Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:5 - ପବିତ୍ର ବାଇବଲ (CL) NT (BSI)

5 ଏହା ନିଶ୍ଚିତ ବୋଲି ଜାଣି ରଖ, ଯେଉଁ ଲୋକ ନୀତିହୀନ, ଅଶିଷ୍ଟ ଓ ଅତି ଲୋଭୀ (ଅତି ଲୋଭ ପ୍ରତିମା ପୂଜା ସ୍ୱରୂପ), ସେ କେବେହେଲେ ଖ୍ରୀଷ୍ଟଙ୍କର ଓ ଈଶ୍ୱରଙ୍କ ରାଜ୍ୟର ଅଂଶୀ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତୁମ୍ଭେମାନେ ନିଶ୍ଚୟରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ- ସେ ତ ଦେବ ପୂଜକ- ଏମାନଙ୍କର ଖ୍ରୀଷ୍ଟ ଓ ଈଶ୍ଵରଙ୍କର ରାଜ୍ୟରେ ଅଧିକାର ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।

Gade chapit la Kopi




ଏଫିସୀୟ 5:5
15 Referans Kwoze  

ସେମାନେ ପରଶ୍ରୀକାତର, ମତୁଆଳ, ରଙ୍ଗରସପ୍ରିୟ ଏବଂ ସେହି ଭଳି ଅନ୍ୟାନ୍ୟ ଦୁଷ୍କର୍ମରେ ଲିପ୍ତ ଥାଆନ୍ତି। ମୁଁ ପୂର୍ବ ପରି ବର୍ତ୍ତମାନ ମଧ୍ୟ ତୁମ୍ଭମାନଙ୍କୁ ସାବଧାନ କରି ଦେଉଛି। ଯେଉଁମାନେ ଏପରି କାର୍ଯ୍ୟସବୁ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇପାରିବେ ନାହିଁ।


କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।


ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।


ଈଶ୍ୱରଙ୍କ ଲୋକ ଥିବାରୁ ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର, ଅଶୁଚିତା ବା ଲୋଲୁପତା ଲେଶମାତ୍ର ନ ରହୁ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ମନୁଷ୍ୟ ପ୍ରକୃତିର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତାହା ଅନୈତିକତା, ଅଶୁଚିତା, ଅଶ୍ଲୀଳତା, ପ୍ରତିମା ପୂଜା, ଗୁଣି ଗାରୁଡ଼ି ଆଦି କୁକର୍ମରେ ପ୍ରକାଶ ପାଏ। ଲୋକମାନେ ପରସ୍ପରର ଶତ୍ରୁ ହୋଇ କଳହ କରିଥାନ୍ତି; ସେମାନେ ଈର୍ଷାପରାୟଣ, କ୍ରୋଧୀ ଓ ଦୁରାକାଂକ୍ଷୀ ହୋଇଥାନ୍ତି ଓ ସେମାନେ ବିଭିନ୍ନ ଦଳ ଓ ଉପଦଳରେ ବିଭକ୍ତ ହୋଇଥାଆନ୍ତି।


ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।


ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।


ଏହି ଜଗତର ବିଷୟବସ୍ତୁରେ ଯେଉଁମାନେ ଧନବାନ୍, ସେମାନଙ୍କୁ ଦର୍ପ ନ କରିବାକୁ ସତର୍କ କରିଦିଅ। ସେମାନଙ୍କୁ ଆଦେଶ ଦେଇ କୁହ, ଅନିଶ୍ଚିତ ଧନ ସମ୍ପତ୍ତିରେ ଭରସା ନ ରଖି, ସେମାନେ ସର୍ବଶୁଭଦାତା ଈଶ୍ୱରଙ୍କ ଉପରେ ନିର୍ଭର କରନ୍ତୁ;


ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ।


“ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ହାତରେ ଓ ତାଙ୍କ ଅନୁଗ୍ରହପୂର୍ଣ୍ଣ ବାକ୍ୟ ନିକଟରେ ସମର୍ପଣ କରୁଛି; ସେହି ବାକ୍ୟ ତୁମ୍ଭମାନଙ୍କୁ ବଳିଷ୍ଠ କରିବା ପାଇଁ ଓ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସମସ୍ତ ଆଶୀର୍ବାଦ ତୁମକୁ ଦେବା ପାଇଁ ସମର୍ଥ।


ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।


Swiv nou:

Piblisite


Piblisite