Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:24 - ପବିତ୍ର ବାଇବଲ (CL) NT (BSI)

24 ଈଶ୍ୱରଙ୍କ ସ୍ୱରୂପରେ ସୃଷ୍ଟ ନୂତନ ଆତ୍ମା ଧାରଣ କର। ତାହା ତୁମର ପବିତ୍ର ଓ ନ୍ୟାୟପରାୟଣ ଜୀବନରେ ପ୍ରକାଶ ପାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

24 ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।

Gade chapit la Kopi




ଏଫିସୀୟ 4:24
30 Referans Kwoze  

ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।


ଈଶ୍ୱରଦତ୍ତ ସମସ୍ତ ରଣସଜ୍ଜାରେ ସଜ୍ଜିତ ହୁଅ, ଯେପରି ଶୟତାନର କୁଚକ୍ରାନ୍ତରର ସମ୍ମୁଖୀନ ହେବା ପାଇଁ ସମର୍ଥ ହେବ।


ଜଳଦୀକ୍ଷା ଦ୍ୱାରା ଆମ୍ଭେମାନେ ତାଙ୍କ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ କବର ପାଇଛୁ। ସେ ଯେପରି ପିତାଙ୍କ ଗୌରବମୟ ଶକ୍ତି ଦ୍ୱାରା ପୁନରୁତ୍ଥିତ ହେଲେ, ଆମ୍ଭେମାନେ ମଧ୍ୟ ତାଙ୍କ ଯୋଗୁଁ ନୂତନଭାବେ ଜୀବନଯାପନ କରିପାରିବା।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି।


ରାତ୍ରି ଶେଷ ହେଲାଣି, ଦିବସ ଆଗତପ୍ରାୟ। ଆସ, ଅନ୍ଧକାରର କାର୍ଯ୍ୟସବୁ ପରିତ୍ୟାଗ କରିବା ଓ ଆଲୋକରେ ଯୁଦ୍ଧ କରିବା ପାଇଁ ଉପଯୁକ୍ତ ସାଜ ପରିଧାନ କରିବା।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ।


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ସେହି ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର।


କିଏ ସୁନ୍ନତ ବା ଅସୁନ୍ନତ, ସେଥିରେ କିଛି ଯାଏ ଆସେ ନା, ନୂତନ ସୃଷ୍ଟି ହିଁ ସାର ବିଷୟ।


ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।


କାରଣ ଯାହା ନଶ୍ୱର, ତାହାକୁ ଅବିନଶ୍ୱର ରୂପେ ପରିବର୍ତ୍ତିତ ହେବାକୁ ପଡ଼ିବ; ଯେଉଁ ପାର୍ଥିବ ଶରୀର ମରଣଶୀଳ, ତାହାକୁ ଅମରରୂପ ବସ୍ତ୍ର ପରିଧାନ କରବାକୁ ହେବ।


ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ।


ସମସ୍ତଙ୍କ ସହ ଶାନ୍ତିରେ ବାସ କରିବାକୁ ଓ ପବିତ୍ର ଜୀବନ ଯାପନ କରିବାକୁ ଉଦ୍ୟମ କର; କାରଣ ତାହା ବ୍ୟତୀତ କେହି ପ୍ରଭୁଙ୍କର ଦର୍ଶନ ଲାଭ କରିବ ନାହିଁ।


ତାଙ୍କ ପୁତ୍ରଙ୍କ ସମ୍ପର୍କରେ ସେ କହିଥିଲେ, “ହେ ଈଶ୍ୱର, ତୁମର ରାଜ୍ୟ ଚିରକାଳ ସ୍ଥାୟୀ! ତୁମେ ନ୍ୟାୟଦଣ୍ଡରେ ତୁମ ଲୋକମାନଙ୍କୁ ଶାସନ କରୁଛ।


ଆମେ ଯେପରି ଯାବଜ୍ଜୀବନ ତାଙ୍କ ସମ୍ମୁଖରେ ପବିତ୍ର ଓ ଧାର୍ମିକ ହୋଇ ପାରିବୁ।


ବର୍ତ୍ତମାନ ଆମେମାନେ ବ୍ୟବସ୍ଥାର କର୍ତ୍ତୃତ୍ୱରୁ ମୁକ୍ତି ପାଉଛୁ, କାରଣ ଯାହା ଦିନେ ଆମକୁ ବନ୍ଦୀ କରି ରଖିଥିଲା, ସେଥିପ୍ରତି ଆମେ ଏବେ ମୃତ। ଆମେ ଆଉ ପୂର୍ବପରି ଲିଖିତ ବ୍ୟବସ୍ଥାର ସେବା କରୁ ନାହୁଁ, ପବିତ୍ରଆତ୍ମା ପ୍ରଦର୍ଶିତ ପଥରେ ବର୍ତ୍ତମାନ ଆମେ ଚାଲିଛୁ।


ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ଏହିପରି ସେ ଆମକୁ ତାଙ୍କ ପ୍ରତିଜ୍ଞାନୁସାରେ ଅତି ଶ୍ରେଷ୍ଠ ଓ ମୂଲ୍ୟବାନ ଦାନ ଦେଇଛନ୍ତି। ଏହିସବୁ ଦାନ ସାହାଯ୍ୟରେ ତୁମ୍ଭେମାନେ ଏହି ଜଗତର ଧ୍ୱଂସକାରୀ କାମନାରୁ ଉଦ୍ଧାର ପାଇ ଐଶ୍ୱରିକ ସ୍ୱଭାବର ଅଂଶୀ ହୋଇ ପାରିବ।


Swiv nou:

Piblisite


Piblisite