Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:19 - ପବିତ୍ର ବାଇବଲ (CL) NT (BSI)

19 ତାଙ୍କର ଲୋକମାନଙ୍କ ପ୍ରତି ତାଙ୍କର ପ୍ରତିଜ୍ଞାତ ମହତ୍ ଆଶୀର୍ବାଦସମୂହ ଯେ କେତେ ବହୁଳ ଏବଂ ଆମ ପରି ବିଶ୍ୱାସୀମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଯେ କେଡ଼େ ମହାନ୍, ତାହା ତୁମ୍ଭେମାନେ ଜାଣି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ବିଶ୍ଵାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ଵ କଅଣ, ଏହିସବୁ ଜାଣି ପାର;

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍।

Gade chapit la Kopi




ଏଫିସୀୟ 1:19
19 Referans Kwoze  

କାରଣ ତୁମ୍ଭମାନଙ୍କୁ ତାଙ୍କର ଉଦ୍ଦେଶ୍ୟ ସାଧନ କରିବା ନିମନ୍ତେ ଇଚ୍ଛୁକ ଓ ସମର୍ଥ କରିବାକୁ ସ୍ୱୟଂ ଈଶ୍ୱର ତୁମ ମଧ୍ୟରେ ସଦା କାର୍ଯ୍ୟରତ।


ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ,


କାରଣ ଜଳଦୀକ୍ଷା ଗ୍ରହଣ କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହୋଇଥିଲ ଏବଂ ଯୀଶୁ ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ସକ୍ରିୟ ଶକ୍ତିରେ ବିଶ୍ୱାସ କରିବା ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ତୁମ୍ଭେମାନେ ମଧ୍ୟ ପୁନରୁତ୍ଥିତ ହୋଇଅଛ।


କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର।


ଏହାକୁ ସଫଳ କରିବା ନିମନ୍ତେ ମୋ’ଠାରେ ସକ୍ରିୟ ରହିଥିବା ଖ୍ରୀଷ୍ଟପ୍ରଦତ୍ତ ମହାନ୍ ଶକ୍ତିକୁ ବ୍ୟବହାର କରି ମୁଁ ଆପ୍ରାଣ ଉଦ୍ୟମ ଓ ପରିଶ୍ରମ କରୁଅଛି।


ପରିଶେଷରେ, ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କ ମହାଶକ୍ତିରେ ଶକ୍ତିମନ୍ତ ହୁଅ।


ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


ସେହି ସୁସମାଚାର ଉପରେ ମୋର ପୂର୍ଣ୍ଣ ଆସ୍ଥା ରହିଛି। ତାହା ପ୍ରଥମତଃ ଇହୁଦୀ ଓ ତା’ପରେ ଅଣଇହୁଦୀ ବିଶ୍ୱାସୀମାନଙ୍କର ପରିତ୍ରାଣ ସାଧନ ପାଇଁ ଈଶ୍ୱରଙ୍କ ମହାଶକ୍ତି ସ୍ୱରୂପ।


ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।


ସେଥିପାଇଁ ଆମେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କୁ ଯେଉଁ ଜୀବନ ଯାପନ କରିବା ନିମନ୍ତେ ଈଶ୍ୱର ଆହ୍ୱାନ କରିଛନ୍ତି, ତାହା କରିବା ପାଇଁ ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ। ତାଙ୍କ ଶକ୍ତିରେ ସେ ତୁମର ସମସ୍ତ ସତ୍ କାମନା ପୂରଣ କରି ତୁମ୍ଭମାନଙ୍କର ବିଶ୍ୱାସକୁ ପରିପକ୍ୱ କରନ୍ତୁ।


କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


ଶରୀରରୁ ଯାହା ଜାତ, ତାହା ଶାରୀରିକ। ଆତ୍ମାରୁ ଯାହା ଜାତ, ତାହା ଆତ୍ମିକ।


ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।


ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।


Swiv nou:

Piblisite


Piblisite