Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:21 - ପବିତ୍ର ବାଇବଲ (CL) NT (BSI)

21 ଏଥିପାଇଁ ଈଶ୍ୱରଙ୍କ ଅନୁଗ୍ରହକୁ ମୁଁ କେବେ ଅସ୍ୱୀକାର କରିପାରିବି ନାହିଁ। କାରଣ କେବଳ ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ, ତେବେ ଖ୍ରୀଷ୍ଟଙ୍କ ମୃତ୍ୟୁ ମୂଲ୍ୟହୀନ ବୋଲି କହିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା।

Gade chapit la Kopi

ଓଡିଆ ବାଇବେଲ

21 ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।

Gade chapit la Kopi

ପବିତ୍ର ବାଇବଲ

21 ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା'ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ।

Gade chapit la Kopi




ଗାଲାତୀୟ 2:21
16 Referans Kwoze  

ଈଶ୍ୱର ସେମାନଙ୍କୁ ମନୋନୀତ କରିଛନ୍ତି ନିଜ ଅନୁଗ୍ରହ ଯୋଗୁଁ। ଯଦି ସେମାନଙ୍କ ସତ୍କର୍ମ ଲାଗି ଈଶ୍ୱର ସେମାନଙ୍କୁ ମନୋନୀତ କରିଥାଆନ୍ତେ, ତାଙ୍କର ଅନୁଗ୍ରହ ପ୍ରକୃତ ଅନୁଗ୍ରହ ହୁଅନ୍ତା ନାହିଁ।


ଏହାର ଅର୍ଥ କ’ଣ? ବ୍ୟବସ୍ଥା କ’ଣ ଈଶ୍ୱରଙ୍କ ପ୍ରତିଜ୍ଞାର ବିରୋଧ କରେ? ନା, କଦାପି ନୁହେଁ। କାରଣ ମନୁଷ୍ୟକୁ ଜୀବନ ଦେବା ଭଳି ଯଦି ଗୋଟିଏ ବ୍ୟବସ୍ଥା କରାଯାଇ ଥାଆନ୍ତା, ତେବେ ତାହା ପାଳନ କରିବା ଦ୍ୱାରା ହିଁ ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହୋଇପାରି ଥାଆନ୍ତା।


ଏହି ଲେବୀୟମାନଙ୍କର ଯାଜକତ୍ୱକୁ ଭିତ୍ତି କରି ଇଶ୍ରାଏଲ ଜାତିକୁ ତାହାର ବ୍ୟବସ୍ଥା ପ୍ରଦତ୍ତ ହୋଇଥଲା। ଲେବୀୟମାନଙ୍କ କାର୍ଯ୍ୟ ଯଦି ଚୁଢ଼ାନ୍ତ ହୋଇଥାଆନ୍ତି, ତେବେ ହାରୋଣଙ୍କ ଉତ୍ତରାଧିକାରୀ ଏହି ଲେବୀ ଯାଜକମାନଙ୍କୁ ବାଦ୍ ଦିଆଯାଇ, ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଅନ୍ୟ ଏକ ଯାଜକ ଗୋଷ୍ଠୀର ଆବଶ୍ୟକତା ନ ଥିଲା।


ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇ ନାହାନ୍ତି, ତେବେ ଆମର ପ୍ରଚାର ବୃଥା ଓ ତୁମର ବିଶ୍ୱାସ ମଧ୍ୟ ବୃଥା।


ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।


ମନୁଷ୍ୟକୁ ଧାର୍ମିକ ରୂପେ ଗ୍ରହଣ କରିବା ପାଇଁ ଈଶ୍ୱରନିରୂପିତ ଉପାୟ ଅବଲମ୍ବନ ନ କରି ସେମାନେ ଧାର୍ମିକ ହେବାକୁ ନିଜ ପଥରେ ଚାଲିଛନ୍ତି। ତେଣୁ ସେମାନେ ଈଶ୍ୱରଙ୍କ ସେହି ପଥ ପରିତ୍ୟାଗ କରିଛନ୍ତି।


ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିବା ସେହି ଶୁଭ ବାର୍ତ୍ତା ହିଁ ସୁସମାଚାର। ତୁମ୍ଭେମାନେ ସେହି ସୁସମାଚାରରେ ଦୃଢ଼ ବିଶ୍ୱାସୀ ହୋଇ ରହିଲେ, ପରିତ୍ରାଣ ପାଇବ। ନଚେତ୍ ତୁମ୍ଭମାନଙ୍କର ବିଶ୍ୱାସ ବୃଥା।


ବରଂ ଯେଉଁ ବ୍ୟବସ୍ଥାର ବନ୍ଧନକୁ ମୁଁ ଚ୍ଛିନ୍ନ କରିଛି, ତା’ର ପୁନଃ-ପ୍ରତିଷ୍ଠା କରିବାକୁ ଗଲେ, ମୁଁ ଅପରାଧୀ ହେବି।


ଏହିସବୁ ଦୃଷ୍ଟିରୁ ଆଉ କଅଣ କରିବା? ଈଶ୍ୱର ଯଦି ଆମର ସପକ୍ଷ, କିଏ ଆମର ବିପକ୍ଷ ହୋଇପାରେ?


ଯୀଶୁ ପୁନର୍ବାର କହିଲେ, “ଈଶ୍ୱରଙ୍କ ବିଧାନକୁ ଉପେକ୍ଷା କରି ନିଜ ଶିକ୍ଷାକୁ ଧରି ରଖିବା ପାଇଁ ତୁମ୍ଭେମାନେ ଚତୁର ଉପାୟ ଅବଲମ୍ବନ କରିଛ।


ଯଦି ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କ ବିଶ୍ୱାସ ମିଥ୍ୟା ଓ ତୁମ୍ଭେମାନେ ଏବେ ମଧ୍ୟ ପାପରେ ବୁଡ଼ି ରହିଛ।


ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।


Swiv nou:

Piblisite


Piblisite