Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:4 - ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବ୍ୟବସ୍ଥା ପାଳନ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହେବା ପାଇଁ ଚେଷ୍ଟା କରୁଛନ୍ତି, ସେମାନେ ନିଜ ନିଜକୁ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ କରିଛନ୍ତି, ସେମାନେ ଈଶ୍ୱରଙ୍କ ଅନୁଗ୍ରହର ବହିର୍ଭୂତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

4 ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା'ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।

Gade chapit la Kopi




ଗାଲାତୀୟ 5:4
15 Referans Kwoze  

ଈଶ୍ୱର ସେମାନଙ୍କୁ ମନୋନୀତ କରିଛନ୍ତି ନିଜ ଅନୁଗ୍ରହ ଯୋଗୁଁ। ଯଦି ସେମାନଙ୍କ ସତ୍କର୍ମ ଲାଗି ଈଶ୍ୱର ସେମାନଙ୍କୁ ମନୋନୀତ କରିଥାଆନ୍ତେ, ତାଙ୍କର ଅନୁଗ୍ରହ ପ୍ରକୃତ ଅନୁଗ୍ରହ ହୁଅନ୍ତା ନାହିଁ।


ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ।


ଏଥିପାଇଁ ଈଶ୍ୱରଙ୍କ ଅନୁଗ୍ରହକୁ ମୁଁ କେବେ ଅସ୍ୱୀକାର କରିପାରିବି ନାହିଁ। କାରଣ କେବଳ ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ, ତେବେ ଖ୍ରୀଷ୍ଟଙ୍କ ମୃତ୍ୟୁ ମୂଲ୍ୟହୀନ ବୋଲି କହିବାକୁ ହେବ।


କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।


ତୁମର କେଡ଼େ ଅଧୋଗତି ହୋଇଛି, ଚିନ୍ତା କର। ପାପରୁ ଫେରି ପୂର୍ବ ପରି ସତ୍କର୍ମ କର। ଯଦି ପାପରୁ ଫେରି ନ ଆସ, ତେବେ ମୁଁ ତୁମର ପ୍ରଦୀପକୁ ସ୍ଥାନାନ୍ତରିତ କରିବି।


ମୁଁ ପାଉଲ, ଯାହା କହୁଅଛି ଶୁଣ; ତୁମ୍ଭେମାନେ ଯଦି ସୁନ୍ନତ ବିଧି ପାଳନ କର, ତା’ର ଅର୍ଥ ହେବ, ତୁମ୍ଭମାନଙ୍କ ପାଇଁ ଖ୍ରୀଷ୍ଟଙ୍କର କୌଣସି ପ୍ରୟୋଜନ ନାହିଁ।


ଆମ୍ଭମାନଙ୍କୁ ଯେଉଁ ବିଶ୍ରାମ ଦେବେ ବୋଲି ଈଶ୍ୱର କହିଥିଲେ, ତାହା ଆମେ ପାଇ ପାରିବୁ ବୋଲି କେହି ଯେପରି ବଞ୍ଚିତ ନ ହୁଅ, ଏଥିପାଇଁ ସଜାଗ ରୁହ।


Swiv nou:

Piblisite


Piblisite