Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:13 - ପବିତ୍ର ବାଇବଲ (CL) NT (BSI)

13 ଏକଦା ଦୂରରେ ଥିଲ; ବର୍ତ୍ତମାନ ଯୀଶୁଙ୍କ ସହିତ ଏକ ହୋଇ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ନିକଟବର୍ତ୍ତୀ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ପୂର୍ବେ ଦୂରରେ ଥିଲ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ନିକଟସ୍ଥ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

13 ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।

Gade chapit la Kopi




ଏଫିସୀୟ 2:13
41 Referans Kwoze  

କାରଣ ଈଶ୍ୱରଙ୍କ ପ୍ରତିଜ୍ଞା ତୁମ୍ଭମାନଙ୍କ ପ୍ରତି, ତୁମ ସନ୍ତାନମାନଙ୍କ ପ୍ରତି ଓ ଈଶ୍ୱରଙ୍କ ଦ୍ୱାରା ଆହୂତ ଦୂରଦୂରାନ୍ତରେ ଥିବା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ।”


ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


ପୂର୍ବେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ଦୂରରେ ଥିଲ, ତୁମ୍ଭେମାନେ ବିଦେଶୀ ଥିଲ ଓ ଈଶ୍ୱରଙ୍କ ମନୋନୀତ ଜାତିରେ ଅନ୍ତର୍ଭୁକ୍ତ ହୋଇ ନ ଥିଲ। ଈଶ୍ୱର ତାଙ୍କ ଲୋକମାନଙ୍କ ପ୍ରତି କରିଥିବା ପ୍ରତିଜ୍ଞା ଉପରେ ସ୍ଥାପିତ ନିୟମରେ ତୁମ୍ଭମାନଙ୍କର କୌଣସି ଅଂଶ ନ ଥିଲା। ଭରସାଶୂନ୍ୟ ଓ ଈଶ୍ୱରବିହୀନ ହୋଇ ତୁମ୍ଭେମାନେ ଜଗତରେ ବାସ କରୁଥିଲ।


ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!


ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ସେଥିପାଇଁ ପ୍ରଥମ ନିୟମ ମଧ୍ୟ ରକ୍ତପାତ ଦ୍ୱାରା କାର୍ଯ୍ୟକାରୀ ହୋଇଥିଲା।


କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ପ୍ରଭୁ ମୋତେ କହିଲେ, ‘ଯାଅ, ମୁଁ ତୁମକୁ ବହୁତ ଦୂରକୁ ଅଣଇହୁଦୀମାନଙ୍କ ନିକଟକୁ ପଠାଇବି’।”


ଈଶ୍ୱର କିପରି ଅନୁଗ୍ରହ କରି ଅଣଇହୁଦୀମାନଙ୍କ ମଧ୍ୟରୁ କେତେକଙ୍କୁ ତାଙ୍କ ପାଇଁ ମନୋନୀତ କରିଛନ୍ତି, ଶିମୋନ ସେ କଥା ବୁଝାଇ ଦେଇଛନ୍ତି।


ମୋର ଆହୁରି ଅନ୍ୟ ମେଷ ଅଛନ୍ତି, ଯେଉଁମାନେ ଏହି ପଲ ଭିତରେ ନାହାନ୍ତି। ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ପଡ଼ିବ। ସେମାନେ ମୋର ଡାକ ଶୁଣିବେ ଏବଂ ସମସ୍ତେ ଗୋଟିଏ ମେଷପାଳକର ଗୋଟିଏ ପଲ ହୋଇ ରହିବେ।


ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।


ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିବା ପାଉଲ, ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ବିଶ୍ୱସ୍ତ ଜୀବନ ଯାପନ କରୁଥିବା ଏଫିସୀର ଈଶ୍ୱରଭକ୍ତମାନଙ୍କ ନିକଟକୁ ଲେଖିଥିବା ଏହି ପତ୍ର:-


ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।


ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


Swiv nou:

Piblisite


Piblisite