Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:15 - ପବିତ୍ର ବାଇବଲ (CL) NT (BSI)

15 ମାତ୍ର ଈଶ୍ୱର ତାଙ୍କ ଅନୁଗ୍ରହରେ ମୋ’ ଜନ୍ମ ପୂର୍ବରୁ ମୋତେ ମନୋନୀତ କରିଥିଲେ ଏବଂ ତାଙ୍କର ସେବା କରିବା ପାଇଁ ମୋତେ ଆହ୍ୱାନ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ,

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି।

Gade chapit la Kopi




ଗାଲାତୀୟ 1:15
31 Referans Kwoze  

ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।


ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ।


ଖ୍ରୀଷ୍ଟଯୀଶୁଙ୍କ ଦାସ ଓ ଈଶ୍ୱରପ୍ରଦତ୍ତ ସୁସମାଚାର ପ୍ରଚାର କରିବା ପାଇଁ ପ୍ରେରିତ ଶିଷ୍ୟରୂପେ ଆହୂତ ପାଉଲଙ୍କ ପତ୍ର:


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବାବେଳେ, ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ମୁଁ ଯେଉଁ କାର୍ଯ୍ୟ ପାଇଁ ବର୍ଣ୍ଣବା ଓ ଶାଉଲଙ୍କୁ ଆହ୍ୱାନ କରିଛି, ସେଥିପାଇଁ ସେମାନଙ୍କୁ ମୋ’ ନିମନ୍ତେ ପୃଥକ୍ କର।”


ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।


ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


ଖ୍ରୀଷ୍ଟଙ୍କ ଲାଗି ଈଶ୍ୱର ମୋତେ ପ୍ରେରିତ ଶିଷ୍ୟରୂପେ ମନୋନୀତ କରି ସବୁ ଜାତିର ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ ସୁଯୋଗ ଦେଇଛନ୍ତି - ଯେପରି ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ କରି ତାଙ୍କର ଆଜ୍ଞାବହ ହେବେ।


ହଁ ପିତା , ତୁମ ଇଚ୍ଛାନୁଯାୟୀ ଏସବୁ ଘଟି ଯାଉଛି।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।


ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।


ଖ୍ରୀଷ୍ଟଙ୍କ ଅନୁଗ୍ରହ ଦ୍ୱାରା ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଥିଲେ, ଏତେ ଶୀଘ୍ର ତୁମେ ତାଙ୍କୁ ପରିତ୍ୟାଗ କରି ଅନ୍ୟ ଏକ ସୁସମାଚାର ପ୍ରତି ଆକୃଷ୍ଟ ହୋଇଅଛ, ଏଥିରେ ମୁଁ ବିସ୍ମିତ ହେଉଅଛି।


କିନ୍ତୁ ଏବେ ମୁଁ ଯାହା ହୋଇଛି, ତାହା ଈଶ୍ୱରଙ୍କ ଅନୁଗ୍ରହରୁ ହୋଇଛି ଏବଂ ମୋ’ ପ୍ରତି ତାଙ୍କର ଅନୁଗ୍ରହ ନିଷ୍ଫଳ ହୋଇ ନାହିଁ। ବରଂ ଅନ୍ୟାନ୍ୟ ସମସ୍ତ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ ଅଧିକ ପରିଶ୍ରମ କରିଛି। ପ୍ରକୃତରେ ଏସବୁ ମୁଁ କରି ନାହିଁ, କିନ୍ତୁ ମୋ’ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଥିବା ହେତୁ ଏହ ସମ୍ଭବ ହୋଇଛି।


କିନ୍ତୁ ଇହୁଦୀ ଓ ଗ୍ରୀକ୍ ନିର୍ବିଶେଷରେ ଆହୂତ ସମସ୍ତଙ୍କ ପାଇଁ ଖ୍ରୀଷ୍ଟ ହେଉଛନ୍ତି ଈଶ୍ୱରଙ୍କ ଶକ୍ତି ଓ ଜ୍ଞାନର ଅଭିବ୍ୟକ୍ତି।


ଈଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ ଶିଷ୍ୟ ରୂପେ ଆହୂତ ପାଉଲ ଓ ଆମ ଭ୍ରାତା ସୋସ୍ଥିନା -


ସେହି ସମୟରେ ଯୀଶୁ ପବିତ୍ରଆତ୍ମାଙ୍କ ଦ୍ୱାରା ଆନନ୍ଦରେ ପରିପୂର୍ଣ୍ଣ ହୋଇ କହିଲେ, “ହେ ପିତା, ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଛି, ତୁମେ ବିଜ୍ଞ ଓ ଜ୍ଞାନବାନ ଲୋକମାନଙ୍କଠାରୁ ଯାହା ଗୁପ୍ତ ରଖିଛ, ତାହା ଅଜ୍ଞାନମାନଙ୍କ ନିକଟରେ ପ୍ରକାଶ କରିଛି। ହଁ ପିତା, ଏହା ହିଁ ତୁମର ମହତ୍ ଇଚ୍ଛା।


ଇହୁଦୀ ତଥା ଅଣଇହୁଦୀମାନଙ୍କ ମଧ୍ୟରୁ ସେ ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।


ମୁଁ ପ୍ରେରିତ ଶିଷ୍ୟ ପାଉଲ ଓ ଏଠାରେ ଥିବା ସମସ୍ତ ଭାଇମାନେ ଗାଲାତୀୟ ମଣ୍ଡଳୀମାନଙ୍କୁ ଅଭିବାଦନ ଜଣାଉଅଛୁ। ପ୍ରେରିତ ଶିଷ୍ୟ ହେବା ପାଇଁ ମୁଁ ମନୁଷ୍ୟଠାରୁ କିମ୍ବା ମନୁଷ୍ୟର ମଧ୍ୟସ୍ଥତାରେ ଆହ୍ୱାନ ପାଇ ନାହିଁ - ଏହି ଆହ୍ୱାନ, ସ୍ୱୟଂ ପିତା ଈଶ୍ୱରଙ୍କଠାରୁ ଓ ସେ ଯାହାଙ୍କୁ ମୃତ୍ୟୁରୁ ଉଠାଇ ଅଛନ୍ତି, ସେହି ଯୀଶୁ ଖ୍ରୀଷ୍ଟଙ୍କଠାରୁ ପାଇଛି।


Swiv nou:

Piblisite


Piblisite