Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:9 - ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱରଙ୍କର ସେହି ଗୁପ୍ତ ଯୋଜନା କିପରି କାର୍ଯ୍ୟକାରୀ ହୋଇ ପାରିବ, ତାହା ସମସ୍ତଙ୍କୁ ଅବଗତ କରାଇବାର ସୌଭାଗ୍ୟ ମୁଁ ଲାଭ କରିଛି। ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଈଶ୍ୱର ଅତୀତରେ ସବୁ ଯୁଗରେ ତାଙ୍କର ନିଗୂଢ଼ ତତ୍ତ୍ୱକୁ ଗୁପ୍ତ ରଖିଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସର୍ବସୃଷ୍ଟିକର୍ତ୍ତା ଈଶ୍ଵରଙ୍କଠାରେ ଅନାଦିକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ଵ ସମ୍ଵନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା।

Gade chapit la Kopi




ଏଫିସୀୟ 3:9
38 Referans Kwoze  

ସେହି ସୁସମାଚାର ଏକ ନିଗୂଢ଼ ତତ୍ତ୍ୱ। ଯୁଗ ଯୁଗ ଧରି ଈଶ୍ୱର ସମସ୍ତଙ୍କଠାରୁ ଏହା ଗୁପ୍ତ ରଖିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କର ଲୋକମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।


ଏହା ଦ୍ୱାରା ଭାବବାଦୀଙ୍କର ଏହି ଭବିଷ୍ୟବାଣୀ ସଫଳ ହେଲା। “ମୁଁ ଦୃଷ୍ଟାନ୍ତ ଛଳରେ ସେମାନଙ୍କ ସହିତ କଥା କହିବି। ସୃଷ୍ଟି ଆରମ୍ଭରୁ ଅଜଣା ଥିବା ସବୁ କଥା ଏହିପରି ମୁଁ ସେମାନଙ୍କୁ ବୁଝାଇବି।”


ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


କାରଣ ତୁମେ ମୃତ୍ୟୁ ବରଣ କରିଅଛ ଓ ଖ୍ରୀଷ୍ଟଙ୍କ ସହିତ ତୁମ ଜୀବନ ଈଶ୍ୱରଙ୍କଠାରେ ସଂଗୁପ୍ତ ରହିଛି।


ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


“ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”


ଆବହମାନ କାଳରୁ ଈଶ୍ୱର ଆମକୁ ଏହି ଜୀବନ ଦାନ କରିବାକୁ ପ୍ରତିଜ୍ଞା କରିଛନ୍ତି - ଈଶ୍ୱର ମିଥ୍ୟାବାଦୀ ନୁହନ୍ତି।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି।


କିନ୍ତୁ ଈଶ୍ୱରଙ୍କ ସାନ୍ନିଧ୍ୟ ଅନୁଭବ କରି ଅଣଇହୁଦୀମାନଙ୍କ ମଧ୍ୟରେ ଶୁଭ ବାର୍ତ୍ତା ସମ୍ୟକ୍ ପ୍ରଚାର କରିବା ପାଇଁ ମୁଁ ଯଥେଷ୍ଟ ଶକ୍ତି ପାଇଲି ଏବଂ ମୁଁ ପ୍ରାଣଦଣ୍ଡରୁ ମଧ୍ୟ ରକ୍ଷା ପାଇଲି।


ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ।


ମୁଁ ଈଶ୍ୱରଙ୍କ ନିଗୂଢ଼ ଜ୍ଞାନର କଥା ପ୍ରକାଶ କରୁଛି - ସେହି ଜ୍ଞାନ ମନୁଷ୍ୟଠାରୁ ଗୁପ୍ତ ରଖାଯାଇଛି, ଅଥଚ ଆମର ଗୌରବ ନିମନ୍ତେ ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଏହାକୁ ନିରୂପଣ କରିଥିଲେ।


ପ୍ରଭୁ ଏହି କଥା କହିଛନ୍ତି, ବହୁ ପୂର୍ବେ ଏହି କଥା ସେ ପ୍ରକାଶ କରିଥିଲେ’।”


ପିତା ଈଶ୍ୱର ଓ ମୁଁ ଏକ।”


ଯୀଶୁ ସେମାନଙ୍କୁ କହିଲେ, “ମୁଁ ସତ୍ୟ କହୁଛି, ପୁତ୍ର ନିଜେ କିଛି କରିପାରନ୍ତି ନାହିଁ। ପିତାଙ୍କୁ ଯାହା କରୁଥିବାର ଦେଖିନ୍ତି, ପୁତ୍ର ତାହା ହିଁ କରନ୍ତି। ପିତା ଯାହା କରନ୍ତି, ପୁତ୍ର ମଧ୍ୟ ତାହା କରନ୍ତି।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ: “ମୋ’ ପିତା ଈଶ୍ୱର ସବୁବେଳେ କାର୍ଯ୍ୟରତ; ମୋତେ ମଧ୍ୟ ସେହିପରି କାର୍ଯ୍ୟ କରିବାକୁ ହେବ।”


ଏବଂ ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିମାନଙ୍କ ନିକଟରେ ତାଙ୍କ ନାମରେ ଅନୁତାପ ଓ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହେବ।


ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।


ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାର ସମୟରେ କହୁଛି, ତାହା ଦିବାଲୋରେ ପ୍ରକାଶ କର ଏବଂ ଯାହା ନିଭୃତରେଶୁଣିଛ, ତାହା ଘର ଉପରୁ ଘୋଷଣା କର।


ପଶୁଟି ଦିନେ ବଞ୍ଚିଥିଲା; ଏବେ ଆଉ ବଞ୍ଚି ନାହିଁ, କିନ୍ତୁ ଅତି ଶୀଘ୍ର ପାତାଳପୁରୀରୁ ଉଠି ଆସିବ ଏବଂ ଆଉ ଥରେ ବିନଷ୍ଟ ହେବ। ସୃଷ୍ଟିର ଆଦ୍ୟରୁ ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନାହିଁ, ପୃଥ୍ୱୀବାସୀ ସେହି ସମସ୍ତେ ପଶୁଟିକୁ ଦେଖି ଆଚମ୍ବିତ ହେବେ। ସେ ଦିନେ ଜୀବିତ ଥିଲା, ଏବେ ଆଉ ନାହିଁ, କିନ୍ତୁ ପୁଣି ଥରେ ତା’ର ଆବିର୍ଭାବ ହେବ।


ତା’ପରେ ମୁଁ ପୁଣି ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଆକାଶରେ ଅତି ଉଚ୍ଚରେ ଉଡ଼ି ଉଡ଼ି, ପୃଥିବୀର ସମସ୍ତ ଜାତି, ଗୋଷ୍ଠୀ, ଭାଷାଭାଷୀ ଓ ରାଷ୍ଟ୍ରର ଲୋକମାନଙ୍କ ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ଘୋଷଣା କରୁଛନ୍ତି।


ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।


ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ।


ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାରର ନିଗୂଢ଼ ତତ୍ତ୍ୱ ଜଣାଇବାକୁ ଓ ନିର୍ଭୀକଭାବେ ତାହା ଘୋଷଣା କରିବାକୁ ଈଶ୍ୱର ମୋ’ ମୁଖରେ ଉପଯୁକ୍ତ ବାର୍ତ୍ତା ଦେବେ।


ଖ୍ରୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ଉଦ୍ଦେଶ୍ୟରେ ଈଶ୍ୱର ଯେପରି ଆମକୁ ବିଶେଷ ସୁଯୋଗ ଦେବେ, ସେଥିପାଇଁ ମଧ୍ୟ ପ୍ରାର୍ଥନା କର। ଯେଉଁ ବାର୍ତ୍ତା ପ୍ରଚାର କରିବା ଯୋଗୁଁ ମୁଁ ଏବେ ବନ୍ଦୀଶାଳାରେ ଅଛି,


Swiv nou:

Piblisite


Piblisite