ଏଫିସୀୟ 4:14 - ପବିତ୍ର ବାଇବଲ (CL) NT (BSI)14 ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ, Gade chapit laଓଡିଆ ବାଇବେଲ14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, Gade chapit laପବିତ୍ର ବାଇବଲ14 ତା'ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, Gade chapit la |
ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।