Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:15 - ପବିତ୍ର ବାଇବଲ (CL) NT (BSI)

15 ଭାଇମାନେ! ମୁଁ ଗୋଟିଏ ସାଧାରଣ ଉଦାହରଣ ଦେଉଛି: ଯେତେବେଳେ ଦୁଇ ଜଣ କୌଣସି ବିଷୟରେ ଗୋଟିଏ ଚୁକ୍ତି ସ୍ୱାକ୍ଷର କରନ୍ତି, କେହି ସେ ଚୁକ୍ତି ଭଙ୍ଗ କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଇଚ୍ଛାପତ୍ର ମନୁଷ୍ୟ ଦ୍ଵାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି: ଜଣେ ଲୋକ ଅନ୍ୟ ଜଣକ ସହିତ କରିଥିବା ଚୁକ୍ତି ବିଷୟରେ ଭାବ। ସେହି ଚୁକ୍ତିଟି ଅନୁମୋଦିତ ହୋଇଗଲା ପରେ, ସେଥିରେ କୌଣସି ପରିବର୍ତ୍ତନ ହୋଇପାରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥିରେ ଯୋଡ଼ା ଯାଇପାରେ ନାହିଁ।

Gade chapit la Kopi




ଗାଲାତୀୟ 3:15
10 Referans Kwoze  

କାରଣ ଉଇଲ୍ କରିଥିବା ବ୍ୟକ୍ତି ବଞ୍ଚିଥିବା ଯାଏ, ଉଇଲ୍ର ମୂଲ୍ୟ ନାହିଁ କେବଳ ତାହାର ମତ୍ୟୁ ପରେ ତାହା କାର୍ଟ୍ୟକାରୀ ହୁଏ।


(ତୁମ୍ଭମାନଙ୍କ ସ୍ୱାଭାବିକ ଦୁର୍ବଳତା ହେତୁ, ଏ ସବୁ କଥା ମୁଁ ଚଳନ୍ତି ଭାଷାରେ କହୁଛି।) ଦିନେ ତୁମେ ଅଶୁଚିତା ଓ ଜଘନ୍ୟ ଦୁଷ୍କର୍ମରେ ନିଜ ନିଜକୁ ଲିପ୍ତ ରଖିଥିଲ। ସେହିପରି ବର୍ତ୍ତମାନ ପବିତ୍ର ହେବା ପାଇଁ ଧାର୍ମିକତା ନିକଟରେ ନିଜକୁ ସର୍ବତୋଭାବେ ଉତ୍ସର୍ଗ କର।


ଏଠାରେ ଗୋଟିଏ ପ୍ରଶ୍ନ ହୋଇପାରେ, “ଯଦି ଆମର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଈଶ୍ୱର ଆମକୁ ଦଣ୍ଡ ଦେଇ ଅନ୍ୟାୟ କରୁଛନ୍ତି ବୋଲି କହି ପାରିବା କି?


ଯଦି ମୁଁ କେବଳ ମାନବୀୟ ଲକ୍ଷ୍ୟ ନେଇ ଏଫିସସ୍ରେ ହିଂସ୍ରଯନ୍ତୁମାନଙ୍କ ସହିତ ଲଢ଼ିଥିଲି, ତେବେ ମୋର କି ଲାଭ ହେଲା? ଯଦି ମୃତମାନେ ପୁନରୁତ୍ôଥତ ନ ହେବେ, ତେବେ ପ୍ରବଚନ ଅନୁଯାୟୀ, “ଆସ, ଭୋଜନପାନ କରି ସମୟ କାଟିବା, ଯେହେତୁ ଆସନ୍ତା କାଲି ତ ଆମକୁ ମରିବାକୁ ହେବ।”


କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:


ଭାଇମାନେ, ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୁଁ ଅନେକ ଥର ମନସ୍ଥ କରିଛି, କିନ୍ତୁ ଅନିବାର୍ଯ୍ୟ କାରଣରୁ, ଏ ପର୍ଯ୍ୟନ୍ତ ଆସିପାରି ନାହିଁ। ଅନ୍ୟାନ୍ୟ ଅଞ୍ଚଳର ଅଣଇହୁଦୀମାନଙ୍କ ମଧ୍ୟରେ ପ୍ରଚାର କରି ଯେପରି ସୁଫଳ ପାଇଛି, ତୁମ୍ଭମାନଙ୍କ ଅଞ୍ଚଳରେ ମଧ୍ୟ ତା’ କରିବା ପାଇଁ ମୋର ଇଚ୍ଛା।


ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍!


ଅବ୍ରାହାମଙ୍କୁ ଈଶ୍ୱର ଯେତେବେଳେ ପ୍ରତିଶ୍ରୁତି ଦେଲେ, ସେତେବେଳେ ସେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବେ ବୋଲି ଶପଥ କରିଥିଲେ। ତାଙ୍କ ଅପେକ୍ଷା ଶ୍ରେଷ୍ଠ କେହି ନ ଥିବାରୁ ସେ ନିଜ ନାମରେ ଶପଥ କରିଥିଲେ।


ଲୋକେ ଶପଥ କଲାବେଳେ ନିଗଠାରୁ ମହତ୍ତର ବ୍ୟକ୍ତିଙ୍କ ନାମରେ ଶପଥ କରନ୍ତି, ଏଭଳି ଶପଥ କରିବା ଦ୍ୱାରା ସମସ୍ତ ବାଦାନୁବାଦର ଅବସାନ ଘଟେ।


Swiv nou:

Piblisite


Piblisite