Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:17 - ପବିତ୍ର ବାଇବଲ (CL) NT (BSI)

17 ନିର୍ବୋଧମାନଙ୍କ ପରି ହୁଅ ନାହିଁ, କିନ୍ତୁ ପ୍ରଭୁଙ୍କ ଅଭିମତ ବୁଝିବାକୁ ଚେଷ୍ଟା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର ଇଚ୍ଛା କଅଣ, ତାହା ବୁଝ।

Gade chapit la Kopi

ଓଡିଆ ବାଇବେଲ

17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।

Gade chapit la Kopi

ପବିତ୍ର ବାଇବଲ

17 ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର।

Gade chapit la Kopi




ଏଫିସୀୟ 5:17
17 Referans Kwoze  

ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି।


ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।


ତେଣୁ ତୁମେ କିପରି ଆଚରଣ କରିବ, ସେ ବିଷୟରେ ସାବଧାନ ହୁଅ। ଅଜ୍ଞ ଭଳି ନ ହୋଇ ଜ୍ଞାନୀ ଭଳି ଆଚରଣ କର।


ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।


ପ୍ରତ୍ୟେକ ସୁଯୋଗର ସଦୁପଯୋଗ କରି ଅଣବିଶ୍ୱାସୀମାନଙ୍କ ନିକଟରେ ବିଜ୍ଞତାର ସହ ଆଚରଣ କର।


ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରିବାକୁ ଇଚ୍ଛୁକ, ସେ ଜାଣିପାରିବ, ମୁଁ ଦେଉଥିବା ଶିକ୍ଷା ଈଶ୍ୱରଙ୍କଠାରୁ ଆଗତ, ନା, ତାହା ମୋ’ ନିଜ କ୍ଷମତା ବଳରେ ମୁଁ କହୁଛି।


Swiv nou:

Piblisite


Piblisite