Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:11 - ପବିତ୍ର ବାଇବଲ (CL) NT (BSI)

11 ମୁଁ ତୁମ୍ଭମାନଙ୍କ ପାଇଁ ବିଶେଷ ଚିନ୍ତିତ। ତୁମ୍ଭମାନଙ୍କ ପାଇଁ ମୋର ସମସ୍ତ କାର୍ଯ୍ୟ କ’ଣ ବ୍ୟର୍ଥ ହୋଇଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।

Gade chapit la Kopi




ଗାଲାତୀୟ 4:11
13 Referans Kwoze  

ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।


ସେଠାକୁ ଯିବାକୁ ହେବ ବୋଲି ଈଶ୍ୱରଙ୍କଠାରୁ ପ୍ରତ୍ୟାଦେଶ ପାଇ ମୁଁ ଯାଇଥିଲି। ଅଣଇହୁଦୀମାନଙ୍କ ନିକଟରେ ମୁଁ ଯେଉଁ ବାର୍ତ୍ତା ପ୍ରଚାର କରିଥାଏ, ଯିରୂଶାଲମର ନେତାମାନଙ୍କୁ ଗୋଟିଏ ଘରୋଇ ବୈଠକରେ ତାହା ବୁଝାଇ ଦେଇଥିଲି। ମୋର ଅତୀତ ବା ବର୍ତ୍ତମାନ ସମୟର କାର୍ଯ୍ୟ ଯେପରି ବ୍ୟର୍ଥ ନ ହୁଏ, ସେଥିପ୍ରତି ମୁଁ ଦୃଷ୍ଟି ରଖିଥିଲି।


ଏଣୁ ସାବଧାନ ରୁହ- ଆମେ ତୁମ ପାଇଁ ଯାହା କରିଛୁ, ତାହା ସବୁ ନ ହରାଇ ଯେପରି ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ ହେବ।


ଅନ୍ୟମାନଙ୍କ ନିକଟରେ ଜୀବନପ୍ରଦାୟକ ବାର୍ତ୍ତା ପ୍ରଚାର କରିବାବେଳେ ତୁମେ ଆକାଶକୁ ଆଲୋକିତ କରୁଥିବା ତାରାମାନଙ୍କ ପରି ଦୀପ୍ତିମାନ ହେବା ଉଚିତ। ତୁମ୍ଭେମାନେ ଯଦି ଏପରି ହୁଅ, “ଖ୍ରୀଷ୍ଟଙ୍କ ଦିବସରେ” ତୁମ୍ଭମାନଙ୍କ ବିଷୟରେ ମୁଁ ଗର୍ବ କରିପାରିବି, କାରଣ ଏଥିରୁ ପ୍ରମାରିତ ହେବ ଯେ, ମୋର ସମସ୍ତ ଉଦ୍ୟମ ଓ କାର୍ଯ୍ୟ ନିଷ୍ଫଳ ହୋଇ ନାହିଁ।


ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ଥାଆନ୍ତି ବୋଲି ମୋର ଇଚ୍ଛା, ତା’ହେଲେ ହୁଏ ତ ତୁମ୍ଭମାନଙ୍କ ସମ୍ପର୍କରେ ମୋର ଅନ୍ୟ ପ୍ରକାର ଧାରଣା ହୋଇ ଥାଆନ୍ତା। ପ୍ରକୃତରେ ତୁମ୍ଭମାନଙ୍କ ନିମନ୍ତେ ମୁଁ ଅତ୍ୟନ୍ତ ଚିନ୍ତିତ।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


ପବିତ୍ର ଆତ୍ମା ସେମାନଙ୍କୁ ଏସିଆ ପ୍ରଦେଶରେ ପ୍ରଚାର କରିବାକୁ ଅନୁମତି ନ ଦେବାରୁ ସେମାନେ ଫ୍ରିଜିୟା ଓ ଗାଲାତୀୟ ଅଞ୍ଚଳକୁ ଯାତ୍ରା କଲେ।


ଦୁଃଖର କଥା, ତୁମ୍ଭେମାନେ କେତୋଟି ନିର୍ଦ୍ଦିଷ୍ଟ ଦିନ, ମାସ, ଋତୁ ଓ ବର୍ଷ ପ୍ରତି ବିଶେଷ ମନୋଯୋଗୀ ହେଉଛ।


ଭାଇମାନେ, ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ପରି ହୁଅ। ମୁଁ ତୁମ୍ଭମାନଙ୍କ ପରି ହୋଇଛି ଓ ତୁମ୍ଭେମାନେ ମୋ’ ପ୍ରତି କୌଣସି ମନ୍ଦ ବ୍ୟବହାର କରି ନାହଁ।


Swiv nou:

Piblisite


Piblisite