି ଆଚରଣ କର। ତାଙ୍କର ଆବଶ୍ୟକ ଅନୁଯାୟୀ ସାହାଯ୍ୟ ଦିଅ। ମୋର ଓ ଅନେକ ଲୋକଙ୍କର ସେ ଜଣେ ଉପକାରୀ ବନ୍ଧୁ।


ପାଉଲ ଓ ତାଙ୍କର ସହଯାତ୍ରୀମାନେ ପାଫୋରୁ ଜଳଯାତ୍ରା କରି ପାମ୍ପିଲିଆର ପର୍ଗା ନାମକ ଏକ ନଗରରେ ପହଞ୍ଚିଲେ। ଯୋହନ ନାମରେ ପରିଚିତ ମାର୍କ ସେମାନଙ୍କୁ ଏହିଠାରେ ପରିତ୍ୟାଗ କରି ଯିରୂଶାଲମକୁ ଫେରିଗଲେ।


ସାଇପ୍ରସ୍ରେ ଜନ୍ମଗ୍ରହଣ କରିଥିବା ଲେବୀବଂଶର ଯୋସେଫ, ଯାହାକୁ ପ୍ରେରିତ ଶିଷ୍ୟମାନେ ବର୍ଣ୍ଣବା ବୋଲି ନାମ ଦେଇଥିଲେ (ବର୍ଣ୍ଣବାର ଅର୍ଥ ସାନ୍ତ୍ୱନାର ପୁତ୍ର),


ସାଲାମି ସହରରେ ପହଞ୍ôଚ ଇହୁଦୀ ଉପାସନା ଗୃହମାନଙ୍କରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କଲେ। ଯୋହନ ମାର୍କ ସେମାନଙ୍କ ସଙ୍ଗରେ ରହି ସାହାଯ୍ୟ କରୁଥିଲେ।


ବର୍ଣ୍ଣବା ଓ ଶାଉଳ ଯିରୂଶାଲମରେ ସେବାକାର୍ଯ୍ୟ ଶେଷ କରି ଯୋହନ (ଓରଫ ମାର୍କ)ଙ୍କୁ ସଙ୍ଗରେ ନେଇ ଯିରୂଶାଲମରୁ ଆଣ୍ଟିୟୋଖକୁ ଫେରିଲେ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋ’ ସହିତ କାରାବରଣ କରୁଥିବା ଏପାଫ୍ରା ଓ ମୋର ସହକର୍ମୀ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ତୁମକୁ ନମସ୍କାର ଜଣାଉଛନ୍ତି।


Swiv nou:

Piblisite


Piblisite