Biblia Todo Logo
Bib sou entènèt

- Piblisite -




କଲସୀୟ 4:12 - ପବିତ୍ର ବାଇବଲ (CL) NT (BSI)

12 ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।

Gade chapit la Kopi

ଓଡିଆ ବାଇବେଲ

12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।

Gade chapit la Kopi

ପବିତ୍ର ବାଇବଲ

12 ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।

Gade chapit la Kopi




କଲସୀୟ 4:12
30 Referans Kwoze  

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ପବିତ୍ରଆତ୍ମା ପ୍ରଦତ୍ତ ପ୍ରେମ ସକାଶେ ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ନିମନ୍ତେ ନିଷ୍ଠାର ସହ ପ୍ରାର୍ଥନା କର।


ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋ’ ସହିତ କାରାବରଣ କରୁଥିବା ଏପାଫ୍ରା ଓ ମୋର ସହକର୍ମୀ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ତୁମକୁ ନମସ୍କାର ଜଣାଉଛନ୍ତି।


ସେଥିପାଇଁ ଆମେ ପ୍ରତ୍ୟେକଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଛୁ। ପ୍ରତ୍ୟେକଙ୍କୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରି ଏକ ପରିପକ୍ୱ ବ୍ୟକ୍ତି ରୂପେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ପାଇଁ, ଆମର ସମସ୍ତ ବୁଦ୍ଧିଜ୍ଞାନ ପ୍ରୟୋଗ କରି, ସମସ୍ତଙ୍କୁ ଚେତନା ଓ ଶିକ୍ଷା ଦେଉଅଛୁ।


ଆମ ପକ୍ଷରୁ ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଓ ଆମର ପ୍ରିୟ ସହକର୍ମୀ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ଈଶ୍ୱରଙ୍କ ଏହି ଅନୁଗ୍ରହ ବିଷୟ ଅବଗତ ହୋଇଛ।


ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-


ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି।


ଏହା ଶୁଣି ତୁମ୍ଭେମାନେ କ’ଣ ମନେ କରୁଛ ଯେ, ମୁଁ ମନୁଷ୍ୟମାନଙ୍କର ସମର୍ଥନ ଲାଭ କରିବା ପାଇଁ ଚେଷ୍ଟା କରୁଛି? ନା, କଦାପି ନୁହେଁ। ମୁଁ ଚାହେଁ କେବଳ ଈଶ୍ୱରଙ୍କ ସମର୍ଥନ। ମୁଁ କ’ଣ ଲୋକପ୍ରିୟ ହେବା ନିମନ୍ତେ ଇଚ୍ଛା କରୁଛି? ମୁଁ ଯଦି ଏ ପର୍ଯ୍ୟନ୍ତ ଲୋକପ୍ରିୟ ହେବାକୁ ଚେଷ୍ଟା କରୁଥାନ୍ତି, ତେବେ ମୁଁ ଆଜି ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥାଆନ୍ତି।


ଭାଇମାନେ, ମୋର ବିଶ୍ୱାସ, ତୁମ୍ଭେମାନେ ସମସ୍ତ ସଦ୍ଗୁଣ ତଥା ଜ୍ଞାନରେ ପରିପୂର୍ଣ୍ଣ ଓ ପରସ୍ପରକୁ ଶିକ୍ଷା ଦେବା ପାଇଁ ସମର୍ଥ।


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।


ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ।


କିନ୍ତୁ ବର୍ତ୍ତମାନ ଈଶ୍ୱର ତୁମ୍ଭମାନଙ୍କୁ ପବିତ୍ର, ସିଦ୍ଧ ଓ ନିର୍ଦ୍ଦୋଷ ରୂପେ ତାଙ୍କ ସମ୍ମୁଖକୁ ଆଣିବା ପାଇଁ ତାଙ୍କର ପୁତ୍ରଙ୍କ ଶାରୀରିକ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ନିଜ ସହିତ ପୁନର୍ମିଳିତ କରି ଅଛନ୍ତି।


ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।


ଭାଇମାନେ, ଚିନ୍ତାଧାରାରେ ଶିଶୁ ପରି ହୁଅ ନାହିଁ। ମନ୍ଦ ବିଷୟ ପ୍ରତି ଶିଶୁ ପରି ହୁଅ; କିନ୍ତୁ ବୁଦ୍ଧି ବିଚାରରେ ତୁମ୍ଭେମାନେ ପୂର୍ଣ୍ଣ ବୟସ୍କ ହେବା ଉଚିତ୍।


ଅବଶ୍ୟ ଆଧ୍ୟାତ୍ମିକଭାବେ ପରିପକ୍ୱ ଲୋକମାନଙ୍କ ନିକଟରେ ମୁଁ ଜ୍ଞାନର କଥା କୁହେ। କିନ୍ତୁ ଏ ଜ୍ଞାନ ଏ ଯୁଗର ଜ୍ଞାନ ନୁହେଁ, କିମ୍ବା ଏ ଯୁଗରେ କର୍ତ୍ତୃତ୍ୱ କରୁଥିବା କ୍ଷୟଶୀଳ ଶାସକଙ୍କର ଜ୍ଞାନ ନୁହେଁ।


ଯେ ମୋର ସେବକ ହେବାକୁ ଚାହେଁ, ସେ ମୋର ଅନୁଗମନ କରୁ, ତାହାହେଲେ ମୁଁ ଯେଉଁଠାରେ ଥାଏ, ମୋର ସେବକ ମଧ୍ୟ ସେହିଠାରେ ରହିବ ଏବଂ ସେ ମୋ’ ପିତାଙ୍କ ନିକଟରେ ସମ୍ମାନିତ ହେବ।


ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ସେହିପରି ସିଦ୍ଧ ହେବା ଉଚିତ୍।


ପରସ୍ପର ନିକଟରେ ନିଜ ନିଜ ପାପ ସ୍ୱୀକାର କର ଏବଂ ପରସ୍ପର ନିମନ୍ତେ ପ୍ରାର୍ଥନା କର। ତାହାହେଲେ, ତୁମେ ଆରୋଗ୍ୟ ଲାଭ କରିବ। ଧାର୍ମିକର ପ୍ରାର୍ଥନା, ଶକ୍ତିଶାଳୀ ଓ ଫଳପ୍ରଦ।


ସମଗ୍ର ପୃଥିବୀରେ ଛନ୍ନଭିନ୍ନ ହୋଇ ରହିଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବ ନମସ୍କାର ଜଣାଇ ଏହି ପିତ୍ର ଲେଖୁଛନ୍ତି।


ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।


ଯୀଶୁ ମର୍ମାନ୍ତିକ ଦୁଃଖରେ ଆକୁଳ ହୋଇ ପ୍ରାର୍ଥନା କଲେ; ତାଙ୍କର ସ୍ୱେଦ ବିନ୍ଦୁ ରକ୍ତ ଟୋପ ପରି ଭୂମିରେ ପଡ଼ିଲା।


ଶ୍ରଦ୍ଧେୟ ଥିୟୋଫିଲସ୍, ଆମ ମଧ୍ୟରେ ଯାହା ଯାହା ଘଟିଛି, ତାହାର ବିବରଣୀ ଲେଖିବା ପାଇଁ ଅନେକେ ଯଥାସାଧ୍ୟ ଚେଷ୍ଟା କରିଛନ୍ତି।


ଏହାକୁ ସଫଳ କରିବା ନିମନ୍ତେ ମୋ’ଠାରେ ସକ୍ରିୟ ରହିଥିବା ଖ୍ରୀଷ୍ଟପ୍ରଦତ୍ତ ମହାନ୍ ଶକ୍ତିକୁ ବ୍ୟବହାର କରି ମୁଁ ଆପ୍ରାଣ ଉଦ୍ୟମ ଓ ପରିଶ୍ରମ କରୁଅଛି।


ତାଙ୍କ ସଙ୍ଗରେ ତୁମ ଦଳ ଅନ୍ତର୍ଭୁକ୍ତ ପ୍ରିୟ ବିଶ୍ୱସ୍ତ ଭାଇ ଅନିସିବ ମଧ୍ୟ ଯାଉଛନ୍ତି। ସେମାନେ ତୁମକୁ ଏଠାରେ ଘଟୁଥିବା ସମସ୍ତ କଥା ଜଣାଇବେ।


କୁମେ ଶେଷ ପର୍ଯ୍ୟନ୍ତ ସହିଷ୍ଠ ହୋଇ ରହିଲେ, କୌଣସି ବିଷୟରେ ଉଣା ନ ପଡ଼ି ସିଦ୍ଧ ଓଔ ସମ୍ପୁର୍ଣ୍ଣ ହେବ।


Swiv nou:

Piblisite


Piblisite