Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:23 - ପବିତ୍ର ବାଇବଲ (CL) NT (BSI)

23 ମଣ୍ଡଳୀ ଉପରେ ଖ୍ରୀଷ୍ଟଙ୍କର ଅଧିକାର ପରି ସ୍ତ୍ରୀ ଉପରେ ସ୍ୱାମୀର ଅଧିକାର ଅଛି; ପୁଣି ଖ୍ରୀଷ୍ଟ ହିଁ ତାଙ୍କ ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଖ୍ରୀଷ୍ଟ ଯେପରି ମଣ୍ତଳୀର ମସ୍ତକସ୍ଵରୂପ, ସ୍ଵାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ତଳୀର ତ୍ରାଣକର୍ତ୍ତା।

Gade chapit la Kopi

ଓଡିଆ ବାଇବେଲ

23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।

Gade chapit la Kopi

ପବିତ୍ର ବାଇବଲ

23 ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ, ସ୍ୱାମୀ ସେହିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟିୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସେହି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।

Gade chapit la Kopi




ଏଫିସୀୟ 5:23
11 Referans Kwoze  

ସେ ତାଙ୍କର ଉପାସକ ମଣ୍ଡଳୀରୂପ ଶରୀରର ମସ୍ତକ; ସେହି ଶରୀରର ସେ ଜୀବନ ଶକ୍ତି। ସମସ୍ତ ବିଷୟରେ ପ୍ରଥମ ସ୍ଥାନ ପାଇବା ପାଇଁ ସେ ମୃତ୍ୟୁରୁ ପ୍ରଥମେ ପୁନରୁତ୍ଥିତ ହୋଇଛନ୍ତି।


ବରଂ ପ୍ରେମରେ ସତ୍ୟ କହି ସର୍ବତୋଭାବରେ ମସ୍ତକ ସ୍ୱରୂପୀ ଖ୍ରୀଷ୍ଟଙ୍କ ସଦୃଶ ହେବା।


ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ଅନ୍ୟ କେହି କହିପାରେ, “ଖାଦ୍ୟ ଉଦର ପାଇଁ ଓ ଉଦର ଖାଦ୍ୟ ପାଇଁ ଉଦ୍ଦିଷ୍ଟ।” ସତ କଥା, କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର, କାମୁକତାରେ ବ୍ୟବହାର ନ ହୋଇ ପ୍ରଭୁଙ୍କ ସେବାରେ ବ୍ୟବହୃତ ହେଉ, କାରଣ ପ୍ରଭୁ ଶରୀରର ଆବଶ୍ୟକତା ପୂରଣ କରନ୍ତି।


ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।


ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କଠାରେ ବଶୀଭୂତ, ସ୍ତ୍ରୀମାନେ ଠିକ୍ ସେହିପରି ନିଜ ନିଜ ସ୍ୱାମୀ ନିକଟରେ ସମ୍ପୂର୍ଣ୍ଣଭାବେ ବଶୀଭୂତା ହୁଅନ୍ତୁ।


ଆସ, ଆନନ୍ଦ ଓ ଉଲ୍ଲାସ କରିବା, ତାଙ୍କ ମହନୀୟତାର ପ୍ରଶସ୍ତି କରିବା। ମେଷଶାବକଙ୍କ ବିବାହ ଉତ୍ସବ ଉପସ୍ଥିତ, ତାଙ୍କର କନ୍ୟା ସେଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି।


Swiv nou:

Piblisite


Piblisite