Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:17 - ପବିତ୍ର ବାଇବଲ (CL) NT (BSI)

17 ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

Gade chapit la Kopi




ଏଫିସୀୟ 1:17
56 Referans Kwoze  

ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।


ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି।


ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।


“ମୋ’ ନିତା ମୋତେ ସବୁକିଛି ଦାନ କରିଛନ୍ତି। ପିତାଙ୍କ ଛଡ଼ଶ ପୁତ୍ରଙ୍କୁ ଆଉ କେହି ଜାଣିନ୍ତି ନାହିଁ। ପୁତ୍ର ଯେଉଁମାନଙ୍କ ନିକଟରେ ପିତାଙ୍କୁ ପ୍ରକାଶ କରିବେ, କେବଳ ସେହିମାନେ ପିତାଙ୍କୁ ଜାଣି ପାରିବେ।


କିନ୍ତୁ ଈଶ୍ୱର ତାଙ୍କ ଆତ୍ମାଙ୍କ ଦ୍ୱାରା ଉକ୍ତ ଗୁପ୍ତ ବିଷୟ ଆମ୍ଭମାନଙ୍କୁ ଜଣାଇଛନ୍ତି। ସେହି ପରମାତ୍ମା ହିଁ ଈଶ୍ୱରଙ୍କ ଗଭୀରତମ ପରିକଳ୍ପନାସବୁର ସନ୍ଧାନ କରନ୍ତି।


ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି।


ଯୀଶୁ କହିଲେ, “ମୋତେ ଧରି ରଖିବାକୁ ଚେଷ୍ଟା କର ନାହିଁ, କାରଣ ମୁଁ ଏ ପର୍ଯ୍ୟନ୍ତ ମୋ’ ପିତାଙ୍କ ପାଖକୁ ଯାଇ ନାହିଁ। ମୋ’ ଭାଇମାନଙ୍କ ନିକଟକୁ ଯାଇ କୁହ, ମୋର ପିତା, ତୁମ୍ଭମାନଙ୍କର ପିତା, ମୋର ଈଶ୍ୱର ଓ ତୁମ୍ଭମାନଙ୍କ ଈଶ୍ୱରଙ୍କ ପାଖକୁ ମୁଁ ଯାଉଛି।”


କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


ଯେଉଁ ସହାୟକ ପବିତ୍ରଆତ୍ମାଙ୍କୁ ଈଶ୍ୱର ମୋ’ ସ୍ଥାନରେ ପଠାଇବେ, ସେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ମୁଁ କହିଥିବା ସମସ୍ତ ବିଷୟକୁ ସ୍ମରଣ କରାଇଦେବେ।


କିଛି ଲାଭ ନ ହେଲେ ମଧ୍ୟ ମୋତେ ଅବଶ୍ୟ ଦର୍ପ କରିବାକୁ ହେବ। କିନ୍ତୁ ପ୍ରଭୁ ମୋତେ ଯେଉଁ ସବୁ ଦିବ୍ୟ ଦର୍ଶନ ଓ ପ୍ରତ୍ୟାଦେଶ ଦେଇଛନ୍ତି, ସେଗୁଡ଼ିକ ବର୍ତ୍ତମାନ ମୁଁ ଉଲ୍ଲେଖ କରିବି।


କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।


ପବିତ୍ରଆତ୍ମାଙ୍କ ଅନୁଗ୍ରହରୁ କେହି ବୁଦ୍ଧିମାନ ହୋଇ ବାକ୍ପଟୁ ହୁଏ ଓ ଆଉ କେହି ଜ୍ଞାନର କଥା କହେ।


ଜଗତର କୌଣସି ଅଧିପତି ଏହି ଜ୍ଞାନର ପରିଚୟ ପାଇ ନ ଥିଲେ। ଯଦି ତାହା ପାଇଥା’ନ୍ତେ, ତେବେ ସେମାନେ ମହାମହିମ ପ୍ରଭୁଙ୍କୁ କ୍ରୁଶାର୍ପଣ କରି ନ ଥାନ୍ତେ।


ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର।


ଲୋକେ ତୁମ ପ୍ରତି ଏହି ସବୁ କରିବେ, କାରଣ ସେମାନେ ମୋତେ କିମ୍ବା ପିତାଙ୍କୁ ଜାଣନ୍ତି ନାହିଁ।


ସେ ହେଉଛନ୍ତି, ‘ସତ୍ୟମୟ ଆତ୍ମା’। ଏହି ଜଗତ ତାଙ୍କୁ ଗ୍ରହଣ କରିପାରିବ ନାହିଁ, କାରଣ ଜଗତ ତାଙ୍କୁ ଦେଖିପାରିବ ନାହିଁ, କି ଚିହ୍ନି ପାରିବ ନାହିଁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ଜାଣିବ। କାରଣ ତୁମ୍ଭମାନଙ୍କ ସହିତ ସେ ବାସ କରିବେ। ତୁମ ଅନ୍ତରରେ ସେ ରହିବେ।


ଯୀଶୁ କହିଲେ, “ଧନ୍ୟ ତୁମେ ଯୂନସଙ୍କ ପୁତ୍ର, ପିତର! ଏହି ସତ୍ୟ ତୁମେ କୌଣସି ମନୁଷ୍ୟଠାରୁ ପାଇ ନାହିଁ। ମୋର ସ୍ୱର୍ଗସ୍ଥ ପିତା ନିଜେ ଏହା ତୁମଠାରେ ପ୍ରକାଶ କରିଛନ୍ତି।


ସେହି ସମୟରେ ଯୀଶୁ ପ୍ରାର୍ଥନା କରି କହିଲେ, “ହେ ପିତା, ସ୍ୱର୍ଗ ଓ ମର୍ତ୍ତ୍ୟର ପ୍ରଭୁ, ଏହି ସବୁ କଥା ତୁମେ ବୁଦ୍ଧିମାନ ଓ ଶିକ୍ଷିତ ଲୋକମାନଙ୍କଠରୁ ଗୁପ୍ତ ରଖି ଅଶିକ୍ଷିତ ଲୋକମାନଙ୍କଠାରୁ ପ୍ରକାଶ କରିଥିବାରୁ ମୁଁ ତୁମକୁ ଧନ୍ୟବାଦ ଦେଉଉଛି।


“ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!"


ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଉଲଙ୍କ ପତ୍ର। ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ଏବଂ ଅନନ୍ତ ଜୀବନ ପ୍ରାପ୍ତିର ଆଶା ଉପରେ ଆଧାରିତ ଆମ ଧର୍ମବିଶ୍ୱାସର ସତ୍ୟ ପ୍ରତି ସେମାନଙ୍କୁ ସଚେତନ କରାଇବା ପାଇଁ ମୁଁ ପ୍ରେରିତ ହୋଇଛି।


ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖୀଷ୍ଟଙ୍କ ବିଶ୍ୱାସୀ ରୂପେ ତୁମ୍ଭେମାନେ ଲୋକମାନଙ୍କର ବାହ୍ୟ ବେଶଭୂଷା ଦେଖି ପକ୍ଷପାତିତା କର ନାହିଁ।


ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଆସି ଅଲୌକିକ ଭାଷାରେ କଥା କହେ, ଅଥଚ ଈଶ୍ୱରଙ୍କଠାରୁ କୌଣସି ପ୍ରତ୍ୟାଦେଶ କିମ୍ବା ବାର୍ତ୍ତା କିମ୍ବା କୌଣସି ଶିକ୍ଷଣୀୟ ବିଷୟ ପ୍ରକାଶ ନ କରେ, ତେବେ ତୁମ୍ଭମାନଙ୍କର କି ଉପକାର ହେବ?


କାରଣ ତୁମେ କ’ଣ କହିବ, ପବିତ୍ରଆତ୍ମା ସେ ସମୟରେ ତୁମକୁ ଜଣାଇବେ।”


“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ।


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


ସ୍ତିଫାନ ଉତ୍ତର ଦେଲେ, “ହେ ମୋର ଭାଇ ଓ ଗୁରୁଜନମାନେ, ଦୟାକରି ଶୁଣନ୍ତୁ, ଆମ ପୂର୍ବପୁରୁଷ ଅବ୍ରହାମ ହାରଣରେ ବାସ କରିବାକୁ ଯିବା ପୂର୍ବରୁ ଗୌରବମୟ ଈଶ୍ୱର ମେସୋପଟାମିୟାରେ ଦର୍ଶନ ଦେଇ ତାଙ୍କୁ କହିଲେ,


ସେଥିପାଇଁ ଆମେ ସମସ୍ତେ ଆମ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ସମ୍ପର୍କୀୟ ଜ୍ଞାନରେ ଐକ୍ୟବଦ୍ଧ ହେବୁ, ଖ୍ରୀଷ୍ଟଙ୍କ ପୂର୍ଣ୍ଣତାପ୍ରାପ୍ତ ହୋଇ ଆମେ ପରିପକ୍ୱ ହେବୁ।


ଆମ ମଧ୍ୟରେ ଯେଉଁମାନେ ଆଧ୍ୟାତ୍ମିକ ଭାବେ ପରିପକ୍ୱ, ସେମାନଙ୍କର ଏହିପରି ମନୋଭାବ ରହିବା ଉଚିତ। ଯଦି ତୁମ୍ଭମାନଙ୍କ ମଧ୍ୟରୁ କହାର ଭିନ୍ନ ମନୋଭାବ ଥାଏ, ଈଶ୍ୱର ତୁମ୍ଭମାନଙ୍କୁ ସବୁ କଥା ସ୍ପଷ୍ଟଭାବେ ଜଣାଇ ଦେବେ।


ସେମାନେ କହିଲେ, “ପ୍ରଭୁ ଆମକୁ ଦୃଷ୍ଟି ଶକ୍ତି ଦିଅନ୍ତୁ।”


Swiv nou:

Piblisite


Piblisite