Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:4 - ପବିତ୍ର ବାଇବଲ (CL) NT (BSI)

4 ପିତାମାତାମାନେ, ପିଲାମାନଙ୍କୁ ଉତ୍ତ୍ୟକ୍ତ କରିବା ଭଳି କୌଣସି ବ୍ୟବହାର କର ନାହିଁ, ବରଂ ଖ୍ରୀଷ୍ଟୀୟ ଶୃଙ୍ଖଳା ଓ ଶିକ୍ଷାରେ ସେମାନଙ୍କୁ ପାଳନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।

Gade chapit la Kopi

ପବିତ୍ର ବାଇବଲ

4 ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର।

Gade chapit la Kopi




ଏଫିସୀୟ 6:4
32 Referans Kwoze  

ହେ ପିତାମାନେ, ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଉତ୍ତ୍ୟକ୍ତ କର ନାହିଁ। କାରଣ ଏହା ଫଳରେ ସେମାନେ ନିରୁତ୍ସାହିତ ହେବେ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ସ୍ଥାପନ କରି ପରିତ୍ରାଣ ଲାଭ କରିବା ଜ୍ଞାନ ଯେଉଁ ପବିତ୍ର ଧର୍ମଶାସ୍ତ୍ରରେ ସନ୍ନିବେଶିତ, ତୁମେ ବାଲ୍ୟକାଳରୁ ସେ ସବୁ ଶାସ୍ତ୍ର ପଢ଼ି ବୁଝିଛ।


ତୁମର ମାତାମହୀ ଲୋୟୀ ଓ ମାତା ଇଉନିସୀ ଯେଉଁପରି ବିଶ୍ୱାସ କରୁଥିଲେ, ତୁମର ମଧ୍ୟ ସେହି ଆନ୍ତରିକ ବିଶ୍ୱାସ ଅଛି। ଏ କଥା ମୁଁ ସ୍ମରଣ କରୁଛି। ତୁମର ସେହି ବିଶ୍ୱାସ ଅଛି ବୋଲି ନିଶ୍ଚିତଭାବେ ମୁଁ ଜାଣେ।


“ଯେପରି ତୁମ୍ଭମାନଙ୍କର ମଙ୍ଗଳ ହେବ ଓ ତୁମ୍ଭେମାନେ ପୃଥିବୀରେ ଦୀର୍ଘାୟୁ ହେବ।”


Swiv nou:

Piblisite


Piblisite