Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:8 - ପବିତ୍ର ବାଇବଲ (CL) NT (BSI)

8 ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,

Gade chapit la Kopi

ଓଡିଆ ବାଇବେଲ

8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।

Gade chapit la Kopi




ଏଫିସୀୟ 3:8
33 Referans Kwoze  

ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ମୁଁ ସବୁଠାରୁ ନିକୃଷ୍ଟ, ଏପରି କି ପ୍ରେରିତ ନାମର ଯୋଗ୍ୟ ନୁହେଁ, କାରଣ ମୁଁ ଈଶ୍ୱରଙ୍କ ମଣ୍ଡଳୀକୁ ନିର୍ଯ୍ୟାତିତ କରିଛି।


ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।


ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।


ସେହି ସତ୍ୟ ଓ ବିଶ୍ୱାସର ବାର୍ତ୍ତା ଅନ୍ୟାନ୍ୟ ଜାତି ନିକଟରେ ଘୋଷଣା କରିବା ପାଇଁ ମୁଁ ଜଣେ ଶିଷ୍ୟ ଓ ଗୁରୁ ରୂପେ ପ୍ରେରିତ ହୋଇଛି। ମୁଁ ମିଥ୍ୟା କହୁ ନାହିଁ - ଯାହା କହୁଛି, ତାହା ସବୁ ନିରାଟ ସତ୍ୟ।


ପୁଣି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ଯେତେବେଳେ ମୋ’ ନିକଟରେ ସେ ତାଙ୍କ ପୁତ୍ରଙ୍କୁ ପ୍ରକାଶ କଲେ, ଏ ବିଷୟରେ ପରାମର୍ଶ କରିବା ନିମନ୍ତେ ମୁଁ ଅନ୍ୟ କାହା ନିକଟକୁ ଯାଇ ନ ଥିଲି।


ଈଶ୍ୱରଙ୍କ ଐଶ୍ୱର୍ଯ୍ୟ କେଡ଼େ ପ୍ରଚୁର। ତାଙ୍କର ଜ୍ଞାନ ଓ ପ୍ରଜ୍ଞା କେଡ଼େ ଅସୀମ। ତାଙ୍କ ନିଷ୍ପତ୍ତିର ଯଥାର୍ଥତା କିଏ ବୁଝାଇବ? କିଏ ତାଙ୍କ ଗତିବିଧି ଜାଣିପାରିବ?


ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।


ଏହି ଶୁଭ ବାର୍ତ୍ତା ଘୋଷଣା କରି ବୁଝାଇବାକୁ ଈଶ୍ୱର ମୋତେ ଜଣେ ପ୍ରେରିତ ଶିଷ୍ୟ ଓ ଶିକ୍ଷକ ରୂପେ ନିଯୁକ୍ତ କରିଛନ୍ତି।


ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।


ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”


ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପ ଏକାରେକକୁ ପ୍ରେମ କର ଓ ଏକାରେକକୁ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସୁକ ହୁଅ।


ପ୍ରେରିତ ଶିଷ୍ୟମାନେ ଆନନ୍ଦରେ ମହାସଭାରୁ ପ୍ରସ୍ଥାନ କଲେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ସେମାନେ ଯୀଶୁଙ୍କ ନିମନ୍ତେ ଅପମାନ ଭୋଗ କରିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ।


ତେଣୁ ମୁଁ ତୁମକୁ ପରାମର୍ଶ ଦେଇଛି, ଧନବାନ ହେବା ପାଇଁ ମୋ’ଠାରୁ ବିଶୁଦ୍ଧ ସୁବର୍ଣ୍ଣ କ୍ରୟ କର - ତୁମ୍ଭମାନଙ୍କର ଲଜ୍ଜାକର ଉଲଗ୍ନତାକୁ ଆବୃତ କରିବା ପାଇଁ ମୋ’ ନିକଟରୁ ଶୁକ୍ଲ ବସ୍ତ୍ର କ୍ରୟ କର। ପୁଣି ଦୃଷ୍ଟିଶକ୍ତି ନିର୍ମଳ କରିବା ପାଇଁ କିଛି ଅଞ୍ଜନ କିଣି ଚକ୍ଷୁରେ ଲଗାଅ।


ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ।


ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।


ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।


କାରଣ ପିତର ଯେପରି ଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିଲେ, ମୁଁ ମଧ୍ୟ ଠିକ୍ ସେହିପରି ଈଶ୍ୱରଙ୍କ ଶକ୍ତି ଦ୍ୱାରା ଅଣଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଛି।


ନିଜର ସ୍ୱାର୍ଥସିଦ୍ଧି ପାଇଁ କିମ୍ବା ବଡ଼ିମା ଦେଖାଇ ହେବା ପାଇଁ କୌଣସି କାର୍ଯ୍ୟ କର ନାହିଁ। କିନ୍ତୁ ଅନ୍ୟମାନଙ୍କୁ ନିଜଠାରୁ ଶ୍ରେଷ୍ଠ ମନେକରି ପରସ୍ପର ପ୍ରତି ନମ୍ର ବ୍ୟବହାର କର।


ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ।


କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ତାଙ୍କ ପୂର୍ଣ୍ଣତାରୁ ଆମେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଛୁ।


ଏହି କାରଣରୁ ତୁମ ପରି ଅଣଇହୁଦୀମାନଙ୍କ ପାଇଁ ଖ୍ରୀଷ୍ଟ ଯୀଶୁଙ୍କ ହେତୁ ବନ୍ଦୀ ହୋଇଥିବା ମୁଁ ପାଉଲ, ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି।


ଚାକରଟି ଫେରିଆସି କହିଲା, ‘ଆଜ୍ଞା, ଆପଣଙ୍କ ଆଦେଶ ଅନୁସାରେ ସବୁ କାର୍ଯ୍ୟ ହୋଇଛି, କିନ୍ତୁ ଆହୁରି ଅନେକଙ୍କ ପାଇଁ ସ୍ଥାନ ବଳିଛି।’


Swiv nou:

Piblisite


Piblisite