Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:10 - ପବିତ୍ର ବାଇବଲ (CL) NT (BSI)

10 ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପର ଆଶଙ୍କା ମଧ୍ୟରେ ଜୀବନ ଯାପନ କରନ୍ତି। କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଯାହା ସବୁ ଲେଖା ଯାଇଛି, ଯଦି କେହି ସମ୍ପୂର୍ଣ୍ଣଭାବେ ତାହା ପାଳନ ନ କରେ, ସେ ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ।”

Gade chapit la Kopi

ଓଡିଆ ବାଇବେଲ

10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ୟବସ୍ଥାମାନଙ୍କରେ ଲେଖାଅଛି: “ଯାହା ବ୍ୟବସ୍ଥାରେ ଲେଖାଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ୍, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହେବ।”

Gade chapit la Kopi




ଗାଲାତୀୟ 3:10
18 Referans Kwoze  

ମାନବ ପ୍ରକୃତିର ବଶୀଭୂତ ହେବା ଦ୍ୱାରା ବ୍ୟକ୍ତି ଈଶ୍ୱରଙ୍କ ଶତ୍ରୁ ହୁଏ; କାରଣ ସେ ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରେ ନାହିଁ- ସେ ତା’ କରିବାକୁ ଅସମର୍ଥ।


ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ।


ବ୍ୟବସ୍ଥା ଲଙ୍ଘନ ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ କ୍ରୋଧର ପାତ୍ର ହୁଏ। କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନର ପ୍ରଶ୍ନ ଉଠୁ ନାହିଁ।


ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


ପାଷାଣ ଫଳକରେ ଖୋଦିତ ବ୍ୟବସ୍ଥାର ପ୍ରତିଷ୍ଠା ସମୟରେ ଈଶ୍ୱରଙ୍କ ଗୌରବ ପ୍ରକାଶିତ ହୋଇଥିଲେ ମଧ୍ୟ ମୋଶାଙ୍କ ଉଜ୍ଜ୍ୱଳ ମୁଖ ଆଡ଼କୁ ଇଶ୍ରାୟେଲ ଲୋକମାନେ ଚାହିଁପାରି ନ ଥିଲେ। ମୃତ୍ୟୁ ଘଟାଉଥିବା ବ୍ୟବସ୍ଥା ଯଦି ଏପରି ଗୌରବର ସହିତପ୍ରକାଶ ପାଇଲା,


Swiv nou:

Piblisite


Piblisite