Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:15 - ପବିତ୍ର ବାଇବଲ (CL) NT (BSI)

15-16 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,

Gade chapit la Kopi

ଓଡିଆ ବାଇବେଲ

15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,

Gade chapit la Kopi

ପବିତ୍ର ବାଇବଲ

15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି।

Gade chapit la Kopi




ଏଫିସୀୟ 1:15
17 Referans Kwoze  

କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ!


ଈଶ୍ୱର ଅନ୍ୟାୟକରନ୍ତି ନାହିଁ। ତୁମ୍ଭମାନଙ୍କର କାର୍ଯ୍ୟ, ବିଶେଷ କରି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରି ଈଶ୍ୱରଙ୍କ ପ୍ରତି ତୁମେ ଯେଉଁ ପ୍ରେମ ପ୍ରକାଶ କରି ଆସିଛ, ତାହା ସେ ଭଳଲିବେ ନାହିଁ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।


ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ଆମ ପ୍ରଭୁଙ୍କ ପ୍ରଚୁର ଅନୁଗ୍ରହରୁ ମୁଁ ତାଙ୍କଠାରେ ବିଶ୍ୱାସ ଓ ଭକ୍ତିରେ ଆବଦ୍ଧ ହୋଇଛି।


ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।


ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ।


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


ଇହୁଦୀ ଓ ଅଣଇହୁଦୀ ସମସ୍ତଙ୍କୁ ମୁଁ ଦୃଢ଼ ସତର୍କ ବାଣୀ ଶୁଣାଇଥିଲି ଯେ, ସେମାନେ ପାପରୁ ବିମୁଖ ହୋଇ ଈଶ୍ୱରଙ୍କ ପ୍ରତି ମନ ଫେରାଇବେ ଏବଂ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବେ।


ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି।


ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିବା ପାଉଲ, ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ବିଶ୍ୱସ୍ତ ଜୀବନ ଯାପନ କରୁଥିବା ଏଫିସୀର ଈଶ୍ୱରଭକ୍ତମାନଙ୍କ ନିକଟକୁ ଲେଖିଥିବା ଏହି ପତ୍ର:-


ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ।


Swiv nou:

Piblisite


Piblisite