Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:9 - ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ଵ ଜ୍ଞାତ କରାଇ ଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

9 ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।

Gade chapit la Kopi




ଏଫିସୀୟ 1:9
28 Referans Kwoze  

ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ସମସ୍ତ ବିଷୟ ଈଶ୍ୱରଙ୍କ ପରିକଳ୍ପନା ଓ ନିଷ୍ପତ୍ତି ଅନୁଯାୟୀ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧନ ଲାଗି, ଖ୍ରୀଷ୍ଟଙ୍କ ଦ୍ୱାରା ତାଙ୍କର ନିଜ ଲୋକ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି।


ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।


ମୁଁ କୌଣସି ମନୁଷ୍ୟଠାରୁ ତାହା ପ୍ରାପ୍ତ ହୋଇ ନାହିଁ, କିଅବା କେହି ମୋତେ ତାହା ଶିକ୍ଷା ଦେଇ ନାହାନ୍ତି। ସ୍ୱୟଂ ଯୀଶୁ ଖ୍ରୀଷ୍ଟ ତାହା ମୋ’ ନିକଟରେ ପ୍ରକାଶ କରିଛନ୍ତି।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ପୁଣି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ଯେତେବେଳେ ମୋ’ ନିକଟରେ ସେ ତାଙ୍କ ପୁତ୍ରଙ୍କୁ ପ୍ରକାଶ କଲେ, ଏ ବିଷୟରେ ପରାମର୍ଶ କରିବା ନିମନ୍ତେ ମୁଁ ଅନ୍ୟ କାହା ନିକଟକୁ ଯାଇ ନ ଥିଲି।


ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।


ଯୀଶୁ ଉତ୍ତର ଦେଲେ, “ସ୍ୱର୍ଗରାଜ୍ୟର ରହସ୍ୟ ବୁଛିବା ପାଇଁ ତୁମ୍ଭେମାନେ ଜ୍ଞାନ ପାଇଛ-ସେମାନେ ପାଇ ନାହାନ୍ତି।


ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।


ଈଶ୍ୱର ତାଙ୍କର ଯୋଜନା ଅନୁଯାୟୀ ଯୀଶୁଙ୍କୁ ତୁମ ହସ୍ତରେ ସମର୍ପଣ କରିବାକୁ ସ୍ଥିର କରିଥିଲେ। ପୁଣି ତୁମେ ତାଙ୍କୁ ଦୁଷ୍ଟମାନଙ୍କ ଦ୍ୱାରା କ୍ରୁଶବିଦ୍ଧ କରି ହତ୍ୟା କରିଥିଲ।


“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


“ହେ ଛୋଟ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ତାଙ୍କ ରାଜ୍ୟ ପ୍ରଦାନ କରି ତୁମ ପିତା ଅତୀବ ସନ୍ତୁଷ୍ଟ ହୋଇଛନ୍ତି।


ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।


ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।


ମାତ୍ର ଈଶ୍ୱର ତାଙ୍କ ଅନୁଗ୍ରହରେ ମୋ’ ଜନ୍ମ ପୂର୍ବରୁ ମୋତେ ମନୋନୀତ କରିଥିଲେ ଏବଂ ତାଙ୍କର ସେବା କରିବା ପାଇଁ ମୋତେ ଆହ୍ୱାନ ଦେଇଥିଲେ।


ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।


Swiv nou:

Piblisite


Piblisite