Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:11 - ପବିତ୍ର ବାଇବଲ (CL) NT (BSI)

11 ସମସ୍ତ ବିଷୟ ଈଶ୍ୱରଙ୍କ ପରିକଳ୍ପନା ଓ ନିଷ୍ପତ୍ତି ଅନୁଯାୟୀ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧନ ଲାଗି, ଖ୍ରୀଷ୍ଟଙ୍କ ଦ୍ୱାରା ତାଙ୍କର ନିଜ ଲୋକ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ଵରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ଵର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୂର୍ବରୁ ନିରୂପିତ ହେଲୁ,

Gade chapit la Kopi

ଓଡିଆ ବାଇବେଲ

11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

Gade chapit la Kopi




ଏଫିସୀୟ 1:11
40 Referans Kwoze  

ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ।


ଈଶ୍ୱର ତାଙ୍କ ଲୋକମାନଙ୍କୁ ଯେଉଁସବୁ ବିଷୟ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି, ସେ ସବୁ ଯେ ଆମେ ପାଇବା, ପବିତ୍ର ଆତ୍ମା ତାହାର ଜାମିନଦାର ସ୍ୱରୂପ। ଈଶ୍ୱର ତାଙ୍କ ଲୋକମାନଙ୍କୁ ସ୍ୱାଧୀନତାର ପରିପୂର୍ଣ୍ଣତା ପ୍ରଦାନ କରିବେ, ଏହି ନିଶ୍ଚିତ ବୋଧ ପାଇ, ଆସ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।


ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।


ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।


ଈଶ୍ୱରଙ୍କ ପ୍ରତିଜ୍ଞାତ ଆଶୀର୍ବାଦପ୍ରାପ୍ତି ଯଦି ବ୍ୟବସ୍ଥା ପାଳନ ଉପରେ ନିର୍ଭର କରେ, ତେବେ ତାହା ତାଙ୍କ ପ୍ରତିଜ୍ଞାର ଫଳ ବୋଲି ଆଉ କୁହାଯାଇ ପାରିବ ନାହିଁ। ତେଣୁ ଈଶ୍ୱର କେବଳ ତାଙ୍କର ପ୍ରତିଜ୍ଞାନୁଯାୟୀ ସେହି ଆଶୀର୍ବାଦ ଅବ୍ରାହାମଙ୍କୁ ପ୍ରଦାନ କଲେ।


ଈଶ୍ୱର ଯେଉଁମାନଙ୍କୁ ସେହି ସବୁ ବିଷୟ ଦାନ କରିବେ ବୋଲି ସେମାନଙ୍କୁ ସ୍ପଷ୍ଟଭାବେ ଜଣାଇବା ପାଇଁ ସେ ତାଙ୍କ ପ୍ରତିଜ୍ଞା ସହିତ ଶପଥ ଯୋଗ କରିଥିଲେ।


ତାଙ୍କ ଅନୁଗ୍ରହରୁ ଆମେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ, ଆମ୍ଭମାନଙ୍କ ଭରସା ଅନୁଯାୟୀ ଅନନ୍ତ ଜୀବନରେ ପ୍ରବେଶ କରିବାକୁ ସୁଯୋଗ ପାଇଛୁ।


ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।


ପିତା ଈଶ୍ୱର ଆଲୋକ ରାଜ୍ୟରେ ତାଙ୍କର ଲୋକମାନଙ୍କ ନିମନ୍ତେ ଯାହା ସଂରକ୍ଷିତ କରିଛନ୍ତି, ତାହାର ଅଂଶୀ ହେବା ପାଇଁ ସେ ଯେ ତୁମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି, ଏଥିଯୋଗୁଁ ଆନନ୍ଦରେ ତାହାଙ୍କୁ ଧନ୍ୟବାଦ ଦିଅ।


ମନେରଖ, ଈଶ୍ୱର ତାଙ୍କ ଲୋକମାନଙ୍କ ପାଇଁ ଯାହା ରଖିଛନ୍ତି, ତାହା ସେ ତୁମକୁ ପୁରସ୍କାର ସ୍ୱରୂପେ ଦେବେ। କାରଣ ଖ୍ରୀଷ୍ଟ ହିଁ ତୁମର ପ୍ରକୃତ ପ୍ରଭୁ, ଯାହାଙ୍କର ସେବା ତୁମେ କରୁଛ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


“ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ହାତରେ ଓ ତାଙ୍କ ଅନୁଗ୍ରହପୂର୍ଣ୍ଣ ବାକ୍ୟ ନିକଟରେ ସମର୍ପଣ କରୁଛି; ସେହି ବାକ୍ୟ ତୁମ୍ଭମାନଙ୍କୁ ବଳିଷ୍ଠ କରିବା ପାଇଁ ଓ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସମସ୍ତ ଆଶୀର୍ବାଦ ତୁମକୁ ଦେବା ପାଇଁ ସମର୍ଥ।


ଈଶ୍ୱର ତାଙ୍କର ଯୋଜନା ଅନୁଯାୟୀ ଯୀଶୁଙ୍କୁ ତୁମ ହସ୍ତରେ ସମର୍ପଣ କରିବାକୁ ସ୍ଥିର କରିଥିଲେ। ପୁଣି ତୁମେ ତାଙ୍କୁ ଦୁଷ୍ଟମାନଙ୍କ ଦ୍ୱାରା କ୍ରୁଶବିଦ୍ଧ କରି ହତ୍ୟା କରିଥିଲ।


କାରଣ ଈଶ୍ୱରଙ୍କ ସମୁଦାୟ ଉଦ୍ଦେଶ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ମୁଁ ସଙ୍କୋଚ ବୋଧ କରି ନାହିଁ।


ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।


ଅନିଷ୍ଠ ବଦଳେ ଅନିଷ୍ଠ କର ନାହିଁ, ଅଭିଶାପ ବଦଳେ ଅଭିଶାପ ଦିଅ ନାହିଁ; ତା’ ପରିବର୍ତ୍ତେ ଆଶୀର୍ବାଦ କର, କାରଣ ଏଥିନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିତିଲେ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।


ଶାସ୍ତ୍ର ଅନୁଯାୟୀ: “କିଏ ଈଶ୍ୱରଙ୍କ ମନୋଭାବ ବୁଝି ପାରିବ? କିଏ ବା ତାଙ୍କୁ ପରାମର୍ଶ ଦେବାକୁ ସମର୍ଥ?


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।


ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


ଏମାନଙ୍କ ମଧ୍ୟରୁ ଜଣେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ମନୋନୀତ ହେଲା। ରିବିକାଙ୍କୁ ଈଶ୍ୱର କହିଲେ, “ଜ୍ୟେଷ୍ଠ ଭ୍ରାତା କନିଷ୍ଠର ସେବା କରିବ।” ସେମାନେ ଜନ୍ମ ହେବା ଆଗରୁ, କେହି କିଛି ସତ୍ ବା ଅସତ୍ କାର୍ଯ୍ୟ କରିବା ପୂର୍ବରୁ ଈଶ୍ୱର ଏହା କହିଥିଲେ। ସେମାନଙ୍କ କର୍ମ ଫଳରୁ ନୁହେଁ, କେବଳ ଈଶ୍ୱରଙ୍କ ଆହ୍ୱାନ ଦ୍ୱାରା ସେମାନେ ମନୋନୀତ ହେଲେ।


ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।


ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


Swiv nou:

Piblisite


Piblisite